PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ: ପ୍ରଥମ ଦିନରେ ଶୋକ ପ୍ରସ୍ତାବ ପାରିତ, ଆସିବ ପୂର୍ଣ୍ଣାଙ୍ଗ ବଜେଟ୍
  • ||
  • ନୂଆଦିଲ୍ଲୀ; ଫୁଟ୍‌ ଉପରେ ବିମାନ କ୍ୟାବିନରେ ଦେଖିବାକୁ ମିଳିଲା ଧୁଆଁ; ଦିଲ୍ଲୀ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କଲା ସ୍ପାଇସଜେଟ୍‌
  • ||
  • ଭୁବନେଶ୍ୱର: ୪ରେ ଲଘୁଚାପ, ଆଜିଠୁ ବଢ଼ିବ ବର୍ଷା
  • ||
  • ଚୌଦ୍ୱାର : ଜଗା ଦର୍ଶନ ସାରି ଘରକୁ ଫେରୁଥିବା ବେଳେ ବୋଲେରୋକୁ ପିଟିଲା ଟ୍ରକ: ଜଣେ ମୃତ, ୯ ଗୁରୁତର
  • ||
  • ପୁରୀ: ଦାରୁବ୍ରହ୍ମଙ୍କ ପତିତପାବନ ଯାତ୍ରା: ଆଜି ଜନ୍ମବେଦିକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବାରିପଦା: ଆଜି ଗଡ଼ିବ ଦ୍ୱିତୀୟ ଶ୍ରୀକ୍ଷେତ୍ର ରଥ, ସୁଭଦ୍ରାଙ୍କ ରଥକୁ ଟାଣିବେ ମହିଳା ଶ୍ରଦ୍ଧାଳୁ
  • ||
  • କଟକ: ଆଜିଠୁ ମିଳିତ ପୁଲିସ୍‌ ସେବା ପରୀକ୍ଷା, ୩୪ କେନ୍ଦ୍ରରେ ପରୀକ୍ଷା ଦେବେ ୨୯ ହଜାର ୬୪୪ ପରୀକ୍ଷାର୍ଥୀ
  • ||

ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-୨୦ ସିରିଜ୍‌ ପାଇଁ ଭାରତୀୟ ଦଳ ଘୋଷଣା, ବାଦ୍‌ ପଡ଼ିଲେ ଶିଖର ଧାଓ୍ଵନ, ରୋହିତ-କୋହଲିଙ୍କୁ ବିଶ୍ରାମ

pic - internet

ନୂଆଦିଲ୍ଲୀ,୦୫/୨୨: ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-୨୦ ସିରିଜ୍‌ ପାଇଁ ରବିବାର ଭାରତୀୟ ଦଳ ଘୋଷଣା କରାଯାଇଛି। କେଏଲ ରାହୁଲଙ୍କୁ ଦଳର ଅଧିନାୟକ କରାଯାଇଥିବା ବେଳେ ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କ ପରି ବରିଷ୍ଠ ଖେଳାଳିଙ୍କୁ ବିଶ୍ରାମ ଦିଆଯାଇଛି। ବିସିସିଆଇ ୧୮ ଜଣିଆ ଭାରତୀୟ ଦଳ ଘୋଷଣା କରିଛି।

ତେବେ ଶିଖର ଧାଓ୍ଵନଙ୍କୁ ଏହି ସିରିଜରେ ଦଳର ଅଧିନାୟକ କରାଯିବା ନେଇ ଚର୍ଚ୍ଚା ହୋଇଥିଲା ହେଲେ ତାଙ୍କୁ ଏହି ଦଳରେ ସ୍ଥାନ ମିଳିନି। ଟି-୨୦ ସିରିଜରେ ଧାଓ୍ଵନଙ୍କ ବ୍ୟତୀତ ରୋହିତ-କୋହଲିଙ୍କ ବ୍ୟତୀତ ଯଶପ୍ରୀତ ବୁମରା, ମହମ୍ମଦ ଶାମିଙ୍କୁ ବିଶ୍ରାମ ଦିଆଯାଇଛି।ଟି-୨୦ ଦଳରେ ଅନେକ ବଡ ଖେଳାଳିଙ୍କ ପ୍ରତ୍ୟାବର୍ତ୍ତନ ଘଟିଛି। ସେଥିରେ  ହାର୍ଦ୍ଦିକ ପାଣ୍ଡ୍ୟା, ଦିନେଶ କାର୍ତ୍ତି, କୁଲଦୀପ ଯାଦବ, ୟୁଜବେନ୍ଦ୍ର ଚହଲଙ୍କ ପରି ନାମ ସାମିଲ୍। ଏହା ବ୍ୟତୀତ ଆଇପିଏଲ ୨୦୨୨ରେ ଦମଦାର ପ୍ରଦର୍ଶନ କରିଥିବା ଖେଳାଳିଙ୍କୁ ମଧ୍ୟ ସୁଯୋଗ ମିଳିଛି। ଅର୍ଶଦୀପ ସିଂହ ଏବଂ ଉମରାନ ମଲିକଙ୍କୁ ପ୍ରଥମ ଥର ଭାରତୀୟ ଦଳରେ ସୁଯୋଗ ମିଳିଛି।

ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ୍ ପାଇଁ ଭାରତୀୟ ଦଳ

କେଏଲ ରାହୁଲ(ଅଧିନାୟକ), ଋତୁରାଜ ଗାଏକଓ୍ଵାଡ, ଇଶାନ କିଷଣ, ଦୀପକ ହୁଡ୍ଡା, ଶ୍ରେୟସ ଆୟର, ଋଷଭ ପନ୍ତ, ଦିନେଶ କାର୍ତ୍ତିକ, ହାର୍ଦ୍ଦିକ ପାଣ୍ଡ୍ୟା, ଭେଙ୍କଟେଶ ଆୟର, ୟୁଜବେନ୍ଦ୍ର ଚହଲ, କୁଲଦୀପ ଯାଦବ, ଅକ୍ଷର ପଟେଲ, ରବି ବିଷ୍ଣୋଇ, ଭୁବନେଶ୍ଵର କୁମାର, ହର୍ଷଲ ପଟେଲ, ଅଭେଶ ଖାନ, ଅର୍ଶଦୀପ ସିଂହ, ଉମରାନ ମଲିକ।

ସମ୍ବନ୍ଧିତ ଖବର