PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜୟ ହଜାରେ ଟ୍ରଫି: ଇତିହାସ ରଚିଲେ ଋତୁରାଜ, ଗୋଟିଏ ଓଭରରେ ମାରିଲେ ୭ ଛକା
  • ||
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ଦ୍ୱିତୀୟ ଟି-୨୦ ଜିତିଲା ଭାରତ , ଦକ୍ଷିଣ ଆଫ୍ରିକାକୁ ୧୬ ରନ୍‌ରେ ହରାଇ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ଗୁଆହାଟୀ – ଗୁଆହାଟୀରେ ଇଣ୍ଡିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳା ଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଭାରତର ଜିତାପଟ ହୋଇଛି । ଦକ୍ଷିଣ ଆଫ୍ରିକାକୁ ଧରାଶାୟୀ କରିଛି ଟିମ୍‌ ଇଣ୍ଡିଆ । ଦକ୍ଷିଣ ଆଫ୍ରିକାକୁ ୧୬ ରନ୍‌ରେ ହରାଇଛି ଭାରତ । ଏଠାରେ ଖେଳା ଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଆକର୍ଷଣୀୟ ବ୍ୟାଟିଂ କରିଥିଲା। ସୂର୍ଯ୍ୟକୁମାର ଯାଦବ ଓ ବିରାଟ କୋହଲିଙ୍କ ପାଳିର ଦମ୍‌ରେ ଭାରତ ୨୩୭ର ବଡ଼ ସ୍କୋର କରି ପାରିଥିଲା । ସାଉଥ୍‌ ଆଫ୍ରିକାକୁ ଏହି ମ୍ୟାଚ୍‌ ଜିତିବାକୁ ଓ ସିରିଜର ସମାନ ସ୍ତରରେ ରହିବା ପାଇଁ ୨୩୮ କରିବାକୁ ଥିଲା।

ଟିମ୍‌ ଇଣ୍ଡିଆ ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରିଥିଲା ଏବଂ ଆରମ୍ଭରୁ ନିଜର ଲକ୍ଷ୍ୟ ସ୍ପଷ୍ଟ କରି ଥିଲା । ପ୍ରଥମେ କେଏଲ୍‌ ରାହୁଲ ଓ ରୋହିତ ଶର୍ମାଙ୍କର ଯୋଡ଼ି ଆଫ୍ରିକା ଉପରେ ଜୋରଦାର ଆକ୍ରମଣ କରିଥିଲେ । ଏହାପରେ ସୂର୍ଯ୍ୟକୁମାର ଯାଦବ ଓ ବିରାଟ କୋହଲି କିଛି ଏମିତି କମାଲ କଲେ ଯାହା ସାମ୍ନାରେ ଦକ୍ଷିଣ ଆଫ୍ରିକା ଆଣ୍ଠେଇବା ନଜର ଆସିଲା । ସୂର୍ଯ୍ୟକୁମାର ମାତ୍ର ୨୨ ବଲ୍‌ରୁ ୬୧ ରନ କରିଥିବା ବେଳେ କେଏଲ ରାହୁଲ ୨୮ ବଲ୍‌ରୁ ୫୭ ରନର ଧୂଆଁଧାର ଇନିଂସ ଖେଳିଥିଲେ। ବିରାଟ କୋହଲି ୪୯ ରନର ଅପରାଜିତ ଇନିଂସ ଖେଳିଥିବା ବେଳେ ରୋହିତ ଶର୍ମା ୪୩ ରନ କରିଥିଲେ ।

ସମ୍ବନ୍ଧିତ ଖବର