ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ଗ୍ରାଚୁଇଟି ସୀମା ୧୫ ଲକ୍ଷରୁ ୨୦ ଲକ୍ଷକୁ ବୃଦ୍ଧି

Published By : Gurupada Nath | October 8, 2024 11:08 PM

ଭୁବନେଶ୍ୱର,୮/୧୦ : ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ପାଇଁ ଗ୍ରାଚୁଇଟିର ସୀମା ୧୫ଲକ୍ଷ ଟଙ୍କାରୁ ୨୦ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ସରକାରୀ କର୍ମଚାରୀ ମାନଙ୍କ ମୃତ୍ୟୁ ତଥା ଅବସର କାଳୀନ ଗ୍ରାଚ୍ୟୁଟି (DCRG)କୁ  ୧୫ ଲକ୍ଷରୁ ୨୦ଲକ୍ଷ ଟଙ୍କାକୁ ୧.୧.୨୪ରୁ ପିଛିଲା ଭାବରେ ଲାଗୁ କରାଗଲା । ରାଜ୍ୟର ବିଭିନ୍ନ ସେବା ସଙ୍ଗଠନ ଗୁଡିକ ଏଥିପାଇଁ ରାଜ୍ୟ ସରକାରଙ୍କ ନିକଟରେ ଅନୁରୋଧ କରିଥିଲେ ।

ସୂଚନାଯୋଗ୍ୟ ଯେ, କେନ୍ଦ୍ର ସରକାର ୧.୧.୨୪ରୁ ସମସ୍ତ ସରକାରୀ କର୍ମଚାରୀଙ୍କ ପାଇଁ କେନ୍ଦ୍ରୀୟ ସିଭିଲ ସର୍ଭିସେସ୍ (ପେନ୍ସନ୍) ନିୟମ ଅନୁଯାୟୀ ମୃତ୍ୟୁ ତଥା ଅବସର କାଳୀନ ଗ୍ରାଚ୍ୟୁଟିକୁ ବୃଦ୍ଧି କରିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.