ମେଷ : ସପ୍ତମ ଚନ୍ଦ୍ର, ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ସୃଷ୍ଟି ହେବ । ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ, ଧନ ମିଳିବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ: ଲାଲ, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।

ବୃଷ : ଷଷ୍ଠ ଚନ୍ଦ୍ର ଯୋଗୁ ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ ସମର୍ଥ ହେବେ । ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୧୨, ଆରାଧନା : ମା’ କମଳା ।

ମିଥୁନ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଘାତତିଥି ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତର ଜନଠାରୁ ଅପମାନ ପାଇବେ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ ତଥା ମନ ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ମୃଗଶିରା ମିଥୁନ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।

କର୍କଟ : ଚତୁର୍ଥ ଚନ୍ଦ୍ର, ରବିବାର ଓ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଫେରିପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଲେଷା କର୍କଟ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଧଳା, ସଂଖ୍ୟା : ୧, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ତୃତୀୟ ଚନ୍ଦ୍ର, ରବିବାର ଓ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ ଓ ସହକର୍ମୀଙ୍କ ସହ ସମ୍ପର୍କ ନିବିଡ଼ ହେବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ପୁର୍ବା ଫାଲ୍ଗୁନୀ ସିଂହ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା: ମା’ ମାଣିକେଶ୍ୱରୀ ।

କନ୍ୟା : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ସକାଳ ୧୦ଟା ୨୦ ମିନିଟ୍ ପର୍ଯ୍ୟନ୍ତ ଘାତତିଥି ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଉତ୍ତରା ଫାଲ୍ଗୁନୀ କନ୍ୟା, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୧୨, ଆରାଧନା : ମା’ ଛିନ୍ନମସ୍ତା ।

ତୁଳା : ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀଙ୍କ ସହ ସମ୍ପର୍କ ନିବିଡ଼ ହେବ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ ଗାୟତ୍ରୀ ।

ବିଛା : ଦ୍ୱାଦଶ ଚନ୍ଦ୍ର, ରବିବାର ଓ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆୟର ମାର୍ଗ ଅତି ଉତ୍ତମ ହେବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମ ଆପଣଙ୍କ ପାଇଁ ଆଜି ସହଜ ହେବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।

ଧନୁ : ଏକାଦଶ ଚନ୍ଦ୍ର, ରବିବାର ଓ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ଆୟର ମାର୍ଗ ଅତି ଉତ୍ତମ ହେବ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଇପ୍ସିତ ପଦାର୍ଥ ହାତ ପାହାନ୍ତାରେ ଉପଲବ୍ଧ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୨, ଆରାଧନା : ମା’ ତାରା ।

ମକର : ଦଶମ ଚନ୍ଦ୍ର ଯୋଗୁ ହୃତ ଗୌରବ, ହୃତ ସମ୍ମାନ ଫେରି ଆସିବ ଏବଂ ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ ସମର୍ଥ ହେବେ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ ଅଟକିଥିବା କାମକୁ ଆଜି ସଫଳତାର ସହ ସମ୍ପାଦନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଅତୁଟ ରହିବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।

କୁମ୍ଭ : କୃଷ୍ଣପକ୍ଷର ନବମ ଚନ୍ଦ୍ର, ସକାଳ ୧୦ଟା ୨୦ ମିନିଟ୍ ପରେ ନବମୀ ତିଥି ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କଠାରୁ ଅପମାନ ମିଳିପାରେ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ ଏବଂ ମନ ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଧନିଷ୍ଠା କୁମ୍ଭ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : କଫି, ସଂଖ୍ୟା : ୩, ଆରାଧନା : ମା’ ଭୈରବୀ ।

ମୀନ : ଅଷ୍ଟମ ଚନ୍ଦ୍ର, ଅଷ୍ଟମୀ ତିଥି ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଓ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ଜ୍ୟୋତିର୍ବିଦ୍ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩