ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ଇସ୍ରାଏଲ୍ ଆକାଶରେ ଇରାନ ମିସାଇଲ ଦେଖିଲେ ତୁରନ୍ତ ଖସାଅ; ଜୋ ବାଇଡେନ୍

Published By : Anindita Ratha | October 2, 2024 9:00 AM

 ନୂଆଦିଲ୍ଲୀ,୦୨/୧୦:    ଆମେରିକା ସେନାକୁ ନିର୍ଦ୍ଦେଶ ଦେଲେ  ରାଷ୍ଟ୍ରପତି ଜୋ ବାଇଡେନ୍ । କହିଲେ ଇସ୍ରାଏଲ୍ ଆକାଶରେ ଇରାନ ମିସାଇଲ ଦେଖିଲେ ତୁରନ୍ତ ଖସାଅ। ଇରାନ୍ ମିସାଇଲକୁ କାଉଣ୍ଟର କରିବା ସହ ଖସାଇବାକୁ ନିର୍ଦ୍ଦେଶ ଦେଇଛି ଆମେରିକା। ତେବେ ଇସ୍ରାଏଲ୍ ଉପରେ ଇରାନର ହମଲା ପରେ ଆମେରିକା ୱାଶିଂଟନ୍‌ରେ ବସିଛି ଗୁରୁତ୍ୱପୂର୍ଣ୍ଣ ବୈଠକ। ଆମେରିକା ରାଷ୍ଟ୍ରପତିଙ୍କ ଅଧ୍ୟକ୍ଷତାରେ ୱାର୍ ରୁମରେ ଯୁଦ୍ଧ ପରିସ୍ଥିତିର ଅନୁଧ୍ୟାନ ହୋଇଛି। ଇସ୍ରାଏଲକୁ ସମ୍ପୂର୍ଣ୍ଣ ଭାବେ ସମର୍ଥନ ଜଣାଇଛି ଆମେରିକା। ସାମରିକ, ଆର୍ଥିକ ଏବଂ ଅନ୍ୟ ସବୁ ଆନୁସଙ୍ଗିକ ବ୍ୟବସ୍ଥା ଯୋଗାଇବା ନେଇ ଆଶ୍ୱସ୍ତ କରିଛନ୍ତି ରାଷ୍ଟ୍ରପତି ବାଇଡେନ୍।

ତେବେ ମିଡିଲ୍ ଇଷ୍ଟରେ କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ଯୁଦ୍ଧ ପରିସ୍ଥିତି ସୃଷ୍ଟି ହୋଇଛି। ଇସ୍ରାଏଲ ଉପରେ ଇରାନ କରିଛି ଘନ ଘନ ମିସାଇଲ୍ ହମଲା। ଏକାଥରେ ୧୮୦ରୁ ଅଧିକ ମିସାଇଲ୍ ମାଡ଼ ହୋଇଛି। ହେଜବୁଲ୍ଲା ମୁଖ୍ୟ ହସରତ୍ ନସ୍ରଲ୍ଲା ନିହତର ଦୁଇ ଦିନ ପରେ ବଦଲା ନେଇଛି ଇରାନ୍। ଗତକାଲି ରାତିରେ ଜୋରଦାର ମିସାଇଲ୍ ମାଡ଼ ହୋଇଛି। ଇସ୍ରାଏଲର ଜାଫା ସୀମା ନିକଟରେ ଥିବା ଜନବସତି ଓ ସେନା ବେସ୍‌ର ବେଶ୍ ନିକଟରେ ଏହି ଆକ୍ରମଣ ହୋଇଛି। ଇସ୍ରାଏଲ୍ ଡିଫେନ୍ସ ଫୋର୍ସ ରିଟାଲିଏଟ୍ କରିବା ପୂର୍ବରୁ ହିଁ ଇସ୍ରାଏଲ୍ ଆକାଶରେ ମୃତ୍ୟୁର ତାଣ୍ଡବ ରଚିଛି ଇରାନ। ଏକାଥରେ ୧୮୦ରୁ ଅଧିକ ମିସାଇଲ୍ ମାଡ଼ କରିଛି। ଲୋକଙ୍କ ଘରେ, ଛାତରେ ଏପରିକି ଏକାଧିକ ଏୟାର୍ ଷ୍ଟ୍ରିପ୍ ଉପରେ ହମଲା ହୋଇଛି। ଫଳରେ ବ୍ୟାପକ ପରିମାଣର କ୍ଷୟକ୍ଷତି ହୋଇଛି।  

ଇରାନର ରକେଟ୍ ଆକ୍ରମଣରୁ ବର୍ତ୍ତିବା ଲାଗି ଦେଶବ୍ୟାପୀ ସାଧାରଣ ନାଗରିଙ୍କ ପାଇଁ ଆଲର୍ଟ ଜାରି କରିଛି ଇସ୍ରାଲଲ୍। ଖାଲି ସେତିକି ନୁହେଁ ଇସ୍ରାଏଲ୍‌ର ବ୍ୟସ୍ତବହୁଳ ତେଲ ଅବିବ୍ ସହରରେ କିଛି ଆତତାୟୀ ପଶି ଲୋକଙ୍କ ଉପରେ ଆଖିବୁଜା ଗୁଳି ଚଲାଇଛନ୍ତି। ଏଥିରେ ଏବେ ଯାଏଁ ୬ ଜଣଙ୍କ ମୃତ୍ୟୁ ହୋଇଛି।ଇସ୍ରାଏଲର ଏଭଳି ସ୍ଥିତି ଭିତରେ ଭାରତୀୟଙ୍କ ପାଇଁ ଆଡଭାଇଜାରୀ ଜାରି ହୋଇଛି। ଇସ୍ରାଏଲରେ ଅବସ୍ଥାପିତ ଭାରତୀୟ ଦୂତାବାସ ପକ୍ଷରୁ ସୂଚନା ଜାରି କରାଯାଇଛି। ସୁରକ୍ଷିତ ଓ ସତର୍କ ରହିବାକୁ ସମସ୍ତ ଭାରତୀୟଙ୍କୁ ଦିଆଯାଇଛି ପରାମର୍ଶ। ବିନା କାରଣରେ ବାହାରକୁ ନବାହାରିବା, ତା' ସହ ଯିଏ ଯେଉଁ ସହରରେ ରହିଛନ୍ତି ସେଠୁ ଅନ୍ୟତ୍ର ଚଳପ୍ରଚଳ ନକରିବାକୁ କୁହାଯାଇଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.