ପ୍ରମୂଖ ଖବର
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ମହିଳା ଦିବସରେ ମିଳିବ ‘ସୁଭଦ୍ରା’ ଦ୍ୱିତୀୟ କିସ୍ତି, ବ୍ରହ୍ମପୁରରେ ସ୍ୱତନ୍ତ୍ର ସମାବେଶରେ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

Published By : Prameya | March 8, 2025 7:45 AM

ଭୁବନେଶ୍ୱର, ୦୮/୦୩: ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି  ଖବର । ଶନିବାର ଆନ୍ତର୍ଜାତିକ ମହିଳା ଦିବସ ଅବସରରେ ବ୍ୟାଙ୍କ  ଖାତାକୁ ଆସିବ ସୁଭଦ୍ରାର ଦ୍ୱିତୀୟ  କିସ୍ତି ଟଙ୍କା । ବ୍ରହ୍ମପୁରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଯୋଗ ଦେଇ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ୫ ହଜାର  ଟଙ୍କା ଲେଖାଏଁ ପଠାଇବେ । ଏଥିପାଇଁ  ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । 

ନିର୍ବାଚନ ପ୍ରତିଶ୍ରୁତି ଅନୁଯାୟୀ ଗତ  ସେପ୍‌ଟେମ୍ବର ୧୭ରେ ରାଜ୍ୟରେ  ସୁଭଦ୍ରା ଯୋଜନା ଆରମ୍ଭ କରିଥିଲେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଯାଏଁ  ୫ଟି ପର୍ଯ୍ୟାୟରେ ୧ କୋଟି ୬୪  ହଜାର ମହିଳା ପ୍ରଥମ କିସ୍ତି ସହାୟତା  ରାଶି ପାଇଛନ୍ତି । ଶନିବାର ସେମାନେ  ପୁଣି ପାଇବେ ୫ ହଜାର । ଗୋଟିଏ  ଦିନରେ ଏହି ୧ କୋଟି ୬୪ ହଜାର  ହିତାଧିକାରୀଙ୍କ ଖାତାକୁ ଯିବ ଦ୍ୱିତୀୟ  କିସ୍ତି ଟଙ୍କା । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଅପିଲକ୍ରମେ ଶୁକ୍ରବାର  ସୁଭଦ୍ରା ହିତାଧିକାରୀମାନେ ଘରର  ମୁଖ୍ୟ ଦ୍ୱାରରେ ମା’ସୁଭଦ୍ରାଙ୍କ ନାଁରେ  ସନ୍ଧ୍ୟାରେ ଦୀପ ଜାଳିଛନ୍ତି । 

ସୁଭଦ୍ରା ଯୋଜନା ପାଇଁ ୧ କୋଟି  ୮ ଲକ୍ଷ ଆବେଦନ କରିଛନ୍ତି । ମାର୍ଚ୍ଚ  ୩୧ ମଧ୍ୟରେ ଆବେଦନ କରିଥିବା  ହିତାଧିକାରୀଙ୍କୁ ସର୍ଭେ କରି ସାମିଲ  କରିବେ ସରକାର । ସେମାନଙ୍କୁ ରାକ୍ଷୀ ପୂର୍ଣ୍ଣିମାରେ ଏକାଥରକେ ୩ଟି  କିସ୍ତି ଅର୍ଥାତ ୧୫ହଜାର ଟଙ୍କା ମିଳିବ । ଜଣେ  ବି ଯୋଗ୍ୟ ହିତାଧିକାରୀ ଯେପରି ଯୋଜନାରୁ  ବାଦ୍‌ ପଡ଼ିବେନି ତାକୁ ଗୁରୁତ୍ୱ ଦେଇ ସରକାର  ସବୁପ୍ରକାର ଅନୁକୂଳ ପଦକ୍ଷେପ ନେଉଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.