ମେଷ : ତୃତୀୟ ଚନ୍ଦ୍ର, ଗୁରୁବାର ଯୋଗୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ସୁଖର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ମା’ ବଗଳାମୁଖୀ ।
ବୃଷ : ଶୁକ୍ଳପକ୍ଷର ଦ୍ୱିତୀୟ ଚନ୍ଦ୍ର, ଗୁରୁବାର, ଅଷ୍ଟମୀ ତିଥି ଓ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ଧନ ଓ ଆୟ ପ୍ରତି ମନରେ ଅହେତୁକ ଦୁର୍ବଳତା ପ୍ରକାଶ ପାଇବ ଏବଂ ଧନ ଓ ଆୟ ଯେତେ ଅଧିକ ମିଳିଲେ ମଧ୍ୟ ମନରେ ପ୍ରସନ୍ନତା ଆସିବ ନାହିଁ । ଆୟର ନୂତନ ମାର୍ଗ ଖୋଲିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ସଫଳତା ମିଳିବ ନାହିଁ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୪, ଆରାଧନା : ମା’ ଗାୟତ୍ରୀ ।
ମିଥୁନ : ଶ୍ରୀଚନ୍ଦ୍ର, ଘାତତିଥି ଓ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ବିଷାଦଗ୍ରସ୍ତ ରହିବ । ସ୍ୱଜନ, ପରିଜନଙ୍କ ସାହାଯ୍ୟ, ସହଯୋଗ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ହେବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ: ମେରୁନ୍, ସଂଖ୍ୟା : ୮, ଆରାଧନା : ମା’ ଷୋଡ଼ଶୀ ।
କର୍କଟ : ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍ଧାବନ କରିବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଅଶ୍ଲେଷା କର୍କଟ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା: ୫, ଆରାଧନା : ମା’ ସମଲେଶ୍ୱରୀ ।
ସିଂହ : ଏକାଦଶ ଚନ୍ଦ୍ର, ଗୁରୁବାର ଓ ଅପରାହ୍ନ ୪ଟା ୧୯ ମିନିଟ୍ ପରେ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧନ ଓ ଧ୍ୟାନ ଉଭୟ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲ୍ଗୁନୀ ସିଂହ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା: ୧୧, ଆରାଧନା : ମା’ ମାତଙ୍ଗୀ ।
କନ୍ୟା : ଘାତଚନ୍ଦ୍ର, ଘାତତିଥି ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ଓ ସମସ୍ତ କର୍ମ ବିବାଦୀୟ ହେବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବିବାଦ ଘଟିବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା: ୧୨, ଆରାଧନା : ଭଗବାନ ବିଷ୍ଣୁ ।
ତୁଳା : ଘାତବାର ଓ ନବମ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ ଏବଂ ଭାଗ୍ୟ, ଭବିଷ୍ୟ ଓ ଭଗବାନଙ୍କ ଉପରେ ଅଗାଧ ବିଶ୍ୱାସ ରଖିବେ । କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା ।
ବିଛା : ଅଷ୍ଟମ ଚନ୍ଦ୍ର, ଅଷ୍ଟମୀ ତିଥି ଓ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ଦ୍ରବ୍ୟ ବ୍ୟବହାର ଓ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହତ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ଜ୍ୟେଷ୍ଠା ବିଛା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।
ଧନୁ : ସପ୍ତମ ଚନ୍ଦ୍ର, ଗୁରୁବାର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ପ୍ରତି ଅଧିକ ଯତ୍ନଶୀଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
ମକର : ଷଷ୍ଠ ଚନ୍ଦ୍ର ଯୋଗୁ ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ ଏବଂ ଦେହ, ମନ ସୁସ୍ଥ ରହିବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ଶତ୍ରୁମାନେ ବଶୀଭୂତ ହେବେ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।
କୁମ୍ଭ : ପଞ୍ଚମ ଚନ୍ଦ୍ର, ଘାତନକ୍ଷତ୍ର, ଘାତବାର ଓ ଅଷ୍ଟମୀ ତିଥି ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଇତର ଜନଠାରୁ ଅପମାନ ପାଇବେ । ବ୍ୟବସାୟ ବ୍ୟତୀତ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ମିଳିବ ଏବଂ ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ କାଳୀ ।
ମୀନ : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା, ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ ତଥା ଆର୍ଥିକ କ୍ଷତି ଘଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ରେବତୀ ମୀନ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଗଜାନନ ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩