ପ୍ରମୂଖ ଖବର
  • ୨୧ରେ ଛତିଶା ନିଯୋଗ ବୈଠକ, ରାଜେନ୍ଦ୍ରାଭିଷେକଠାରୁ ନୀଳାଦ୍ରିବିଜେ ନୀତିକାନ୍ତିରେ ଲାଗିବ ମୋହର
  • ||
  • ଟିମ ଇଣ୍ଡିଆର ଇଂଲଣ୍ଡ ଗସ୍ତ: ଆସନ୍ତା୨୩ରେ ହୋଇପାରେ ଦଳ ଘୋଷଣା
  • ||
  • ଧର୍ମଶାଳା ABDOଙ୍କ ଘରେ ଭିଜିଲାନ୍ସ ରେଡ୍‌, ଏକକାଳୀନ ୭ ସ୍ଥାନରେ ଚଢାଉ
  • ||
  • ଲକ୍ଷ୍ନୌ: ଚଳନ୍ତା ସ୍ଲିପର୍‌ ବସ୍ ଭୟଙ୍କର ଅଗ୍ନିକାଣ୍ଡ, ୫ ଯାତ୍ରୀଙ୍କ ଚାଲିଗଲା ଜୀବନ,ଏକାଧିକ ଗୁରୁତର, ଦିଲ୍ଳୀରୁ ବିହାରକୁ ୬୦ ଯାତ୍ରୀଙ୍କୁ ନେଇ ଯାଉଥିଲା
  • ||
  • ଘଟଗାଁରେ ବନ ବିଭାଗର ଚଢ଼ାଉ ଜାରି, ଉତ୍ତେଜନାକୁ ଦୃଷ୍ଟିରେ ରଖି ଗାଁରେ ପୋଲିସ ଫୋର୍ସ ମୁତୟନ
  • ||
  • ପ୍ରକାଶ ପାଇଲା ପ୍ରାଥମିକ, ମାଧ୍ୟମିକ ଶିକ୍ଷକ ବଦଳି କ୍ୟାଲେଣ୍ଡର: ଆଜିଠୁ ଆବେଦନ, ଜୁନ୍‌ରେ ବଦଳି ନିର୍ଦ୍ଦେଶ
  • ||
  • ଜଳେଶ୍ୱର : ଚଢାଉ ବେଳେ ପୋଲିସ ଗାଡ଼ିକୁ ପିଟିଲା ବାଲି ବୋଝେଇ ଟ୍ରାକ୍ଟର, ଅଳ୍ପକେ ବର୍ତ୍ତିଲେ ୩ ପୋଲିସ କର୍ମଚାରୀ
  • ||
  • କାଶ୍ମୀର ପୁଲୱାମାରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ସହ ଗୁଳି ବିନିମୟରେ ଜଣେ ଆତଙ୍କବାଦୀ ନିପାତ
  • ||
  • ଭାରତ-ମିଆଁମାର ସୀମାରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା,୧୦ ଉଗ୍ରବାଦୀ ନିପାତ
  • ||
  • ଓୟୋରେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ: ରାସ୍ତାରୁ ରକ୍ତାକ୍ତ ମୃତଦେହ ଉଦ୍ଧାର, ପୁରୁଷ ବନ୍ଧୁଙ୍କୁ ଅଟକ ରଖିଛି ପୁଲିସ
  • ||
  • ଆଜିଠୁ ବଢ଼ିବ କାଳବୈଶାଖୀ, ୭ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ଆଲର୍ଟ: ୨୧ରୁ କମିପାରେ ତାତି
  • ||

କୃଷି ଓଭର୍‍ସିଅରଙ୍କ ମାସିକ ଗସ୍ତ ଭତ୍ତା ବୃଦ୍ଧି

Published By : Prameya | May 15, 2025 10:23 PM

ଭୁବନେଶ୍ୱର ୧୫ ।୫ :  କୃଷି ଓଭର୍‍ସିଅରମାନଙ୍କ ମାସିକ ଗସ୍ତଭତ୍ତା ୪୫୦ ଟଙ୍କାରୁ ୧୫୦୦ ଟଙ୍କାକୁ ବୃଦ୍ଧି ପାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । 

ସୂଚନାଯୋଗ୍ୟ ଯେ, କୃଷି ଓଭର୍‍ସିଅରମାନଙ୍କୁ ଅତି କମରେ ୨୦ ଦିନ ଗସ୍ତ କରିବାକୁ ପଡ଼ିଥାଏ । ପୂର୍ବରୁ ସେମାନଙ୍କ ମାସିକ ଗସ୍ତଭତ୍ତା (Permanent Travelling Allowance) ୩୦୦ ଟଙ୍କା ଥିବାବେଳେ ୨୦୨୩ ରେ ୪୫୦ ଟଙ୍କାକୁ ବୃଦ୍ଧି କରାଯାଇଥିଲା । ତେବେ ଏହାପରେ ସମାନ ସ୍ତରରେ ଥିବା ଅଧିକାଂଶ ପଦବୀ ଗୁଡ଼ିକର ମାସିକ ଗସ୍ତଭତ୍ତା ବୃଦ୍ଧି ପାଇଥିବା ବେଳେ କୃଷି ଓଭର୍‍ସିଅର ମାନଙ୍କ ଭତ୍ତା ବଢ଼ିନଥିଲା । ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଦ୍ୱାରା କୃଷି ଓଭର୍‍ସିଅରମାନେ ନିୟମିତ ଭାବେ ଗସ୍ତ କରିବା ପାଇଁ ପ୍ରୋତ୍ସାହିତ ହେବେ ।  ସୂଚନାଯୋଗ୍ୟ ଯେ, ରାଜ୍ୟରେ ସମୁଦାୟ ୧୫୬୭ ଟି କୃଷି ଓଭର୍‍ସିଅର ପଦବୀ ଥିବାବେଳେ ବର୍ତ୍ତମାନ ୧୨୫୭ ଜଣ କାର୍ଯ୍ୟରତ ଅଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.