ପ୍ରମୂଖ ଖବର
  • ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ
  • ||
  • ନୂଆପଡା : ପାଇଖାନା ଟାଙ୍କି ସେଣ୍ଟ୍ରିଂ ଖୋଲିବା ବେଳେ ଅଘଟଣ, ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକ ମୃତ
  • ||
  • ପ୍ରଳୟଙ୍କରୀ ବନ୍ୟାରେ ଅସ୍ତବ୍ୟସ୍ତ ପାକିସ୍ତାନ, ୪୮ ଦିନରେ ଗଲାଣି ୬୫୦ ଜୀବନ
  • ||
  • ଢେଙ୍କାନାଳ : ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗସ୍ତ, ଚାପି ହୋଇ ରହିଥିବା ଡ୍ରାଇଭର ଉଦ୍ଧାର
  • ||
  • ଅସ୍ତରଙ୍ଗ ଏବଂ ଛତ୍ରପୁର ଆଇଆଇସି ନିଲମ୍ବିତ; ତଦନ୍ତ ରିପୋର୍ଟ ଦେବାକୁ ୨ ରେଞ୍ଜ ଆଇଜିଙ୍କୁ ଡିଜିପିଙ୍କ ନିର୍ଦ୍ଦେଶ
  • ||
  • ଚାଷୀ ପଞ୍ଜୀକରଣ ହେଲା ସରଳ; ବଂଶାନୁକ୍ରମିକ ପ୍ରମାଣପତ୍ର ବଦଳରେ ସେଲ୍ଫ ଡିକ୍ଲାରେସନରେ ରେଜିଷ୍ଟ୍ରେସନ
  • ||
  • ସୁନ୍ଦରଗଡ଼ : ଜୁଆ ଆଡ୍ଡାରେ ରେଡ୍‌; ୧୪ ଗିରଫ, ଲକ୍ଷାଧିକ ଟଙ୍କା ଜବତ
  • ||
  • ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଇଣ୍ଡୋନେସିଆ, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ
  • ||
  • ସୁନ୍ଦରଗଡ଼: ଜୁଆ ଆଡ୍ଡା ଉପରେ ଚଢ଼ାଉ: ୧୪ ଜଣ ଗିରଫ
  • ||
  • ଶେରଗଡ ;ଦୁଇ ବସ୍ ମୁହାଁମୁହିଁ ଧକ୍କା, ଡ୍ରାଇଭର ଗୁରୁତର
  • ||
  • ଚମାଖଣ୍ଡି ଅଞ୍ଚଳର ଏକ ଗାଈ ଗୁହାଳରୁ ବିପୁଳ ପରିମାଣର ବିସ୍ଫୋରକ ଜବତ, ମାଓ ଲିଙ୍କ୍‌ ନେଇ ସନ୍ଦେହ
  • ||
  • କିସ୍ତୱାଡ଼ ପରେ କଠୁଆରେ ବାଦଳଫଟା ବର୍ଷା,୪ ମୃତ, ରେସ୍କ୍ୟୁ ଜାରି
  • ||
  • ପାକିସ୍ତାନରେ ବାଦଲଫଟା ବର୍ଷା: ମୃତ୍ୟୁ ସଂଖ୍ୟା ୩ଶହ ପାର୍, ରେସ୍କ୍ୟୁ ହେଲିକପ୍ଟର କ୍ରାସରେ ୫ ମୃତ
  • ||
  • ଉପରାଷ୍ଟ୍ରପତି ନିର୍ବାଚନ, ଆଜି ଚୂଡାନ୍ତ ହେବ NDA ପ୍ରାର୍ଥୀଙ୍କ ନାମ, ବସିବ ବିଜେପି ସଂସଦୀୟ ବୋର୍ଡ ବୈଠକ
  • ||
  • ଭାରତ ଫେରିଲେ ସୁନାପୁଅ ଗ୍ରୁପ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା,ଦିଲ୍ଲୀରେ ଭବ୍ୟ ସ୍ୱାଗତ
  • ||
  • ୧୮ରେ ଲଘୁଚାପ, ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା; ଆଜି ମାଲକାନଗିରି ଓ କୋରାପୁଟରେ ପ୍ରବଳ ବର୍ଷିବ
  • ||

ଆତ୍ମନିର୍ଭର ଭାରତ ପାଇଁ ଇନୋଭେସନକୁ ଆଗେଇ ନେବା ଆବଶ୍ୟକ : ଧର୍ମେନ୍ଦ୍ର ପ୍ରଧାନ

Published By : Suraj Kumar | August 17, 2025 5:18 PM

ନୂଆଦିଲ୍ଲୀ/ଭୁବନେଶ୍ୱର, ୧୭।୮ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଆଇଆଇଟି ଦିଲ୍ଲୀ ପରିଦର୍ଶନ କରିବା ସହ ସ୍ନାତକ, ସ୍ନାତକୋତ୍ତର ଏବଂ ପିଏଚଡ଼ି ଛାତ୍ରଛାତ୍ରୀ, ଉଦ୍ଭାବକ ଏବଂ ଗବେଷକଙ୍କ ସହିତ ଆଲୋଚନା କରିଛନ୍ତି । ଏଥିସହ ଶ୍ରୀ ପ୍ରଧାନ ଜାତୀୟ ଶିକ୍ଷକ ଶିକ୍ଷା ପରିଷଦ(ଏନସିଟିଇ)ର ୩୧ତମ ପ୍ରତିଷ୍ଠା ଦିବସରେ ଯୋଗଦେଇ ଶିକ୍ଷକ ସମୁଦାୟକୁ ସମ୍ବୋଧନ କରିଛନ୍ତି ।  

ଆଲୋଚନା ସମୟରେ ଶ୍ରୀ ପ୍ରଧାନ ଚଳିତ ବର୍ଷ ସ୍ୱାଧୀନତା ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିଭାଷଣରେ ଦେଇଥିବା ଦୃଷ୍ଟିକୋଣ ସହିତ ସ୍ୱାବଲମ୍ବୀ ଗୁରୁତ୍ୱ ଉପରେ କହିଥିଲେ। ଦେଶକୁ ଆତ୍ମନିର୍ଭର କରିବା ଦିଗଗୁଡ଼ିକ ଉପରେ ଛାତ୍ରଛାତ୍ରୀଙ୍କ ଆଲୋଚନା କରିଥିଲେ କେନ୍ଦ୍ରମନ୍ତ୍ରୀ । ଜାତୀୟ ପ୍ରାଥମିକତାକୁ ଗୁରୁତ୍ୱ ଦେବା ଦିଗରେ ସାମୂହିକ ଉଦ୍ୟମ କରିବା ତଥା ୨୦୪୭ ସୁଦ୍ଧା 'ସମୃଦ୍ଧ ଭାରତ'ର କଳ୍ପନାକୁ ପୂରଣ କରିବା ଉପରେ ମତପ୍ରକାଶ କରିଥିଲେ ଶ୍ରୀ ପ୍ରଧାନ । ଛାତ୍ରଛାତ୍ରୀମାନଙ୍କ ସ୍ୱପ୍ନ ଓ ଆକାଂକ୍ଷା, ଗବେଷଣାର କ୍ଷେତ୍ର ଉପରେ ପଚାରି ବୁଝିଥିଲେ । ଏହା ସହିତ ଦକ୍ଷତା ବୃଦ୍ଧି ଏବଂ ନବସୃଜନର ସ୍ପିରିଟକୁ ଆଗକୁ ବଢାଇବା ଦିଗରେ ଶ୍ରୀ ପ୍ରଧାନ ନିଜର ମତପ୍ରକାଶ କରିଥିଲେ । 

 ସେ କହିଥିଲେ ଆମର ଆଇଆଇଟି ଗୁଡ଼ିକ ଆତ୍ମନିର୍ଭର ଭାରତର ମୂଳଦୁଆ ହେବ । ଆମର ଆଗାମୀ ପିଢ଼ି ପାଇଁ ଏକ ଉଜ୍ଜ୍ୱଳ ଭବିଷ୍ୟତ ଗଠନ କରିବା ଏବଂ ଭାରତକୁ ସମାଧାନର ଏକ ବିଶ୍ୱ କେନ୍ଦ୍ର ଭାବରେ ପ୍ରତିଷ୍ଠା କରିବା ପାଇଁ ସରକାର ଭାରତର ଉଦ୍ଭାବକ ଏବଂ ଗବେଷକଙ୍କ ସହ କାନ୍ଧକୁ କାନ୍ଧ ମିଶାଇ ଠିଆ ହୋଇଛନ୍ତି।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହଯୋଗରେ ଆମର ପ୍ରତିଭାବାନ ଯୁବଶକ୍ତି ପ୍ରଯୁକ୍ତିବିଦ୍ୟା, ନବସୃଜନ ଏବଂ ଉଦ୍ୟମିତାର ନୂଆ ନିୟମ ଲେଖିବେ ଏବଂ ସମୃଦ୍ଧ ଓ ଆତ୍ମନିର୍ଭର ଭାରତ ନିର୍ମାଣ କରିବାରେ ବଡ ଯୋଗଦାନ ରଖିବେ । ଆମ ଯୁବପିଢ଼ିଙ୍କ ପ୍ରତିଭା ଏବଂ ସଂକଳ୍ପ ଆତ୍ମନିର୍ଭର ଭାରତର ଲକ୍ଷ୍ୟକୁ ସୁଦୃଢ଼ କରିବା ସହିତ ପ୍ରଯୁକ୍ତିବିଦ୍ୟା ଏବଂ ଆର୍ଥିକ ସାର୍ବଭୌମତ୍ୱକୁ ବୃଦ୍ଧି କରିବାର ପଥ ପ୍ରଶସ୍ତ କରିବ । ଶ୍ରୀ ପ୍ରଧାନ ଆଇଆଇଟି, ଦିଲ୍ଲୀରେ ଛାତ୍ରଛାତ୍ରୀମାନଙ୍କ ସହ ସକାଳ ଜଳଖିଆ କରିଥିଲେ । ଏହି ଆଲୋଚନା କାର୍ଯ୍ୟକ୍ରମରେ ଉଚ୍ଚ ଶିକ୍ଷା ବିଭାଗର ସଚିବ ଡକ୍ଟର ବିନୀତ ଯୋଶୀ, ଆଇଆଇଟି ଦିଲ୍ଲୀର ନିର୍ଦ୍ଦେଶକ ପ୍ରଫେସର ରଙ୍ଗନ ବାନାର୍ଜୀ, ଶିକ୍ଷା ମନ୍ତ୍ରଣାଳୟ, ଆଇଆଇଟି ଦିଲ୍ଲୀର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଅପରପକ୍ଷରେ ଶ୍ରୀ ପ୍ରଧାନ ଜାତୀୟ ଶିକ୍ଷକ ଶିକ୍ଷା ପରିଷଦର ୩୧ତମ ପ୍ରତିଷ୍ଠା ଦିବସରେ କହିଛନ୍ତି ଯେ ଶିକ୍ଷକମାନେ ଆମ ଛାତ୍ରଛାତ୍ରୀଙ୍କ ଦାୟିତ୍ୱ ନେବା ସହ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଗଠନ କରୁଛନ୍ତି । ନବନସୃଜନ ଏବଂ ପ୍ରଯୁକ୍ତିବିଦ୍ୟାର ଉପଯୋଗ କରି ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କ ନିରନ୍ତର ଦକ୍ଷତା ବିକାଶ ଉପରେ ଭାରତ ସରକାର ଗୁରୁତ୍ୱ ଦେଉଛନ୍ତି । ଜାତୀୟ ଶିକ୍ଷା ନୀତି ଅନୁସାରେ ଶିକ୍ଷକଙ୍କ ଦକ୍ଷତା ବୃଦ୍ଧି କରି ଛାତ୍ରଛାତ୍ରୀଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ସେମାନଙ୍କୁ ବର୍ତ୍ତମାନର ଟେକ୍ନୋଲୋଜି ଦୁନିଆ ସହ ଯୋଡ଼ିବା ଆମର ଲକ୍ଷ୍ୟ ରହିଛି । ଶିକ୍ଷକମାନେ ମେଧାବୀ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥାନ୍ତି । ଏକବିଂଶ ଶତାବ୍ଦୀରେ ଭାରତ ଆଗକୁ ବଢ଼ୁଥିବା ବେଳେ ଶିକ୍ଷକମାନେ ଭବିଷ୍ୟତର ସୁଯୋଗର ମାନଚିତ୍ର ପ୍ରସ୍ତୁତ କରିବା ଏବଂ ଆମ ଯୁବପିଢ଼ି ଅଭିବୃଦ୍ଧି କାହାଣୀର ନେତୃତ୍ୱ ସୁନିଶ୍ଚିତ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ । ସେହିପରି ଛାତ୍ରଛାଛାତ୍ରୀମାନଙ୍କୁ ସ୍ୱାକ୍ଷରତା ଓ ପରିସଂଖ୍ୟାନର ପାଠପଢାକୁ ବୁଝିବା ଭଳି ଶିକ୍ଷା ଦେବା ଦରକାର ବୋଲି ସେ କହିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.