ପ୍ରମୂଖ ଖବର
  • ସୁନ୍ଦରଗଡ଼ : ବ୍ରାହ୍ମଣୀ ନଦୀରେ ବୁଡ଼ି ନାବାଳକ ନିଖୋଜ, ସର୍ଚ୍ଚ ଅପରେସନ୍‌ ଜାରି
  • ||
  • ଇଂଲଣ୍ଡ ଗସ୍ତ ପୂର୍ବରୁ ଭାରତକୁ ଲାଗିପାରେ ବଡ଼ ଝଟକା; ସାମି-ବୁମରାଙ୍କ ଖେଳିବାକୁ ନେଇ ସନ୍ଦେହ
  • ||
  • ସମ୍ୱଲପୁର : କଫ୍‌ ସିରପ୍‌ ଭର୍ତ୍ତି ବକ୍ସ ଚୋରି କରିବା ପଡ଼ିଲା ମହଙ୍ଗା, ସମ୍ବଲପୁର ଟାଉନ୍ ଥାନା ଏଏସ୍‌ଆଇ ନିଲମ୍ବିତ
  • ||
  • ରେକର୍ଡ ଭାଙ୍ଗିଲା ଶ୍ରୀନଗର ତାତି ; ୫୪ ବର୍ଷ ପରେ ୩୪ ଡିଗ୍ରୀ ପାର୍‌, ୧୩୩ ବର୍ଷ ପରେ ଜଳିଲା ମେ'
  • ||
  • ଭୁବନେଶ୍ୱର : ବିଦେଶରେ ଚାକିରି ଲୋଭ ଦେଖାଇ କୋଟି କୋଟି ଟଙ୍କା ଠକେଇ, ଅଭିଯୁକ୍ତ ଗିରଫ
  • ||
  • ମେ ୨୭ ନୁହେଁ, ୨୬ରେ ସାବିତ୍ରୀ ଛୁଟି ଘୋଷଣା କଲେ ସରକାର, ୨୭ରେ ଖୋଲା ରହିବ ସରକାରୀ ଅଫିସ୍
  • ||
  • ବିଳିବିଳଉଛି ପାକିସ୍ତାନ; 'ପାଣି ବନ୍ଦ କଲେ ଆମେ ତୁମ ନିଶ୍ୱାସ ବନ୍ଦ କରିଦେବୁ', ପୁରୁଣା ଡଇଲଗ ଦୋହରାଇଲେ ପାକ୍‌ ଜେନେରାଲ
  • ||
  • ସମ୍ବଲପୁର: ମାଲଖାନାରୁ କଫ୍‌ ସିରପ୍ ଚୋରି କରିଟାଉନ୍‌ ଥାନାରେ କାର୍ଯ୍ୟରତ ASI ବିଦ୍ୟୁତ୍ ପଣ୍ଡା ନିଲମ୍ବିତ
  • ||
  • ଭିଜିଲାନ୍ସ ଜାଲରେ R&B ଡିଭିଜନ୍‌ର କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀ, ଏକକାଳୀନ ୮ ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ର ଚଢ଼ାଉ
  • ||
  • ୨୭ ଯାଏ ଘୁଞ୍ଚିଲା ସ୍ପେସାଲ୍‌ ଓଟିଇଟି ଆବେଦନ, ଫର୍ମ ପୂରଣର ଅବଧିକୁ ବଢ଼ାଇଲା ବୋର୍ଡ
  • ||
  • କେନ୍ଦୁଝର : ବେଆଇନ ବାଲି ଚୋରା ଚାଲାଣ ବେଳେ ୩ ହାଇୱା ଜବତ, ୬ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଜରିମାନା ଆଦାୟ
  • ||
  • ଏବେ ୭୮୮ ଭାରତୀୟ ଛାତ୍ରଙ୍କର କଣ ହେବ ? ହାର୍ଭାର୍ଡରେ ବିଦେଶୀ ଛାତ୍ରଙ୍କ ନାମଲେଖା ଉପରେ ରୋକ୍ ଲଗାଇଲେ ଟ୍ରମ୍ପ
  • ||
  • ବାଂଲାଦେଶରେ କିଛି ଠିକ୍ ନାହିଁ ; ବିପଦରେ ୟୁନୁସଙ୍କ ଗାଦି, ସେନାମୁଖ୍ୟ ଦେଲେ ଅଲଟିମେଟ୍
  • ||
  • ନେପାଳରେ ଭୂକମ୍ପ ଝଟକା,ରିକ୍ଟର ସ୍କେଲରେ ତୀବ୍ରତା ୪.୭ ରେକର୍ଡ
  • ||
  • ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି : ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା, ୬ ମନ୍ତ୍ରୀ ପଦ ପାଇଁ ଆଶାୟୀଙ୍କ ଲବି ଭୁବନେଶ୍ୱରରୁ ଦିଲ୍ଲୀ
  • ||
  • ସୁବର୍ଣ୍ଣପୁର : ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ବାଜା ଗାଡ଼ି: ୨ ମୃତ, ୨୫ ଆହତ
  • ||
  • ଦେଶ ସମ୍ଭାଳିପାରୁ ନାହାନ୍ତି ବାଂଲାଦେଶ ଅନ୍ତରୀଣ ସରକାର ମହମ୍ମଦ ୟୁନୁସ, ଇସ୍ତଫା ଦେବାକୁ ବଳାଇଲେ ମନ
  • ||
  • ରାଜ୍ୟରେ ବଦଳିଲା ପାଗର ମିଜାଜ୍, ଖସିଲା ତାତି : ଏ ମାସ ଶେଷ ସୁଦ୍ଧା ମୌସୁମୀ, ୨୭ରେ ଲଘୁଚାପ ସମ୍ଭାବନା
  • ||

୨୦୩୫ ସୁଦ୍ଧା ସ୍ଥାପନ ହେବ ଭାରତର ମଡ୍ୟୁଲାର ଅନ୍ତରୀକ୍ଷ କେନ୍ଦ୍ର : ଇସ୍ରୋ ଅଧ୍ୟକ୍ଷ

Published By : Prameya | May 22, 2025 9:03 PM

ଭୁବନେଶ୍ୱର, ୨୨/୫ : ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଅର୍ଥାତ୍ ଇସ୍ରୋ ମହାକାଶରେ ୨୦୩୫ସୁଦ୍ଧା ଏକ ମଡ୍ୟୁଲାର ମହାକାଶ କେନ୍ଦ୍ର- “ଭାରତୀୟ ଅନ୍ତରୀକ୍ଷ ଷ୍ଟେସନ୍‌’’ ସ୍ଥାପନ କରିବାର ଯୋଜନା ରଖିଛି ବୋଲି ବୁଧବାର ଇସ୍ରୋର ଅଧ୍ୟକ୍ଷ ତଥା ମହାକାଶ ବିଭାଗର ସଚିବ ଡକ୍ଟର ଭି. ନାରାୟଣନ୍ କହିଛନ୍ତି । ବିଏଏସ୍‌ର ସ୍ଥାପନା ମହାକାଶ ଗବେଷଣା ଏବଂ ତତ୍‌ ସମ୍ପର୍କିତ ଅତ୍ୟାଧୁନିକ ମହାକାଶ ପ୍ରଯୁକ୍ତି ବିଦ୍ୟା କ୍ଷେତ୍ରରେ ଭାରତର ସ୍ଥିତିକୁ ସୁଦୃଢ଼ କରିବ ବୋଲି ସେ କହିଛନ୍ତି । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟରେ ଛାତ୍ରଛାତ୍ରୀ, ଗବେଷକ ଏବଂ ଫ୍ୟାକଲ୍ଟିମାନଙ୍କ ସହିତ ଆଲୋଚନା ପରିପ୍ରେକ୍ଷୀରେ ଏହି ସୂଚନା ଦେଇଛନ୍ତି ଇସ୍ରୋର ଅଧ୍ୟକ୍ଷ । ଭାରତର ପ୍ରଥମ ମାନବ ମହାକାଶ ମିଶନ, ‘ଗଗନାୟନ’ ୨୦୨୭ ମାର୍ଚ୍ଚ ସୁଦ୍ଧା କାର୍ଯ୍ୟକାରୀ ହେବା ନିମନ୍ତେ ପ୍ରଚେଷ୍ଟା ଚାଲିଥିବାବେଳେ ଏଥି ନିମନ୍ତେ ୪ଜଣ ଟେଷ୍ଟ ପାଇଲଟଙ୍କୁ ମହାକାଶଚାରୀ ଭାବେ ପ୍ରଶିକ୍ଷଣ ଦିଆଯାଉଥିବା ସେ ପ୍ରକାଶ କରିଛନ୍ତି । ଏହା ପୂର୍ବରୁ ମନୁଷ୍ୟ ନ ଥାଇ ଏହି ପରୀକ୍ଷା କରାଯିବ ।

ସେହିପରି ୨୦୪୭ସୁଦ୍ଧା ଭାରତ ବିଶ୍ୱରେ ଏକ ମହାକାଶ ଶକ୍ତି ଭାବେ ନିଜକୁ ପ୍ରସ୍ତୁତ କରିବାର ଲକ୍ଷ୍ୟ ରଖିଛି । ଏ ପର୍ଯ୍ୟନ୍ତ ଋଷିଆ, ଯୁକ୍ତରାଷ୍ଟ ଆମେରିକା ଏବଂ ଚୀନ୍ ହିଁ ମହାକାଶକୁ ମାନବ ପଠାଇବାରେ ସଫଳ ହୋଇପାରିଛନ୍ତି ବୋଲି ସେ କହିଥିଲେ । ଜଣେ ରକେଟ ବିଶେଷଜ୍ଞଭାବେ ପରିଚିତ ଡକ୍ଟର ନାରାୟଣନ କହିଥିଲେ ଯେ ଯଦିଓ ଭାରତର ମହାକାଶ ଅଭିଯାନ ୧୯୬୨ରେ ଆରମ୍ଭ ହୋଇଥିଲା ଏହି ଯାତ୍ରା ଖୁବ୍ ଲମ୍ବା ଥିଲା । ଦେଶ ଏବେ ଜଣେ ଭାରତୀୟଙ୍କୁ ନିରାପଦ ଭାବେ ଚନ୍ଦ୍ରକୁ ପଠାଇ ପୁଣି ସଫଳତାର ସହ ଫେରାଇ ଆଣିବା ନିମନ୍ତେ ଲକ୍ଷ୍ୟ ରଖିଛି ।  

ସେ କହିଥିଲେ ୧୯୬୯ ମସିହାରେ ଯେତେବେଳେ ଇସ୍ରୋ ପ୍ରତିଷ୍ଠା ହୋଇଥିଲା ସେତେବେଳକୁ ଯୁକ୍ତରାଷ୍ଟ୍ର ଆମେରିକା ସଫଳତାର ସହ ନିଲ ଆର୍ମଷ୍ଟ୍ରଙ୍ଗଙ୍କୁ ଚନ୍ଦ୍ରକୁ ପଠାଇସାରିଥିଲା । ତେବେ ବିଳମ୍ବରେ ଆରମ୍ଭ ହେବା ସତ୍ୱେ ଇସ୍ରୋ ଖୁବ୍ ଦୃଷ୍ଟାନ୍ତମୂଳକ ବିକାଶ କରିପାରିଛି । ୧୯୮୦ ମସିହାରେ ପ୍ରଥମ ଥର ପାଇଁ ଭାରତ ମହାକାଶକୁ ୩୫ କେଜିର ସାଟେଲାଇଟ୍ ପଠାଇବାରେ ସଫଳ ହୋଇପାରିଥିଲା । ପରବର୍ତୀ ସମୟରେ ଭାରତ ୬ଟି ପିଢ଼ିର ଲଂଚ ଭେହିକଲ ନିର୍ମାଣ କରିବାକୁ ସକ୍ଷମ ହୋଇଛି । ମାତ୍ର ୨୭ ଦିନ ମଧ୍ୟରେ ଏକ ୪୦ ମହଲା ଉଚ୍ଚର ରକେଟ ପ୍ରସ୍ତୁତ କରିବା ଭାରତ ନିମନ୍ତେ ଏକ ଉଲ୍ଲେଖନୀୟ  ସଫଳତା ବୋଲି ସେ କହିଥିଲେ । 

ଡ. ନାରାୟଣନ୍ କହିଥିଲେ ଯେ ଏପରି ଏକ ସମୟ ଥିଲା ଯେତେବେଳେ କ୍ରାୟୋଜେନିକ ଇଞ୍ଜିନ୍ ର ଜ୍ଞାନକୌଶଳ ନିମନ୍ତେ ଭାରତ ଅନ୍ୟ ଦେଶମାନଙ୍କର ସାହାଯ୍ୟ ଲୋଡ଼ି ଅପଦସ୍ତ ଓ ଅପମାନିତ ହୋଇଥିଲା । ମାତ୍ର ଦେଶ ଏହା ଏବେ ନିଜେ ନିର୍ମାଣ କରିବାକୁ ସକ୍ଷମ ଅଟେ । ଏ ପର୍ଯ୍ୟନ୍ତ ଭାରତ ୩ଟି କ୍ରାୟୋଜେନିକ ଇଞ୍ଜିନ୍ ପ୍ରସ୍ତୁତ କରିସାରିଥିବା ବେଳେ ସେଥିରୁ ୨ଟି ସଂପୂର୍ଣ୍ଣ ସ୍ୱଦେଶୀ ଜ୍ଞାନକୌଶଳରେ ପ୍ରସ୍ତୁତ ବୋଲି ସେ କହିଥିଲେ । ଭାରତ ପ୍ରଥମ ଦେଶ ଭାବେ ଚନ୍ଦ୍ରର ଦକ୍ଷିଣ ମେରୁରେ ଚନ୍ଦ୍ରାୟାନ୍‌-୩କୁ ଅବତରଣ କରାଇପାରିବା ସହ ଚନ୍ଦ୍ରପୃଷ୍ଠରେ ଜଳର ସନ୍ଧାନ ପାଇପାରିଥିବା ଏକ ବିରାଟ ସଫଳତା ବୋଲି ପ୍ରକାଶ କରି ସେ ଭାରତ ଗୋଟିଏ ମିଶନ୍‌ରେ ମହାକାଶରେ ୧୦୦ରୁ ଅଧିକ ସାଟେଲାଇଟ୍ ସ୍ଥାପନ କରି ବିଶ୍ୱ ରେକର୍ଡ କରିଥିବା କହିଥିଲେ । ଭାରତ ହେଉଛି ଏକ ମାତ୍ର ଦେଶ ଯିଏକି ପ୍ରଥମ   ପ୍ରୟାସରେ ହିଁ ମଙ୍ଗଳ ଗ୍ରହର ଅରବିଟରେ ପହଂଚିବାରେ ସକ୍ଷମ ହୋଇପାରିଛି ବୋଲି ସେ କହିଥିଲେ । ଡକ୍ଟର ନାରାୟଣନ୍ କହିଥିଲେ ଯେ, ଚନ୍ଦ୍ରାୟାନ -୪ ଏକ ଜଟିଳ ମିଶନ ଭାବେ ଉଭା ହୋଇପାରେ । କାରଣ ଏହି ମିଶନ ଜରିଆରେ ଚନ୍ଦ୍ରରେ ଥିବା ପଦାର୍ଥକୁ ଆଣିବାର ଯୋଜନା ରଖାଯାଇଛି । ସେହିପରି ଭାରତ ଜାପାନ୍‌ର ସହଭାଗିତାରେ ଚନ୍ଦ୍ରାୟାନ-୫ ଲଂଚ୍ କରିବାର ଯୋଜନା ରଖିଥିବା ସେ କହିଛନ୍ତି । 

ସୋଆରେ ଆୟୋଜିତ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସୋଆର ଅନ୍ତରାଷ୍ଟ୍ରୀୟ ଉପଦେଷ୍ଟା ମଣ୍ଡଳୀର ଅଧ୍ୟକ୍ଷ ତଥା ଆଇଆଇଟି ଖଡ଼ଗପୁରର ପୂର୍ବତନ ନିର୍ଦ୍ଦେଶକ ପ୍ରଫେସର ଦାମୋଦର ଆଚାର୍ଯ୍ୟ ଉପସ୍ଥିତ ଥିଲେ । ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଡକ୍ଟର ନାରାୟଣନ୍‌ଙ୍କୁ ସ୍ୱାଗତ କରିଥିବାବେଳେ ଆଡିସ୍‌ନାଲ୍ ଡିନ୍ (ଷ୍ଟୁଡେଂଟ ଆଫେୟାର୍ସ) ଆଇଟିଇଆର ପ୍ରଫେସର ରେଣୁ ଶର୍ମା ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ଆଇଟିଇଆର୍‌ର ନିର୍ଦ୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ୍‌, କଂଟ୍ରୋଲର ଅଫ୍ ଏଗ୍‌ଜାମିନେସନ୍ ପ୍ରଫେସର ମଞ୍ଜୁଳା ଦାସ ଏବଂ ବିଭିନ୍ନ ଅନୁଷ୍ଠାନର ଡିନ୍ ମାନେ ଉପସ୍ଥିତ ଥିଲେ । ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.