ପ୍ରମୂଖ ଖବର
  • ଶ୍ରୀମନ୍ଦିରରେ ପୁଣି ପଶିଲା ହିଡେନ୍ କ୍ୟାମେରା, ଭିଡିଓ କରିବା ବେଳେ ଧରା ପଡ଼ିଲେ ଯୁବକ
  • ||
  • ଭୁବନେଶ୍ୱର : ଷଣ୍ଢକୁ ଧକ୍କା ଦେଲା ବାଇକ୍‌, ଦୁର୍ଘଟଣାରେ ଚାଲିଗଲା ଅନ୍ତର୍ଜାତୀୟ ବଡି ବିଲ୍ଡରଙ୍କ ଜୀବନ
  • ||
  • IPLରୁ କ୍ରିକେଟର୍‌ ରବିଚନ୍ଦ୍ରନ୍ ଅଶ୍ବିନ୍‌ଙ୍କ ଅବସର ଘୋଷଣା
  • ||
  • ଲଗାଣ ବର୍ଷାରେ ବେହାଲ ମାଲକାନଗିରି, ଜନଜୀବନ ଅସ୍ତବ୍ୟସ୍ତ
  • ||
  • ଅଗ୍ରପୂଜ୍ୟ ଗଜାନନଙ୍କ ଆବାହନ : ଚଳଚଞ୍ଚଳ ପୁରପଲ୍ଲୀ, ରାଜଧାନୀରେ ୩୪୦ରେ ମଣ୍ଡପରେ ବିନାୟକଙ୍କ ପୂଜା
  • ||
  • ଫୁଲୁଛି ସୁବର୍ଣ୍ଣରେଖା ନଦୀ; ବଢୁଛି ଦୁର୍ଦ୍ଦଶା, ସ୍ଥିତି ସମୀକ୍ଷା କଲେ ରାଜ୍ୟପାଳ
  • ||
  • ଆଜି ଆକାଉଣ୍ଟକୁ ଆସିବ ସିଏମ୍‌ କିଷାନ ଟଙ୍କା, ଉପକୃତ ହେବେ ୫୧ ଲକ୍ଷରୁ ଅଧିକ ଚାଷୀ
  • ||
  • ବୈଷ୍ଣୋଦେବୀରେ ଭୂସ୍ଖଳନ; ୩୧ ଛୁଇଁଲା ମୃତ୍ୟୁସଂଖ୍ୟା, ଉଦ୍ଧାର ଅଭିଯାନ ଜାରି
  • ||
  • ଭାରତ ଉପରେ ଆଜିଠୁ ଫୁଟିବ ୫୦% ଟ୍ରମ୍ପଙ୍କ ଟାରିଫ୍ ବୋମା, ସଂଙ୍କଟରେ ୫ଲକ୍ଷ କୋଟିର ରତ୍ପାନୀ
  • ||

ଦୟା ବ୍ରିଜ୍‌ରେ ମର୍ମନ୍ତୁଦ ଦୁର୍ଘଟଣା; ଷଣ୍ଢ ଧକ୍କାରେ ଅନ୍ତର୍ଜାତୀୟ ବଡି ବିଲ୍ଡରଙ୍କ ମୃତ୍ୟୁ

Published By : Harapriya Sethi | August 27, 2025 11:39 AM

ଭୁବନେଶ୍ୱର,୨୭/୦୮:  ଦୟା ବ୍ରିଜ୍‌ ଉପରେ ମର୍ମନ୍ତୁଦ ଦୁର୍ଘଟଣା । ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଅନ୍ତର୍ଜାତୀୟ ବଡି ବିଲ୍ଡରଙ୍କ ଜୀବନ । ମୃତକ ହେଲେ ଭୁବନେଶ୍ୱର ୫୯ ନଂ ୱାର୍ଡର ସନ୍ତୋଷ ବଡ଼ଜେନା । ଦୟା ବ୍ରିଜ୍‌ରେ ଏକ ଷଣ୍ଢକୁ ତାଙ୍କ ବାଇକ୍ ଧକ୍କା ଦେବା ଫଳରେ ସେ ଛିଟିକି ପଡ଼ିଥିଲେ । ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନା ମୁତାବକ, ରାଜଧାନୀ ଭୁବନେଶ୍ୱର ୫୯ ନଂ ୱାର୍ଡର ସନ୍ତୋଷ ବଡ଼ଜେନା ଜାତୀୟ ଏବଂ ଅନ୍ତର୍ଜାତୀୟ ସ୍ତରରେ ବିଭିନ୍ନ ବଡି-ବିଲ୍ଡଡିଂ ପ୍ରତିଯୋଗିତାରେ ଭାଗ ନେଇ ସୁନାମ ଅର୍ଜନ କରିଛନ୍ତି । ପୁରୀ- ଭୁବନେଶ୍ୱର ଦୟା ବ୍ରିଜ୍‌ ଦେଇ ଏକ ବାଇକ୍‌ ଯୋଗେ ସନ୍ତୋଷ ଯାଉଥିଲେ । ଏହି ସମୟରେ ରାସ୍ତା ଉପରେ ଶୋଇଥିବା ଷଣ୍ଢକୁ ବାଇକ୍‌ଟି ଧକ୍କା ଦେଇଥିଲା । ଷଣ୍ଢଟିକୁ ଧକ୍କା ଦେଇ ବାଇକ୍‌ଟି ଛିଟିକି ପଡ଼ିଥିଲା । ଯାହା ଫଳରେ ଘଟଣା ସ୍ଥଲରେ ହିଁ ସନ୍ତୋଷଙ୍କ ମୃତ୍ୟୁ ହୋଇଥିଲା । ଏସମ୍ପର୍କରେ ଖବର ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.