PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ରାଜ୍ୟରେ ଚଳିତ ବର୍ଷ ବଢିବନି ବିଜୁଳି ଦର
  • ||
  • ଓଡ଼ିଶାର ୭ ସହର ବାୟୁ ପ୍ରଦୂଷିତ,ରାଉରକେଲା ସହର ଅଧିକ ପ୍ରଦୂଷିତ
  • ||
  • ୮ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ, ବଜ୍ରପାତ ସହ ବର୍ଷା ସମ୍ଭାବନା
  • ||
  • ଭୁବନେଶ୍ୱର- ମଦୁଆ ଗାଡି ଚାଳକ ସାବଧାନ, ଆଜିଠୁ ଚେକିଂ ଜୋରଦାର
  • ||
  • ପୁରୀ : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ସାକ୍ଷାତ କରିବେ ଦିଦି, ସନ୍ଧ୍ୟାରେ ପଶ୍ଚିମବଙ୍ଗ ଫେରିଯିବେ
  • ||
  • ଭୁବନେଶ୍ୱର : ପଶ୍ଚିମା ଝଡ଼ ପୁଣି ସକ୍ରିୟ, ଆଗାମୀ ୪ ଦିନ ବର୍ଷା ସମ୍ଭାବନା
  • ||
  • ଭୁବନେଶ୍ୱର : ଓଡ଼ିଆ ଟେଲି ଜଗତକୁ ଝଟକା, ହୃଦଘାତରେ ଆଖିବୁଜିଲେ ଅଭିନେତା ସୋମଦତ୍ତ
  • ||

ଭାରତ-ବାଂଲାଦେଶ ବନ୍ଧୁତା ପାଇପଲାଇନର ଶୁଭାରମ୍ଭ ନେଇ ଧର୍ମେନ୍ଦ୍ରଙ୍କ ଟ୍ୱିଟ୍, କହିଲେ ଉର୍ଜା ସମ୍ପର୍କରେ ନୂଆ ଅଧ୍ୟାୟ ଆରମ୍ଭ

ନୂଆଦିଲ୍ଲୀ, ଭୁବନେଶ୍ୱର, ୧୮/୦୩ – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବାଂଲାଦେଶର ପ୍ରଧାନମନ୍ତ୍ରୀ ଶେଖ ହସୀନାଙ୍କ ଦ୍ୱାରା ଆଜି ଶୁଭାରମ୍ଭ ହୋଇଛି ଭାରତ-ବାଂଲାଦେଶ ବନ୍ଧୁତା ପାଇପଲାଇନ। ଏହା ଦ୍ୱାରା ଉଭୟ ଦେଶ ମଧ୍ୟରେ ଉର୍ଜା ସମ୍ପର୍କରେ ଏକ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି ବୋଲି ଟ୍ୱିଟ୍ କରି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଧର୍ମେନ୍ଦ୍ର ଟ୍ୱିଟ୍ କରିଛନ୍ତି ଯେ ଆଜି ପ୍ରଧାନମନ୍ତ୍ରୀ ମୋଦି ବାଂଲାଦେଶର ପ୍ରଧାନମନ୍ତ୍ରୀଙ୍କ ସହିତ ଦୁଇ ଦେଶ ମଧ୍ୟରେ ଉର୍ଜା ସୁରକ୍ଷା ବୃହତ ରଣନୈତିକ ପ୍ରକଳ୍ପ ‘ଭାରତ ବାଂଲାଦେଶ ପେଟ୍ରୋଲିୟମ ଉତ୍ପାଦ ପାଇପଲାଇନ’ ତଥା ବନ୍ଧୁତା ପାଇପଲାଇନର ଉଦଘାଟନ କରିଛନ୍ତି । ବାଂଲାଦେଶର ବିକାଶର ଏହି ଯାତ୍ରାରେ ଭାରତ ଏକ ସହଯୋଗୀ ରାଷ୍ଟ୍ର ହୋଇଛି । ୨୦୧୫ ମସିହା ଜୁନ ମାସରେ ପ୍ରଧାନମନ୍ତ୍ରୀଙ୍କ ଐତିହାସିକ ବାଂଲାଦେଶ ଗସ୍ତରୁ ଏହି ପ୍ରକଳ୍ପର କଳ୍ପନା କରାଯାଇଥିଲା । ପ୍ରଧାନମନ୍ତ୍ରୀ ମୋଦି ‘ନେବରହୁଡ୍ ଫାଷ୍ଟ ପଲିସି’ରେ ଲୋକଙ୍କ ମଧ୍ୟରେ ସମ୍ପର୍କକୁ ସୁଦୃଢ଼ କରିବା ନେଇ ମତ ପ୍ରକାଶ କରିଥିଲେ । 

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଦୁଇ ଦେଶ ମଧ୍ୟରେ ଉର୍ଜା ପ୍ରକଳ୍ପ ଜଡ଼ିତ ଥିବାରୁ  ଖୁସିବ୍ୟକ୍ତ କରିଛନ୍ତି। ଏହି ଐତିହାସିକ ପ୍ରକଳ୍ପକୁ ସମ୍ପୂର୍ଣ୍ଣ କରିଥିବାରୁ ଶ୍ରୀ ପ୍ରଧାନ ଦୁଇ ଦେଶର ପ୍ରଧାନମନ୍ତ୍ରୀ, କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ହରଦୀପ ସିଂହ ପୁରୀ ଏବଂ ପ୍ରକଳ୍ପ ସହ ଜଡ଼ିତ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ଏବଂ ସମ୍ପର୍କକୁ ମଜଭୂତ୍ କରିବା ପାଇଁ ବନ୍ଧୁତା ପାଇପଲାଇନ ଅନ୍ୟ ଏକ ପଦକ୍ଷେପ ବୋଲି ଟ୍ୱିଟରେ ଉଲ୍ଲେଖ କରିଛନ୍ତି ।