ପ୍ରମୂଖ ଖବର
  • ବଲାଙ୍ଗୀର: ଭାରସାମ୍ୟ ହରାଇ ରାସ୍ତାକଡ଼ ଦୋକାନ ଭିତରକୁ ମାଡିଗଲା ଟ୍ରକ୍, ସିକ୍ୟୁରିଟି ଗାର୍ଡ ମୃତ
  • ||
  • କେରଳରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, କାର୍-ବସ୍ ମୁହାଁମୁହିଁ ଧକ୍କାରେ ୫ ଡାକ୍ତରୀ ଛାତ୍ରଙ୍କ ଚାଲିଗଲା ଜୀବନ
  • ||
  • ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ବନାଥ ପାତ୍ର, , ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ ଚଢ଼ାଉ
  • ||
  • ସଂସଦରେ ସମ୍ବିଧାନ ଚର୍ଚ୍ଚା ପାଇଁ ବାଚସ୍ପତିଙ୍କ ସହମତି, ଆଜିଠୁ ସ୍ୱାଭାବିକ ହୋଇପାରେ ଗୃହ
  • ||
  • ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ୪ରେ ନୌସେନା ସମରାଭ୍ୟାସ ଦେଖିବେ, ୫ରେ ଜୁଡିସିଆଲ କମ୍ପେ୍ଲକ୍ସ ଉଦ୍‌ଘାଟନ କରିବେ
  • ||
  • ଚଳିତ ବର୍ଷ ରାଜ୍ୟରେ ଜାଡ଼ କମ୍, ଡିସେମ୍ବରରେ ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିବ
  • ||

ଇସ୍କନର ଅଦିନିଆ ରଥଯାତ୍ରା ପ୍ରସଙ୍ଗ : ରଥଯାତ୍ରା ବଦଳରେ ହେବ ଗୌର ନିତାଇ ସଂକୀର୍ତ୍ତନ ଯାତ୍ରା

ଭୁବନେଶ୍ବର, ୫/୧୧ : ଆମେରିକା ହ୍ୟୁଷ୍ଟନରେ ହେବନି ଇସ୍କନ ରଥଯାତ୍ରା । ଓଡ଼ିଆ ଶ୍ରଦ୍ଧାଳୁଙ୍କ ଭାବାବେଗକୁ ବିଚାର କରି ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି । ରଥଯାତ୍ରା ବଦଳରେ ହେବ ଗୌର ନିତାଇ ସଂକୀର୍ତ୍ତନ ଯାତ୍ରା । ଇସ୍କନ କର୍ତ୍ତୃପକ୍ଷ ଏହି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି । 

ସୂଚନାଯୋଗ୍ୟ ଯେ, ବିଦେଶରେ ଇସ୍କନର ଅଦିନିଆ ରଥଯାତ୍ରାକୁ ନେଇ ଚାରିଆଡ଼େ ଅସନ୍ତୋଷ ଦେଖାଦେଇଥିଲା।  ବିଭିନ୍ନ ସଂସ୍ଥା ଓ ବ୍ୟକ୍ତି ବିଶେଷ ପରେ ଇସ୍କନ ବିରୋଧରେ ଗଭୀର ଅସନ୍ତୋଷ  ଜାହିର କରିଥିଲେ  ଜନନ୍ନାଥଙ୍କ ଆଦ୍ୟ ସେବକ ଗଜପତି ମହାରାଜ ଦିବ୍ୟ ସିଂହ ଦେବ । ସେପଟେ ଶ୍ରୀ ଜଗନ୍ନାଥଙ୍କର ସ୍ଵତନ୍ତ୍ର ନୀତିକାନ୍ତି ଓ ପରମ୍ପରା ରହିଛି ଓ ଜଗନ୍ନାଥ ସଂସ୍କୃତିକୁ ନଷ୍ଟ ହେବାକୁ ଦେବୁନି ବୋଲି ସାମ୍ନାକୁ  ଆସି ଆଇନ ମନ୍ତ୍ରୀ ପୃଥ୍ର୍ବୀରାଜ ହରିଚନ୍ଦନ ମଧ୍ୟ କହିଥିଲେ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.