ପ୍ରମୂଖ ଖବର
  • କଳିଙ୍ଗନଗର : ମଝିଆଁ ଭାଇର ଖଣ୍ଡା ଚୋଟରେ ବଡ଼ ଭାଇ ଗୁରୁତର
  • ||
  • ପାଟଣାଗଡ଼ : ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • ହୃତଘାତରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ପତ୍ନୀ ବିୟୋଗ, ଚାରୁଶୀଳା ଆଚାର୍ଯ୍ୟଙ୍କ କରାଯିବ ଚକ୍ଷୁଦାନ
  • ||
  • ସବୁ ପିକନିକ୍‌ ସ୍ପଟ୍‌ ହେବ ପ୍ଲାଷ୍ଟିକ ମୁକ୍ତ, ସହରର ପ୍ରମୁଖ ସ୍ଥାନରେ ଲାଗିବ କ୍ଳଥ୍‌ ବ୍ୟାଗ୍‌ ଭେଣ୍ଡିଂ ମେସିନ୍‌
  • ||
  • ଭୁବନେଶ୍ୱର : ସବୁ ପିକନିକ୍‌ ସ୍ପଟ୍‌ ହେବ ପ୍ଲାଷ୍ଟିକ ମୁକ୍ତ, ସହରର ପ୍ରମୁଖ ସ୍ଥାନରେ ଲାଗିବ କ୍ଳଥ୍‌ ବ୍ୟାଗ୍‌ ଭେଣ୍ଡିଂ ମେସିନ୍‌
  • ||
  • କଟକ : ପିଇବା ପାଣି ପାଇଁ ରାସ୍ତାରୋକ; ଗରା ଓ ବାଲଟି ଧରି ରାସ୍ତାରେ ବସିଲେ ମହିଳା
  • ||
  • ଗୁରୁବାର ସୁଦଶା ବ୍ରତ: ଜାଣନ୍ତୁ ସୁଦଶା ବ୍ରତର ମାହାତ୍ମ୍ୟ, ପୂଜା ବିଧି
  • ||
  • ଗଞ୍ଜାମ : ଅଜଣା ଗାଡି ଧକ୍କାରେ ଆଇନଜୀବୀ ମୃତ, ଥାନାରେ ମାମଲା ରୁଜୁ
  • ||
  • ବିଶିଷ୍ଟ ପରିବେଶବିତ୍ ମେଧା ପାଟେକର ଅଟକ,କାଶୀପୁର ବ୍ଲକରେ ହେବାକୁ ଥିବା ଜନ ସମାବେଶରେ ହୋଇଥାନ୍ତେ ସାମିଲ
  • ||
  • ରଥ ଖଳା ହାଲ୍‌ଚାଲ୍‌: ପଡ଼ିଲା ରଥର ପ୍ରଥମ ଫ୍ରେମ୍, ଆଗକୁ ଦଣ୍ଡା କଣ୍ଟା ଅନୁକୂଳ
  • ||
  • କଟକ : ମହୁମାଛି ଆକ୍ରମଣରେ ବୃଦ୍ଧା ମୃତ, ଜଣେ ଗୁରୁତର
  • ||
  • ଆଗକୁ ବଢ଼ିବାର ନାଁ ନେଉନି ମୌସୁମୀ: ଭୀଷଣ ଗ୍ରୀଷ୍ମପ୍ରବାହ ଆଲର୍ଟ, ୭ରେ କିଛି ସ୍ଥାନରେ ୪୨ ଡିଗ୍ରୀ ଟପିବ ତାତି
  • ||
  • କଳାହାଣ୍ଡି : ଟ୍ରକ୍‌କୁ ପଛରୁ ପିଟିଲା ଯାତ୍ରୀବାହୀ ବସ୍‌; ଜଣେ ମୃତ, ୫ ଗୁରୁତର
  • ||

ଆସନ୍ତା ତିନି ଦିନ ଯାଏ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତାତିରୁ ମିଳିବନି ନିସ୍ତାର

Published By : Rasmita Pradhan | June 4, 2025 7:45 AM

ଭୁବନେଶ୍ୱର, ୪/୬ : ଆଗାମୀ ତିନି ଦିନ ରାଜ୍ୟରେ ଗ୍ରୀଷ୍ମପ୍ରବାହ ସ୍ଥିତି ରହିବ । ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଏଭଳି ସ୍ଥିତି ସୃଷ୍ଟି ହୋଇପାରେ । ୫ ଓ ୬ ତାରିଖରେ ବି ଅସମ୍ଭାଳ ତାତିରୁ ନିସ୍ତାର ମିଳିବନି । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । 

ବୁଧବାର ବାଲେଶ୍ୱର, ଭଦ୍ରକ, ଗଜପତି, ଜଗତସିଂହପୁର ଓ ପୁରୀରେ ଗ୍ରୀଷ୍ମପ୍ରବାହ ସ୍ଥିତି ରହିପାରେ । ଯାଜପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ନୟାଗଡ଼ ଓ ଗଞ୍ଜାମରେ ଭୀଷଣ ଗରମ ଓ ଗୁଳୁଗୁଳି ହୋଇପାରେ । ଗୁରୁବାର ଓ ଶୁକ୍ରବାର ମଧ୍ୟ ଗ୍ରୀଷ୍ମପ୍ରବାହ ବହିପାରେ । ଏହି ତିନି ଦିନ କାଳବୈଶାଖୀ ପ୍ରଭାବରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଅଳ୍ପ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । 

ପ୍ରକାଶ ଥାଉକି, ମଙ୍ଗଳବାର ଦିନରେ ତତାଇବା ପରେ ଅପରାହ୍ନରେ ରାଜଧାନୀରେ ନିର୍ଧୁମ ବର୍ଷା ହୋଇଛି । ମାତ୍ର ଘଣ୍ଟାଏ ଭିତରେ ପ୍ରାୟ ୬୦ମିମି ବର୍ଷା ହୋଇଥିଲା । ବର୍ଷା ସହିତ ଘନ ଘନ ବଜ୍ରପାତ ହୋଇଥିଲା । ବର୍ଷା ଯୋଗୁ ତାତିରୁ ଆଶ୍ୱସ୍ତି ମିଳିଥିଲା । ସହରର ଗଳିକନ୍ଦି ଓ ପ୍ରମୁଖ ରାସ୍ତାରେ ପାଣିର ସୁଅ ଚାଲିଥିଲା । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.