ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ଇଡେନ ଗାର୍ଡେନରେ ଆଣ୍ଠେଇଲା ଇଂଲଣ୍ଡ; ୧୩୨ ରନ୍‌ରେ ଅଟକିଲା ଦଳୀୟ ସ୍କୋର

Published By : Soubhagya Ranjan | January 22, 2025 9:15 PM

Image source: Cricbuzz

ନୂଆଦିଲ୍ଲୀ,୨୨/୦୧: ଭାରତ ଓ ଇଂଲଣ୍ଡ ମଧ୍ୟରେ ବର୍ଷର ପ୍ରଥମ ଟି୨୦ ସିରିଜ ଆରମ୍ଭ ହୋଇଛି। ପ୍ରଥମ ମ୍ୟାଚ୍‌ ବୁଧବାର କୋଲକାତାର ଇଡେନ ଗାର୍ଡେନରେ ଖେଳାଯାଇଛି।  ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା ଭାରତ। ଭାରତୀୟ ବୋଲରଙ୍କ ସମ୍ମୁଖରେ ଇଂଲଣ୍ଡର ଫିକା ପ୍ରଦର୍ଶନ ଦେଖିବାକୁ ମିଳିଥିଲା। ୧୩୨ ରନ୍‌ରେ ଅଲ୍‌ ଆଉଟ୍‌ ହୋଇଥିଲା ଭ୍ରମଣକାରୀ ଦଳ।  ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ସିରିଜର ପ୍ରଥମ ମ୍ୟାଚ୍ କୋଲକାତାର ଇଡେନ ଗାର୍ଡେନ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚ୍‌ରେ ଭାରତୀୟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। 

ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ନିର୍ଦ୍ଧାରିତ ୨୦ ଓଭରରେ ମାତ୍ର ୧୩୨ ରନ୍ କରି ଅଲ ଆଉଟ ହୋଇଯାଇଛି। ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ନିର୍ଦ୍ଧାରିତ ୨୦ ଓଭରରେ ମାତ୍ର ୧୩୨ ରନ୍ କରି ଅଲ ଆଉଟ ହୋଇଯାଇଛି। ଦଳ ପକ୍ଷରୁ ଜସ ବଟଲର ସର୍ବାଧିକ ୬୮ ରନ୍(୮ ଚୌକା ୨ ଛକ୍କା) କରିଥିବା ବେଳେ ହ୍ୟାରୀ ବ୍ରୋକ ୧୭ ରନ୍ କରିଥିଲେ। ଅନ୍ୟ କୌଣସି ବ୍ୟାଟର ୧୫ ରନ୍‌ ପର୍ଯ୍ୟନ୍ତ ବି ଯାଇପାରି ନଥିଲେ। ଦଳର ୭ ବ୍ୟାଟର ଦୁଇ ଅଙ୍କ ବି ଛୁଇଁ ପାରି ନଥିଲେ। ସେହିପରି ଭାରତ ପକ୍ଷରୁ ବରୁଣ ଚକ୍ରବର୍ତ୍ତି ସର୍ବାଧିକ ୩ଟି ୱିକେଟ୍ ନେଇଛନ୍ତି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.