ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ପୁରୀ ତଟରେ ପାଳନ ହେବ ନୌସେନା ଦିବସ, ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ନିମନ୍ତ୍ରଣ କଲେ ବରିଷ୍ଠ ଅଧିକାରୀ

Published By : Rasmita Pradhan | November 29, 2024 12:33 PM

ପୁରୀ, ୨୯/୧୧ : ନୌସେନା ଦିବସ ପାଳନ ପୂର୍ବରୁ ମହାପ୍ରଭୁଙ୍କୁ ନିମନ୍ତ୍ରଣ। ନୌସେନାର ବରିଷ୍ଠ ଅଧିକାରୀମାନେ ମହାପ୍ରଭୁଙ୍କୁ ନିମନ୍ତ୍ରଣ କରିଛନ୍ତି। ନୌସେନାର ବରିଷ୍ଠ ଅଧିକାରୀ ଶ୍ରୀମନ୍ଦିର ଯାଇ ପ୍ରଥମ ନିମନ୍ତ୍ରଣ ପତ୍ର ମହାପ୍ରଭୁଙ୍କୁ ପ୍ରଦାନ କରିଛନ୍ତି। ଆଇଏନଏସ୍ କଳିଙ୍ଗର ଅଫିସର ପ୍ରଦୀପ ପଟେଲ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ନିକଟରେ ନିମନ୍ତ୍ରଣ ପତ୍ର ଲାଗି କରିଛନ୍ତି। 

ସୂଚନାନୁଯାୟୀ, ଓଡ଼ିଶାରେ ପ୍ରଥମ ଥର ପାଇଁ ପୁରୀ ତଟରେ ଡିସେମ୍ବର ୪ ତାରିଖରେ ପାଳନ ହେବ ନୌସେନା ଦିବସ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିତି ଭାବେ ଯୋଗଦେବେ। ରାଷ୍ଟ୍ରପତିଙ୍କ ସମେତ ପ୍ରତିରକ୍ଷା ମନ୍ତ୍ରୀ ଓ ତିନି ସେନାର ମୁଖ୍ୟ ଉପସ୍ଥିତ ରହିବେ। ଏଥିପାଇଁ ବ୍ଳୁ ଫ୍ଳାଗ୍‌ ବିଚ୍‌ରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ବ୍ଲୁ ଫ୍ଲାଗ୍ ବିଚ୍‌ରେ ନେଭି ଡେ’ ପାଳନ ପାଇଁ ଆରମ୍ଭ କାଉଣ୍ଟଡାଉନ ହୋଇଯାଇଛି। ବାହ୍ୟ ଶତ୍ରୁ ଆକ୍ରମଣର ମୁକାବିଲା ସହ ପରାକ୍ରମ ଦେଖାଇବାକୁ ଭାରତୀୟ ନୌସେନା କେତେ ସଜାଗ, ସେନେଇ ଦୁଃସାହସିକ ରଣକୌଶଳ ପ୍ରଦର୍ଶିତ ହେବ। ନୌସେନାର ବୀରତ୍ୱର ବାର୍ତ୍ତା ଦେଇ ପରେଡ୍‌ କରିବେ ଭାରତୀୟ ନୌସେନା ଯବାନ। ଏଥିପାଇଁ ଜୋରସୋରରେ ଚାଲିଛି ଅଭ୍ୟାସ। ତେବେ ଲାଇଟ୍‌ ହାଉସ୍ ଠାରୁ ଦିଗବାରେଣି ଖୁଣ୍ଟି ଏବଂ ନୀଳାଦ୍ରି ବିଚରୁ ପେଣ୍ଠକଟା ପର୍ଯ୍ୟନ୍ତ ସବୁସ୍ଥାନରେ ନୌସେନାର ରଣକୌଶଳ ଦେଖି ହେବ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.