ଭୁବନେଶ୍ୱର,୧୨/୦୮: ଚଳିତ ବର୍ଷ ୭୯ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ । ସମ୍ମିଳିତ ପରେଡ୍ରେ ଅଭିବାଦନ ଗ୍ରହଣ କରିବେ ସିଏମ୍ । ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ କେନ୍ଦୁଝର ଗସ୍ତ କରି ଜାତୀୟ ପତାକା ଉତ୍ତୋଳନ କରିବେ। କଟକରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପତାକା ଉତ୍ତୋଳନ କରିବାର କାର୍ଯ୍ୟକ୍ରମ ରହିଛି। । ସେହିଭଳି ଭଳି ଅନ୍ୟ ମନ୍ତ୍ରୀମାନେ ବିଭିନ୍ନ ଜିଲ୍ଲାକୁ ଯାଇ ପତାକା ଉତ୍ତୋଳନ କରିବାର ତାଲକା ପ୍ରସ୍ତୁତ ହୋଇଛି । ଜାଣନ୍ତୁ କିଏ କେଉଁଠି କି ଯିବେ।
ସମ୍ବଲପୁରରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ବଲାଙ୍ଗୀରରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ,କଳାହାଣ୍ଡିରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, କନ୍ଧମାଳରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ପୁରୀରେ ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ,ସୁନ୍ଦରଗଡ଼ରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ,ଗଜପତିରେ ଖଣିମନ୍ତ୍ରୀ ବିଭୂତି ଭୂଷଣ ଜେନା,ଭଦ୍ରକରେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ନବରଙ୍ଗପୁରରେ ଶ୍ରମମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, ସୁବର୍ଣ୍ଣପୁରରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଅନୁଗୁଳରେ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ରାୟଗଡ଼ାରେ ମତ୍ସ୍ୟ ଏବଂ ପଶୁ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଓ ମୟୂରଭଞ୍ଜରେ ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ ପତାକା ଉତ୍ତୋଳନ କରିବେ।