ପ୍ରମୂଖ ଖବର
  • ଦୟାନଦୀରେ ବୁଡ଼ିଗଲେ ଦୁଇ ନାବାଳକ; ଜଣଙ୍କ ମୃତଦେହ ଉଦ୍ଧାର, ଜଣେ ନିଖୋଜ
  • ||
  • ଭବାନୀପାଟଣା : ମାଣିକେଶ୍ଵରୀ ହାଇସ୍କୁଲର ଛାତ୍ରଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ଅଗଷ୍ଟ ୧୬ରେ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ, ଏସ୍‌ଓଏସ୍‌ସି ଫଳ; ମଧାହ୍ନ ୧୨ଟାରେ ୱେବ୍‌ସାଇଟ୍‌ରେ ଉପଲବ୍ଧ ହେବ ରେଜଲ୍ଟ
  • ||
  • ଭାରତକୁ ଆମେରିକାର ଧମକ, ରୁଷ ସହ କଥା ବିଗିଡ଼ିଲେ ଟାରିଫ୍‌ ବଢ଼ିବ: ଆଜି ଆଲାସ୍କାରେ ଟ୍ରମ୍ପ-ପୁଟିନ୍‌ ଆଲୋଚନା
  • ||
  • ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମ ନୀତି, ଶୁକ୍ରବାର ସାନ୍ଧ୍ୟା ୭ଟାରୁ ରାତି ୧୨ଟା ଯାଏ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
  • ||
  • କୋଣାର୍କ : ରୋଷେଇ କରିବା ବେଳେ ଗ୍ୟାସ୍‌ରେ ଲାଗିଲା ନିଆଁ, ଦମ୍ପତିଙ୍କ ସମେତ ୩ ଗୁରୁତର
  • ||
  • ୭୯ତମ ସ୍ୱାଧୀନତା ଦିବସ, ଲାଲକିଲ୍ଲାରୁ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ
  • ||
  • ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ; ଆସୁଛି ଆଉ ଦୁଇ ଲଘୁଚାପ, ଭରଣା ହେବ ନିଅଣ୍ଟିଆ ବର୍ଷା
  • ||
  • ଦେଶ ପାଳୁଛି ୭୯ତମ ସ୍ବାଧୀନତା ଦିବସ, ଲାଲକିଲ୍ଲାରେ ତ୍ରିରଙ୍ଗା ଉଡ଼ାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||

ବାଉଁଶୁଣୀ ଠାରେ ସ୍ଵାଧୀନତା ଦିବସ ପାଳିତ

Published By : Rasmita Pradhan | August 15, 2025 1:18 PM

ବାଉଁଶୁଣୀ, ୧୫/୮ : ବୌଦ୍ଧ ବ୍ଲକ ବାଉଁଶୁଣୀ ହାଇସ୍କୁଲ ଖେଳ ପଡ଼ିଆରେ ଜାତୀୟ ଦିବସ ପାଳନ ପରିଚାଳନା କମିଟି ପକ୍ଷରୁ ୭୯ତମ ସ୍ଵାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଶିଷ୍ଟ ଲୋକ କବି ତଥା ପଦ୍ମଶ୍ରୀ ହଲଧର ନାଗ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ। ଜାତୀୟ ଦିବସ ପରିଚାଳନା କମିଟି ଚଳିତ ବର୍ଷ ୨୫ ବର୍ଷ ପୂର୍ତ୍ତି ଅବସରରେ ରୌପ୍ୟ ଜୟନ୍ତୀ ପାଳନ କରିଛି। 

ଦଶରଥ ମେହେରଙ୍କ ସଭାପତିତ୍ବରେ ଅନୁଷ୍ଠିତ ସ୍ଵାଧୀନତା ଦିବସ ପାଳନ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରୁପଧର ନାଏକ, ଡାକ୍ତର ରାଜେଶ ତ୍ରିପାଠି, ବାଉଁଶୁଣୀ ସରପଞ୍ଚ ଅଇଁଠୁ ମହାଲିକ, ପରିଚାଳନା କମିଟିର ଆବାହକ ରାଜେନ୍ଦ୍ର କୁମାର ମେହେର, ସଭାପତି ଦଶରଥ ମେହେର ପ୍ରମୁଖ ଯୋଗ ଦେଇଥିଲେ। ଏହି ପରେଡରେ ୧୦ଟି ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଭାଗ ନେଇଥିଲେ। ବିଭିନ୍ନ ପ୍ରକାରର ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ବିଭିନ୍ନ ପ୍ରତିଯୋଗୀତାରେ ଉତ୍ତୀର୍ଣ୍ଣ ହୋଇଥିବା କୃତୀ ପ୍ରତିଯୋଗୀମାନଙ୍କୁ ଅତିଥିମାନଙ୍କ ଦ୍ବାରା ପୁରସ୍କୃତ କରାଯାଇଥିଲା। ସନ୍ଧ୍ୟାରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆୟୋଜନ ହେବ ବୋଲି କମିଟି ତରଫରୁ ସୂଚନା ମିଳିଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.