ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ଜିଓ ପକ୍ଷରୁ ଦୁଇଟି ନୂଆ ୪ଜି ଫିଚର ଫୋନ ଜିଓଭାରତ ଭି୩ ଏବଂ ଜିଓଭାରତ ଭି୪ ଶୁଭାରମ୍ଭ

Published By : Ladu Kishor | October 15, 2024 8:47 PM

ନୂଆଦିଲ୍ଲୀ ୧୫/୧୦ : ରିଲାଏନ୍ସ ଜିଓ ପକ୍ଷରୁ ଇଣ୍ଡିଆ ମୋବାଇଲ୍‌ କଂଗ୍ରେସ ୨୦୨୪ରେ ଦୁଇଟି ନୂତନ ୪ଜି ଫିଚର ଫୋନ୍‌ ଶୁଭାରମ୍ଭ କରାଯାଇଛି । ଜିଓଭାରତ ଭି୩ ଏବଂ ଜିଓଭାରତ ଭି୪ ନାମିତ ଏହି ଦୁଇ ୪ଜି ଫିଚର ଫୋନ ଜିଓଭାରତ ସିରିଜ୍‌ ଅଧୀନରେ ଆରମ୍ଭ କରାଯାଇଛି। ନୂଆ ମଡେଲ ଗୁଡିକ ୧୦୯୯ ଟଙ୍କା ମୂଲ୍ୟରେ ବଜାରରେ ଉପଲବ୍ଧ ହେବ। ଗତ ବର୍ଷ ଜିଓଭାରତ ଭି୨ ମଡେଲ୍‌ ଶୁଭାରମ୍ଭ କରାଯାଇଥିଲା, ଯାହା ଭାରତୀୟ ଫିଚର ଫୋନ୍‌ ବଜାରରେ ଆଲୋଡ଼ନ ସୃଷ୍ଟି କରିଥିଲା। କମ୍ପାନୀ ଅନୁଯାୟୀ, ଲକ୍ଷ ଲକ୍ଷ ୨ଜି ଗ୍ରାହକ ଜିଓଭାରତ ଫିଚର ଫୋନ୍‌ ମାଧ୍ୟମରେ ୪ଜିକୁ ପରିବର୍ତ୍ତିତ ହୋଇସାରିଛନ୍ତି।

ଆଗାମୀ ପିଢ଼ିର ଏହି ନୂଆ ଫିଚର ଫୋନ ଆଧୁନିକ ଡିଜାଇନ୍‌, ଶକ୍ତିଶାଳୀ ୧୦୦୦ ଏମଏଏଚ ବ୍ୟାଟେରୀ, ୧୨୮ ଜିବି ପର୍ଯ୍ୟନ୍ତ ବିସ୍ତାର ଯୋଗ୍ୟ ଷ୍ଟୋରେଜ୍‌ ଏବଂ ୨୩ଟି ଭାରତୀୟ ଭାଷାକୁ ସମର୍ଥନ କରୁଛି। ଜିଓଭାରତ ଫୋନରେ ମାସିକ ମାତ୍ର ୧୨୩ ଟଙ୍କାରେ ରିଚାର୍ଜ କରାଯାଇ ପାରିବ ଯେଉଁଥିରେ ଅସୀମିତ ଭଏସ୍‌ କଲ୍‌ ଏବଂ ଦୈନିକ ଅଧା ଜିବି ହିସାବରେ ମୋଟ ୧୪ ଜିବି ହାଇ-ସ୍ପିଡ଼ ଡାଟା ମଧ୍ୟ ଉପଲବ୍ଧ ହେବ ।

ଉଭୟ ଭି୩ ଏବଂ ଭି୪ ମଡେଲ ଜିଓ-ଟିଭି, ଜିଓ-ସିନେମା, ଜିଓ-ପେ ଏବଂ ଜିଓ-ଚାଟ୍‌ ଭଳି ଉପଯୋଗୀ ପ୍ରି-ଲୋଡେଡ଼ ଆପ୍‌ ସହିତ ଆସିବ। ୪୫୫ ରୁ ଅଧିକ ଲାଇଭ ଟିଭି ଚ୍ୟାନେଲ ସହିତ ଚଳଚ୍ଚିତ୍ର, ଭିଡିଓ ଏବଂ କ୍ରୀଡା ବିଷୟବସ୍ତୁ ମଧ୍ୟ ମାତ୍ର ଗୋଟିଏ କ୍ଲିକରେ ଗ୍ରାହକଙ୍କ ପାଇଁ ଉପଲବ୍ଧ ହେବ। ଅନ୍ୟପକ୍ଷରେ, ଜିଓ-ପେ ସହଜରେ ନିରବଛିନ୍ନ ଦେୟ ପ୍ରଦାନ ସୁବିଧା ପ୍ରଦାନ କରୁଥିବା ବେଳେ ଜିଓଚାଟ ଅସୀମିତ ଭଏସ୍‌ ମେସେଜିଂ, ଫଟୋ ସେୟାର ଏବଂ ଗ୍ରୁପ୍‌ ଚାଟ୍‌ ବିକଳ୍ପ ପ୍ରଦାନ କରିଥାଏ। ଜିଓଭାରତ ଭି୩ ଏବଂ ଜିଓଭାରତ ଭି୪ ଖୁବ୍‌ ଶୀଘ୍ର ସମସ୍ତ ମୋବାଇଲ୍‌ ଷ୍ଟୋର୍‌ ସହିତ ଜିଓ ମାର୍ଟ ଏବଂ ଆମାଜନରେ ମଧ୍ୟ ଉପଲବ୍ଧ ହେବ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.