ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ଜାରି ରହିବ ସୁଧ ମୁକ୍ତ ୠଣ ବ୍ୟବସ୍ଥା, ଅଧିକ ମହିଳା ଉଦ୍ୟୋଗୀ ଓ ଲକ୍ଷପତି ଦିଦି ସୃଷ୍ଟି ଲକ୍ଷ୍ୟ

Published By : Rasmita Pradhan | April 15, 2025 2:54 PM

ଭୁବନେଶ୍ୱର, ୧୫/୦୪ : ମହିଳାଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି। ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ସୁଧ ମୁକ୍ତ ୠଣ ବ୍ୟବସ୍ଥା ଜାରି ରହିବ। ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ୠଣ ପାଇଁ ସୁଧ ଦେବାକୁ ପଡିବ ନାହିଁ। ସରକାରଙ୍କ ଏହି ନିଷ୍ପତ୍ତି ଅଧିକ ମହିଳା ଉଦ୍ୟୋଗୀ ଓ ଲକ୍ଷପତି ଦିଦି ସୃଷ୍ଟି କରିବାରେ ସହାୟକ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। 

ସୂଚନାଯୋଗ୍ୟ ଯେ, ଏହି ସୁଧ ମୁକ୍ତ ୠଣ ମୁକ୍ତ ବ୍ୟବସ୍ଥାକୁ ମୁଖ୍ୟମନ୍ତ୍ରୀ ପୂର୍ବରୁ ୨୦୨୫ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଜାରି ରଖିଥିଲେ। ଆଜି ଏହାକୁ ୨୦୨୫-୨୬ ଆର୍ଥିକ ବର୍ଷ ଓ ପରବର୍ତ୍ତୀ ବର୍ଷ ଗୁଡିକ ପାଇଁ ଜାରି ରଖିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି। ଏହାଦ୍ୱାରା ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଗୁଡିକ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ୠଣ ନେଇପାରିବେ। ଏହି ପଦକ୍ଷେପ ରାଜ୍ୟରେ ମହିଳା ଉଦ୍ୟୋଗୀ ଓ ଲକ୍ଷପତି ଦିଦି ସୃଷ୍ଟି କରିବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହା ସହିତ ମହିଳା ଭାଗିଦାରୀ ଜରିଆରେ ରାଜ୍ୟର ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଅର୍ଥନୀତି ସୁଦୃଢ ହେବ ବୋଲି ସେ କହିଛନ୍ତି।

ଏହି ଖବରଟିକୁ ପଢନ୍ତୁ-ରାଜ୍ୟରେ ସୁଦୃଢ ହେବ ଆଇନ ଶୃଙ୍ଖଳା ପରିସ୍ଥିତି, ସୃଷ୍ଟି ହେଲା ଅଢେଇ ହଜାର ନୂଆ ହୋମଗାର୍ଡ ପଦବୀ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.