ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ବାଲୁକା କଳାରେ ଭୋଟର ତାଲିକା ସଂଶୋଧନ କାର୍ଯ୍ୟର ଶୁଭାରମ୍ଭ

Published By : Ladu Kishor | October 28, 2024 8:58 PM

ପୁରୀ ୨୮/୧୦ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର ଏସ ଗୋପାଳନ ପୁରୀ ନିଳାଦ୍ରୀ ବିଚ୍ ଠାରେ ୨୦୨୫ ର ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ (SSR) ର ଥିମ୍ ଉପରେ ବାଲୁକା କଳା ମାଧ୍ୟମରେ ଶୁଭାରମ୍ଭ କରିଛନ୍ତି। 

ଭୋଟର ତାଲିକା ର ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ଅକ୍ଟୋବର ୨୯ ରୁ ଆରମ୍ଭ ହୋଇ ୨୮ ନଭେମ୍ବର ୨୦୨୪ ରେ ଶେଷ ହେବ । ଏହି ଅବସରରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଅତିରିକ୍ତ ସିଇଓ ଶତ୍ରୁଘ୍ନ କର, ଅତିରିକ୍ତ ସିଇଓ ମିହିର ପ୍ରସାଦ ମହାନ୍ତି, ଅତିରିକ୍ତ ସିଇଓ ପଦ୍ମଜା ଦାଶ, ଅତିରିକ୍ତ ସିଇଓ ଅନାମିକା ସିଂ, ଅତିରିକ୍ତ ସିଇଓ ଲକ୍ଷ୍ମୀ ପ୍ରସାଦ ସାହୁ, ଏଏଫଏ ତଥା ଯୁଗ୍ମ ସଚିବ ସଞ୍ଜୟ ଲୁଗୁନ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ, ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଉପଜିଲ୍ଲାପାଳ ଗୋପୀନାଥ କୁଅଁର, ଡେପୁଟି କଲେକ୍ଟର ରାକେଶ କୁମାର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ । 

ସିଇଓ ଶ୍ରୀ ଗୋପାଳନ ଗଣମାଧ୍ୟମକୁ ସୂଚନା ଦେଇ ପ୍ରତ୍ୟେକ ଭୋଟର ସେମାନଙ୍କ ମୂଲ୍ୟବାନ ମତାଧିକାରକୁ ସାବ୍ୟସ୍ତ କରିବାକୁ ନିଜ ନାମ ଭୋଟର ତାଲିକାରେ ସାମିଲ କରିବା ଜରୁରୀ, ନିର୍ଭୁଲ ଭୋଟର ତାଲିକା ନିର୍ବାଚନ କମିଶନଙ୍କ ଉଦ୍ଦେଶ୍ୟ ବୋଲି କହିଥିଲେ । ଯଦି ଜଣେ ୧୮ ବର୍ଷ ବୟସ ପୂରଣ କରିଛନ୍ତି ତେବେ ସେମାନେ ଭୋଟର ଭାବେ ନାମ ପଞ୍ଜିକରଣ କରିପାରିବେ । ଭୋଟର ହେଲ୍ପ ଲାଇନ ଆପ ମାଧ୍ୟମରେ ମଧ୍ୟ ସେମାନେ ପଞ୍ଜିକରଣ କରି ପାରିବେ ବୋଲି ସେ ସୂଚନା ଦେଇଥିଲେ । ଏହି ବାଲୁକା କଳା ମାଧ୍ୟମରେ ଭୋଟର ସଚେତନତାର ବାର୍ତ୍ତା ସମସ୍ତଙ୍କ ପହଞ୍ଚିବା ସହ ଭାରତର ନିର୍ବାଚନ କମିଶନରଙ୍କ ସୁସ୍ଥ ଓ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତରେ ସହାୟକ ହେବ ବୋଲି ସେ କହିଥିଲେ ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.