PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଏକନାଥ ସିନ୍ଦେ, ଶପଥ ପାଠ କରାଇଲେ ରାଜ୍ୟପାଳ
  • ||
  • ଦେବେନ୍ଦ୍ର ଫଡନବିସ୍ ହେବେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ , ଟ୍ୱିଟ୍‌ କରି ସୂଚନା ଦେଲେ ଜେପି ନଡ୍ଡା
  • ||
  • ପୁଣି ଭୁବନେଶ୍ୱରରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ, କୋଭିଡ୍ ସଂକ୍ରମଣ ବଢ଼ିବାରୁ କଟକଣା ଜାରି । ମଲ୍ , ଦୋକାନ, ସରକାରୀ ଓ ଘରୋଇ ଅଫିସରେ କଟକଣା ପାଳନ ନିର୍ଦ୍ଦେଶ। ସର୍ବସାଧାରଣ ସ୍ଥାନରେ ୨ ମିଟର ସାମାଜିକ ଦୂରତା ନିର୍ଦ୍ଦେଶ
  • ||
  • ଏକନାଥ ସିନ୍ଦେ ହେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ , ପ୍ରେସ୍‌ମିଟ୍‌ରେ ଦେବେନ୍ଦ୍ର ଫଡନବିସ୍‌ଙ୍କ ଘୋଷଣା
  • ||
  • ପୁରୀ : ଅଟକିଛି ପେଟା ନାଳର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ, ନାଳ ଭିତରେ ପଶି ପ୍ରତିବାଦ କଲେ ମହମ୍ମଦ ମୋକିମ୍
  • ||
  • ପୁରୀ : ରଥଯାତ୍ରା ପାଇଁ ସ୍ଵାସ୍ଥ୍ୟ ବିଭାଗର ସ୍ଵତନ୍ତ୍ର ବ୍ୟବସ୍ଥା, କୋଭିଡ୍ ପାଇଁ ପ୍ରସ୍ତୁତ ଅଛି ସ୍ଵତନ୍ତ୍ର ବେଡ୍
  • ||
  • ମୋରଡ଼ା : ମୋରଡ଼ାରେ ଥମୁନି ହାତୀ ଉପଦ୍ରବ, ଦନ୍ତା ଆକ୍ରମଣରେ ୨ ମୃତ
  • ||
  • ପୁରୀ : ରଥଖଳାକୁ ବିଜେ ହେଲା ଆଜ୍ଞାମାଳ, ସିଂହଦ୍ଵାର ସମ୍ମୁଖକୁ ଆସିବେ ୩ ରଥ
  • ||
  • ପୁରୀ : ରଥଯାତ୍ରା ପାଇଁ ଟ୍ରାଫିକ୍ ଓ ପାର୍କିଂ ବ୍ୟବସ୍ଥା, ମାଳତିପାଟପୁର ବସଷ୍ଟାଣ୍ଡରେ ରହିବେ ରାଜ୍ୟ ବାହାରୁ ଆସୁଥିବା ଯାତ୍ରୀବାହି ବସ୍
  • ||
  • ଭୁବନେଶ୍ଵର : ବିଏମସିର ଡ୍ରାଇ ଡେ ପାଳନ, ମଶା ବଂଶ ବୃଦ୍ଧିକୁ ନାଶ କରିବାକୁ ରାଜଧାନୀବାସୀଙ୍କୁ ଆହ୍ଵାନ କଲେ ବିଏମସି କମିଶନର
  • ||
  • ଭୁବନେଶ୍ଵର : କଂଗ୍ରେସକୁ ଝଟ୍‌କା, ଦଳର ସମ୍ପାଦକ ପଦରୁ ଇସ୍ତଫା ଦେଲେ ମହମ୍ମଦ ମୋକିମ୍
  • ||

ଇସଲାମିକ୍ ଦେଶଗୁଡିକର ବୈଦେଶିକ ମନ୍ତ୍ରୀଙ୍କ ବୈଠକକୁ ସୁଷମାଙ୍କୁ ନିମନ୍ତ୍ରଣ

ନୂଆଦିଲ୍ଳୀ,୨୩।୨: ପୁଲଓ୍ବାମାରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଅନ୍ତଃର୍ଜାତୀୟ ସ୍ତରରେ ଲଗାତାର ଭାବରେ ପାକିସ୍ତାନକୁ ଘେରିବାରେ ଲାଗିଛି। ଯାହାର ପ୍ରଭାବ ଏବେ ଦେଖିବାକୁ ମିଳିଛି। ଏହି ପ୍ରସଙ୍ଗରେ ଭାରତକୁ ଆଉ ଏକ ସଫଳତା ମିଳିଛି।  ଇସଲାମିକ୍ ସହଯୋଗ ସଂଗଠନର ବୈଦେଶିକ ମନ୍ତ୍ରୀଙ୍କ ବୈଠକରେ ଭାଗ ନେବା ପାଇଁ ଭାରତର ବୈଦେଶିକ ମନ୍ତ୍ରୀ ସୁଷମା ସ୍ବରାଜଙ୍କୁ ସମ୍ମାନିତ ଅତିଥି ଭାବରେ ନିମନ୍ତ୍ରଣ କରାଯାଇଛି।

ୟୁଏଇର ବୈଦେଶିକ ମନ୍ତ୍ରୀ ଏଚଏଚ ଶେଖ ଅବଦୁଲା ବିନ ଜାୟେଦ ଅଲ୍ ନାହୟାନ ଭାରତର ବୈଦେଶିକ ମନ୍ତ୍ରୀ ସୁଷମା ସ୍ବରାଜଙ୍କୁ ସମ୍ମାନିତ ଅତିଥି ଭାବରେ ସମ୍ମାନିତ କରିବା ପାଇଁ ନିମନ୍ତ୍ରଣ କରିଛନ୍ତି। ଏଠାରେ ସେ ଇସଲାମିକ୍ ସହଯୋଗ ସଂଗଠନ ଦ୍ବାରା ଆୟୋଜିତ କରାଯାଇଥିବା ବୈଦେଶିକ ମନ୍ତ୍ରୀଙ୍କ ପରିଷଦର ୪୬ ତମ ସଂସ୍କରଣର ଉଦଘାଟନ ସମାରୋହରେ ଭାଷଣ ଦେବେ । ଗତ ୫୦ ବର୍ଷ ପରେ ପ୍ରଥମ ଥର ପାଇଁ ଏହି ସମ୍ମିଳନୀରେ ଭାରତର କୌଣସି ବୈଦେଶିକ ମନ୍ତ୍ରୀଙ୍କୁ ପରିଷଦର ପ୍ଳେନେରିରେ ସାମିଲ ହେବାକୁ ନିମନ୍ତ୍ରଣ କରାଯାଇଛି। ତୁର୍କୀ, ବାଂଲାଦେଶର ସମର୍ଥନ ଅନୁଯାୟୀ ଭାରତକୁ ଇସଲାମିକ୍ ସହଯୋଗ ସଂଗଠନରେ ପର୍ଯ୍ୟବେକ୍ଷକର ମାନ୍ୟତା ମିଳିଛି। ଏହା ଭାରତ ପାଇଁ ଖୁବ୍ ସକାରତ୍ମକ ବିକାଶ ଅଟେ।    

ସମ୍ବନ୍ଧିତ ଖବର