ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

କମାଲ୍‌ କଲେ ନୀତିଶ-ରିଙ୍କୁ ଯୋଡ଼ି, ବାଂଲାଦେଶକୁ ୨୨୨ ରନ୍‌ର ଟାର୍ଗେଟ ଦେଲା ଭାରତ

Published By : Tapas Panda | October 9, 2024 8:47 PM

Image Courtesy: espncricinfo

ନୂଆଦିଲ୍ଲୀ: ବାଂଲାଦେଶ ବିପକ୍ଷ ୩ ଦିବିସୀୟ ଟି-୨୦ ସିରିଜ୍‌ର ଦ୍ଵିତୀୟ ମ୍ୟାଚ୍‌ରେ ଭାରତୀୟ ଟିମ୍‌ ବଡ଼ ସ୍କୋର କରିଛି । ମ୍ୟାଚ୍ରେ ନୀତିଶ ରେଡ୍ଡୀ ଓ ରିଙ୍କୁ ସିଂଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ନିର୍ଦ୍ଧାରିତ ଓଭରରେ ୯ ଓ୍ଵିକେଟ୍ ହରାଇ ୨୨୧ ରନ କରିଛି । ସିରିଜ୍ ବରାବର ପାଇଁ ବାଂଲାଦେଶ ସମ୍ମୁଖରେ ୨୨୨ ରନର ବିଜୟ ଲକ୍ଷ୍ୟ ରଖିଛି । ନୀତିଶ ରେଡ୍ଡୀ ଟି-୨୦ କ୍ୟାରିୟରର ପ୍ରଥମ ଅର୍ଦ୍ଧଶତକ ହାସଲ କରିବା ସହ ୩୪ ବଲରୁ ୭୪ ରନ ଓ ରିଙ୍କୁ ସିଂହ ୫୩ ରନର ଧୂଆଁଧାର ଇନିଂସ ଖେଳିଛନ୍ତି । ହାର୍ଦ୍ଦିକ ପାଣ୍ଡ୍ୟା ୩୨ ରନ କରିଛନ୍ତି । ମ୍ୟାଚରେ ଟସ୍ ଜିତି ବାଂଲାଦେଶ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା ।

ପ୍ରଥମେ ବ୍ୟାଟିଂ କରିଥିବା ଭାରତର ଓପନର ସଞ୍ଜୁ ସାମସନ(୧୦) ଓ ଅଭିଷେକ ଶର୍ମା(୧୫)ରନ କରି ଆଉଟ ହୋଇଥିଲେ। ଅଧିନାୟକ ସୂର୍ଯ୍ୟକୁମାର ଯାଦବ(୮) ଆଜି ବିଫଳ ହୋଇଛନ୍ତି। ୪୧ ରନରେ ୩ ଓ୍ଵିକେଟ୍ ହରାଇଥିଲା । ଏହା ପରେ ମଧ୍ୟକ୍ରମରେ ନୀତିଶ ରେଡ୍ଡୀ ଓ ରିଙ୍କୁ ସିଂ କ୍ରିଜକୁ ଆସିବା ମାତ୍ରେ ବିସ୍ଫୋରକ ବ୍ୟାଟିଂ କରିଥିଲେ । ଦୁଇ ବ୍ୟାଟର ୧୦୮ ରନର ଶତକୀୟ ଇନିଂସ ଯୋଡ଼ିଥିଲେ । ଏହି କ୍ରମରେ ଦୁଇ ବ୍ୟାଟର ଅର୍ଦ୍ଧଶତକ ହାସଲ କରି ଦଳ ପାଇଁ ବିଶାଳ ସ୍କୋର କରିବାରେ ସହାୟକ ହୋଇଥିଲେ ।

ଭାରତ ଶେଷ ଆଡ଼କୁ ଦ୍ରୁତ ଗତିରେ ରନ ସଂଗ୍ରହ କରିବା ଲକ୍ଷ୍ୟରେ ଶେଷ ୨ ଓଭରରେ ୪ ଓ୍ଵିକେଟ୍ ହରାଇଥିଲା। ଶେଷରେ ଭାରତ ନିର୍ଦ୍ଧାରିତ ଓଭରରେ ୯ ଓ୍ଵିକେଟ୍ ହରାଇ ୨୨୧ ରନର ବିଶାଳ ସ୍କୋର କରିଛି । ସେପଟେ ବାଂଲାଦେଶର ରିଶାଦ ହୋସେନ ସର୍ବାଧିକ ୩ଟି ଓ୍ବିକେଟ ନେଇଛନ୍ତି । ସେହିଭଳି ତାସକିନ ଅହମ୍ମଦ, ତାଞ୍ଜିମ ହାସନ ସାକିବ ଏବଂ ମୁସ୍ତାଫିଜୁର ରେହମାନ ୨ଟି ଲେଖାଏଁ ଓ୍ବିକେଟ ଅକ୍ତିଆର କରିଛନ୍ତି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.