ପ୍ରମୂଖ ଖବର
  • ଆଇପିଏଲ୍‌କୁ ନେଇ ବିସିସିଆଇ ବଡ଼ ନିଷ୍ପତ୍ତି..ଭାରତ- ପାକ୍ ଯୁଦ୍ଧ ସ୍ଥିତି ପରେ ଅଧାରୁ IPL ଟୁର୍ଣ୍ଣାମେଣ୍ଟ ସ୍ଥଗିତ
  • ||
  • ଶିମିଳିପାଳ ପାଦ ଦେଶରୁ ତିନି ଶିକାରୀ ଗିରଫ, ୩ ବନ୍ଧୁକ ଜବତ
  • ||
  • ବଢୁଛି ଭାରତ-ପାକିସ୍ତାନ ଉତ୍ତେଜନା, ସ୍ଥଳପଥ ପରେ ଜଳପଥରେ ବି ହାଇଆଲର୍ଟ ଜାରି
  • ||
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

Pahalgam Attack: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତର କଠୋର ପଦକ୍ଷେପ; ସିନ୍ଧୁ ଜଳ ଚୁକ୍ତି ସ୍ଥଗିତ, ଅଟାରୀ ଚେକପୋଷ୍ଟ ବନ୍ଦ

Published By : Bijay Swain | April 23, 2025 10:19 PM

Image courtesy: indiatoday

ନୂଆଦିଲ୍ଲୀ: ଜମ୍ମୁ ଓ କାଶ୍ମୀରର ପହଲଗାମରେ ମଙ୍ଗଳବାର ଘଟିଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣ ପରେ ପଡୋଶି ପାକିସ୍ଥାନ ପାଇଁ କଠୋର ହୋଇଛି ଭାରତ। ଏହି ଆତଙ୍କୀ ଆକ୍ରମଣ ଜବାବରେ ଭାରତ ସରକାର ପାକିସ୍ତାନ ବିରୁଦ୍ଧରେ କଡା ପଦକ୍ଷେପ ଗ୍ରହଣ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ କମିଟି ଅନ ସିକ୍ୟୁରିଟି (ସିସିଏସ) ବୈଠକରେ ନିମ୍ନଲିଖିତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି:

ସିନ୍ଧୁ ଜଳ ଚୁକ୍ତି ସ୍ଥଗିତ: ୧୯୬୦ ମସିହାରେ ଭାରତ ଓ ପାକିସ୍ତାନ ମଧ୍ୟରେ ସ୍ୱାକ୍ଷରିତ ସିନ୍ଧୁ ଜଳ ଚୁକ୍ତିକୁ (Indus Waters Treaty) ତୁରନ୍ତ ପ୍ରଭାବରେ ସ୍ଥଗିତ ରଖାଯାଇଛି। ବୈଦେଶିକ ସଚିବ ବିକ୍ରମ ମିଶ୍ରୀ ଘୋଷଣା କରି କହିଛନ୍ତି ଯେ, ପାକିସ୍ତାନ ଆତଙ୍କବାଦକୁ ସମର୍ଥନ ବନ୍ଦ ନକରିବା ପର୍ଯ୍ୟନ୍ତ ଏହି ଚୁକ୍ତି ସ୍ଥଗିତ ରହିବ। ଏହି ଚୁକ୍ତି ଅନୁଯାୟୀ, ସିନ୍ଧୁ ନଦୀ   ଓ ଏହାର ଉପନଦୀଗୁଡ଼ିକର ଜଳ ବଣ୍ଟନ ନିୟମ କାର୍ଯ୍ୟକାରି ହୋଇଥାଏ। ଯେଉଁଥିରେ ପାକିସ୍ତାନ ଇଣ୍ଡସ ନଦୀର ପ୍ରାୟ ୮୦% ଜଳ ପାଇଥାଏ।

ଅଟାରୀ ଚେକପୋଷ୍ଟ ବନ୍ଦ: ଭାରତ-ପାକିସ୍ତାନ ସୀମାରେ ଥିବା ଅଟାରୀ ଚେକପୋଷ୍ଟକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରାଯାଇଛି। ଯାହା ଦୁଇ ଦେଶ ମଧ୍ୟରେ ବାଣିଜ୍ୟ ଓ ଯାତାୟାତକୁ ଗଭୀର ଭାବେ ପ୍ରଭାବିତ କରିବ।

ପାକିସ୍ତାନୀ ନାଗରିକଙ୍କ ପାଇଁ ଭିସା ବାତିଲ: ପାକିସ୍ତାନୀ ନାଗରିକଙ୍କୁ ଦିଆଯାଇଥିବା ସମସ୍ତ ଭିସା ବାତିଲ କରାଯାଇଛି। ଯେଉଁଥିରେ ଉଭୟ ଭିସା ସେବା ଓ କ୍ରସ ବୋର୍ଡର ଟ୍ରାଭେଲ ପରମିଟ ରହିଛି। ଏହାସହ ବର୍ତ୍ତମାନ ଭାରତରେ ଥିବା ପାକିସ୍ତାନୀ ନାଗରିକମାନଙ୍କୁ ୪୮ ଘଣ୍ଟା ମଧ୍ୟରେ ଦେଶ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି।

ପାକିସ୍ତାନୀ ସାମରିକ ପରାମର୍ଶ ଦାତାଙ୍କୁ ବହିଷ୍କାର: ଦିଲ୍ଲୀରେ ଥିବା ପାକିସ୍ତାନୀ ହାଇ କମିଶନରୁ ସମସ୍ତ ସାମରିକ ପରାମର୍ଶଦାତାଙ୍କୁ ବହିଷ୍କୃତ କରାଯାଇଛି। ଏହା ସହ ଏଠାରେ କାମ କରୁଥିବା ୫୫ ଜଣ କର୍ମଚାରିଙ୍କୁ ହ୍ରାସ କରି ୩୦ ଜଣ କରିବାକୁ ମଧ୍ୟ ନିର୍ଦ୍ଦେଶ ରହିଛି। 

ପାକିସ୍ତାନରେ ଭାରତୀୟ ଦୂତାବାସ ବନ୍ଦ: ପାକିସ୍ତାନରେ ଥିବା ଭାରତୀୟ ଦୂତାବାସକୁ ବନ୍ଦ କରାଯାଇଛି, ଯାହା ଦୁଇ ଦେଶ ମଧ୍ୟରେ କୂଟନୈତିକ ସମ୍ପର୍କରେ ଏକ ବଡ଼ ପରିବର୍ତ୍ତନକୁ ସୂଚାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.