ପ୍ରମୂଖ ଖବର
  • ପାରାଦୀପ ବନ୍ଦରରେ ସିବିଆଇ ଚଢ଼ାଉ, ପୋର୍ଟ ପ୍ରଶାସନ ବିଲ୍ଡିଂରେ ୪ ଜିଣିଆ ଟିମ୍‌ର ଖୋଳତାଡ
  • ||
  • କଟକ : ମହାନଦୀ ପଠାରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ
  • ||
  • ଛତିଶଗଡ଼ର ବିଜାପୁରରେ ଏନ୍‌କାଉଣ୍ଟର, ସୁରକ୍ଷାବାହିନୀ ଗୁଳିରେ ୨୨ ନକ୍ସଲ ସଫା, ଜଣେ ଯବାନ ସହିଦ୍
  • ||
  • ନୟାଗଡ଼ରେ ଅଭାବନୀୟ ଘଟଣା, ଶୌଚାଳୟରେ ପ୍ରସବ କଲେ ଯୁକ୍ତ ୩ ଛାତ୍ରୀ
  • ||
  • ପ୍ରଶ୍ନକାଳ ଆରମ୍ଭରୁ ବିଧାନସଭାରେ ହୋହାଲ୍ଲା, ୧୨ଟା ଯାଏଁ ଗୃହ ମୁଲତବୀ
  • ||
  • ଗଜପତି: ଦୁଇ ବ୍ୟବସାୟୀଙ୍କ ଭାଇଙ୍କ ଘରେ ଆଇଟି ଚଢ଼ାଊ, ଆୟକର ବିଭାଗ ୧୨ ଅଧିକାରୀ ସାମିଲ୍
  • ||
  • ସମ୍ବଲପୁର: ପିଲାଙ୍କ ଭବିଷ୍ୟତ ସହିତ ସାଙ୍ଘାତିକ ଖେଳ, ପରୀକ୍ଷା ପୂର୍ବରୁ ୟୁଟ୍ୟୁବରେ ଘୂରି ବୁଲୁଛି ୭ମ ଏବଂ ୮ମ ପ୍ରଶ୍ନପତ୍ର
  • ||
  • ବୌଦ୍ଧ : ୧୨ କ୍ଵିଣ୍ଟାଲ ଗଞ୍ଜେଇ ଜବତ, ୨ ଗିରଫ
  • ||
  • ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିର ଆର୍ଥିକ ଅନିୟମିତତା ମାମଲା : ରାଜା ଚକ୍ରଙ୍କ ସହଯୋଗୀ ସମୀର ଜେନା
  • ||
  • ସେଣ୍ଟ୍ରାଲ ବ୍ୟାଙ୍କ୍ ଅଫ୍‌ ଇଣ୍ଡିଆର ଏଟିଏମ୍‌ ତାଡି ନେଲେ ଦୁର୍ବୃତ୍ତ, ଜେସିବି ମାଲିକ ଅଟକ
  • ||
  • ତାତିରେ ବ୍ରେକ୍ ଲଗାଇବ କାଳବୈଶାଖୀ, ଆଜି ୬ ଜିଲ୍ଲାରେ ବର୍ଷା, ପବନ ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି
  • ||

ଭାରତ ଏବଂ ୟୁରୋପୀୟ ସଂଘ ମଧ୍ୟରେ ଶିକ୍ଷା, ଗବେଷଣା ଏବଂ ଦକ୍ଷତା ବିକାଶ ସମ୍ପର୍କ ନିବିଡ ହେବ - ଧର୍ମେନ୍ଦ୍ର ପ୍ରଧାନ

Published By : Prameya | February 28, 2025 6:57 PM

ନୂଆଦିଲ୍ଲୀ/ଭୁବନେଶ୍ୱର, ୨୮/୨ : ଭାରତ ଓ ୟୁରୋପୀୟ ସଂଘ ମଧ୍ୟରେ ଶିକ୍ଷା ଓ ଦକ୍ଷତା କ୍ଷେତ୍ରରେ ଥିବା ସମ୍ପର୍କକୁ ଅଧିକ ନିବିଡ ଓ ମଜଭୂତ୍ କରିବା ଦିଗରେ ଶୁକ୍ରବାର ୟୁରୋପୀୟ ଆୟୋଗର ସାମାଜିକ ଅଧିକାର, ଦକ୍ଷତା, ଗୁଣାତ୍ମକ ଚାକିରି ଏବଂ ପ୍ରସ୍ତୁତି ବିଭାଗର କାର୍ଯ୍ୟନିର୍ବାହୀ ଉପାଧ୍ୟକ୍ଷ ରୋକ୍ସାନା ମିଞ୍ଜାତୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଛନ୍ତି । ଏହି ସାକ୍ଷାତ୍ ଆଲୋଚନା ଅବସରରେ ଭାରତ ଏବଂ ୟୁରୋପୀୟ ସଂଘ ମଧ୍ୟରେ ଶିକ୍ଷାଗତ, ଗବେଷଣା ଏବଂ ଦକ୍ଷତା ବିକାଶ ସମ୍ପର୍କକୁ ଅଧିକ ନିବିଡ କରିବା ସହିତ ସମ୍ଭାବ୍ୟ ଭାଗିଦାରୀ ଉପରେ ଫଳପ୍ରଦ ଆଲୋଚନା ହୋଇଛି । ସ୍ଥାୟୀତ୍ୱ, ପ୍ରଯୁକ୍ତିବିଦ୍ୟା ଏବଂ ଏଆଇ ଭଳି ପାରସ୍ପରିକ ଲାଭଦାୟକ କ୍ଷେତ୍ରରେ ଶିକ୍ଷା ଓ ଦକ୍ଷତା ଅନୁଷ୍ଠାନଗୁଡ଼ିକ ମଧ୍ୟରେ ଭାଗିଦାରୀ ସୃଷ୍ଟି କରିବା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଛି । ସେହିପରି ଯୋଗ୍ୟତାର ପାରସ୍ପରିକ ସ୍ୱୀକୃତି ପାଇଁ ଏକ ଢାଞ୍ଚା ସ୍ଥାପନ କରିବା, ଛାତ୍ରଛାତ୍ରୀଙ୍କ ଦ୍ୱିପାକ୍ଷିକ ଗତିଶୀଳତାକୁ ପ୍ରୋତ୍ସାହିତ କରିବା ଉପରେ ଦୁଇ ନେତୃତ୍ୱ ବିଚାରବିମର୍ଶ କରିଥିଲେ । 

ଅନୁରୂପ ଭାବରେ ଅଧ୍ୟାପକ ବା ଶିକ୍ଷକ ବିନିମୟ, ବିଶ୍ୱବିଦ୍ୟାଳୟ ଗୁଡ଼ିକ ମଧ୍ୟରେ ଜଏଣ୍ଟ/ଡୁଆଲ ଡିଗ୍ରୀ ଏବଂ ଟୁଇନିଂ ପ୍ରୋଗ୍ରାମ ସହ ଭାରତରେ ଥିବା ପ୍ରମୁଖ ୟୁରୋପୀୟ ସଂଘ ବିଶ୍ୱବିଦ୍ୟାଳୟଗୁଡିକର ଅଫସୋର କ୍ୟାମ୍ପସର ସମ୍ଭାବନା ଉପରେ ବୈଠକରେ ଚର୍ଚ୍ଚା ହୋଇଥିଲା । ଶିକ୍ଷଣ ଏବଂ ଦକ୍ଷତା ବ୍ୟବଧାନକୁ ଦୂର କରିବା ସହିତ ଲର୍ଣ୍ଣିଂ ଏବଂ ସ୍କିଲିଂ ଇକୋସିଷ୍ଟମରେ ଉନ୍ନତି ଆଣିବା ପାଇଁ ଭାରତ ଓ ୟୁରୋପୀୟ ସଂଘ ମଧ୍ୟରେ ସହଯୋଗକୁ ତ୍ୱରାନ୍ୱିତ କରିବା ଦିଗରେ ଗୁରୁତ୍ୱାରୋପ କରାଯାଇଛି । ପାରସ୍ପରିକ ଶିକ୍ଷା ଓ ଦକ୍ଷତା ଏଜେଣ୍ଡାକୁ ଆଗକୁ ବଢ଼ାଇବା, ଜ୍ଞାନ ସେତୁକୁ ସୁଦୃଢ଼ କରିବା ଏବଂ ଶିକ୍ଷା, ଦକ୍ଷତା ବିକାଶ, ଗବେଷଣା ଓ ଉଦ୍ଭାବନ କ୍ଷେତ୍ରରେ ଗଭୀର ସହଯୋଗକୁ ପ୍ରୋତ୍ସାହିତ କରିବା ଉପରେ ଆଲୋଚନା ପାଇଁ ଏକ ଢାଞ୍ଚା ସୃଷ୍ଟି କରିବାକୁ ଉଭୟ ପକ୍ଷ ରାଜି ହୋଇଥିଲେ । ଆଜିର ବୈଠକ ଭାରତ-ୟୁରୋପୀୟ ସଂଘର ଶିକ୍ଷା ଏବଂ ଦକ୍ଷତା ବିକାଶ ଭାଗିଦାରୀରେ ଗୁରୁତ୍ୱପୂର୍ଣ୍ଣ ଅଗ୍ରଗତି ପାଇଁ ପଥ ପ୍ରଶସ୍ତ କରିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି । 

ଭାରତ-ୟୁରୋପୀୟ ସଂଘ ରଣନୈତିକ ଭାଗିଦାରୀକୁ ଆହୁରି ଶକ୍ତିଶାଳୀ କରିବା ଏବଂ ନୂତନ ମାନଦଣ୍ଡ ସୃଷ୍ଟି କରିବା ଉପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ୟୁରୋପୀୟ ଆୟୋଗର ଉପାଧ୍ୟକ୍ଷଙ୍କ ଚିନ୍ତାଧାରାକୁ ପ୍ରଶଂସା କରିଥିଲେ । ଏହି ଆଲୋଚନା କାଳରେ କେନ୍ଦ୍ର ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ତଥା ଶିକ୍ଷା ରାଷ୍ଟ୍ର ମନ୍ତ୍ରୀ ଜୟନ୍ତ ଚୌଧୁରୀ ମଧ୍ୟ ଉପସ୍ଥିତ ଥିଲେ ।

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.