ପ୍ରମୂଖ ଖବର
  • ଚନ୍ଦନେଶ୍ଵର: କଟକଣା ନମାନିବା ପଡ଼ିଲା ମହଙ୍ଗା, ୨ବୋଟ ସହ ମାଲିକକୁ ଧରିଲା ପୁଲିସ
  • ||
  • ମାଲକାନିରି: ପୁଣି ୧୭ ମାଓବାଦୀଙ୍କ ଆତ୍ମସମର୍ପଣ, ୫୦ ହଜାର ଚେକ୍ ପ୍ରଦାନ କଲେ ଏସ୍‌ପି
  • ||
  • ପାକିସ୍ତାନରେ ଭୂକମ୍ପ ଝଟକା , ରେକ୍ଟର ସ୍କେଲରେ ୪.୨ ତୀବ୍ରତା ରେକର୍ଡ
  • ||
  • ବହୁର୍ଚ୍ଚିତ ନବ ଦାସ ହତ୍ୟା ଘଟଣା, ଗାନ୍ଧି ଛକ ଫଣ୍ଡିରେ କ୍ରାଇମ୍‌ବ୍ରାଞ୍ଚ ଖୋଳତାଡ଼
  • ||
  • ୩ ବର୍ଷ ପରେ ଅଙ୍କିତାଙ୍କୁ ମିଳିଲା ନ୍ୟାୟ; ୩ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ
  • ||
  • 'ପାକିସ୍ତାନ କାଶ୍ମୀରକୁ ଭୁଲିବନି କି ଛାଡ଼ିବନି '; ପାକ୍‌ ସେନାମୁଖ୍ୟ ଆସିମ୍‌ ମୁନୀରଙ୍କ ମୁହଁଫୁଟାଣି
  • ||
  • ସୁନ୍ଦରଗଡ଼ : ପ୍ଲାଣ୍ଟରେ ଶ୍ରମିକଙ୍କ ଉପରେ ମାଡ଼ିଗଲା ଆଇରନ୍‌ ବୋଝେଇ ଟ୍ରକ୍, କ୍ଷତିପୂରଣ ଦାବିରେ ଉତ୍ତେଜନା
  • ||
  • ରାୟଗଡ଼ା :ଯୁବ ବ୍ୟବସାୟୀଙ୍କ ଘରୁ ଚୋରି, ଲକ୍ଷାଧିକ ଟଙ୍କା ସହ ଅଳଙ୍କାର ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସିକ୍କିମ ଦୁର୍ଘଟଣାରେ ବିଜେପି ନେତ୍ରୀ ଇତିଶ୍ରୀ ଜେନାଙ୍କ ପରିବାର ନିଖୋଜ
  • ||
  • ସମ୍ୱଲପୁର : ବସ୍‌କୁ ପଛରୁ ପିଟିଲା କୋଇଲା ବୋଝେଇ ଟ୍ରକ୍‌, ୨୦ ଆହତ
  • ||
  • ସିକ୍କିମରେ ଟୁରିଷ୍ଟ ଗାଡି ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଯାତ୍ରୀଙ୍କ ସୁରକ୍ଷା ଓ ଚିକିତ୍ସା ପରିଚାଳନା ପାଇଁ ଓଡ଼ିଶାରୁ ଯିବ ଟିମ୍
  • ||
  • ନୟାଗଡ଼ : ବାଣୁଆ ଗୁଳିରେ ଆମ୍ୱ ଗୋଟାଳି ମୃତ, ଶିକାରୀକୁ ଅଟକ ରଖିଲେ ଗ୍ରାମବାସୀ
  • ||
  • ଶୁକ୍ରବାର ବିଏମ୍‌ସି ବୈଠକ: ଉଠିବ ବିଧାୟକଙ୍କ ପାଇଁ ଏସ୍‌ଓପି ଦାବି, ବିଜେଡି କର୍ପୋରେଟର ହୋ ହଲ୍ଲା କରିବେ
  • ||
  • ବଲାଙ୍ଗୀର : ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ
  • ||
  • IPL 2025: ଆଜି ମୁମ୍ବାଇ-ଗୁଜରାଟ ଏଲିମିନେଟର ଲଢ଼େଇ, ପରାଜିତ ଦଳ ହେବ ବିଦା
  • ||
  • ‘ଅପରେସନ ସିଲ୍ଡ’, ଆଜି ପାକିସ୍ତାନ ସୀମାରେ ଦ୍ୱିତୀୟ ନାଗରିକ ସୁରକ୍ଷା ମକ୍‌ଡ୍ରିଲ
  • ||
  • ଅନୁଗୁଳ : ଭିଜିଲାନ୍ସ ପଞ୍ଝାରେ RD ବିଭାଗର ମୁଖ୍ୟଯନ୍ତ୍ରୀ, ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କର ଦେହାନ୍ତ, ରାଜ୍ୟର ପ୍ରଥମ ବିଜେପି MLA ଥିଲେ
  • ||
  • ଗଭୀର ଅବପାତ ପଳେଇଲା, ବଡ଼ ବର୍ଷା ହେଲାନି: ଆଜିଠୁ କମିବ ବର୍ଷା, ଜୁନ୍ ୧ରୁ ୩ ଯାଏ ବଢ଼ିବ ତାପମାତ୍ରା
  • ||
  • ପାଣି ଟାଙ୍କିରେ ପଡ଼ି ନାବାଳିକା ମୃତ୍ୟୁ ଘଟଣା: ରାତି ଅଧରେ ହେଲା ଶବ ବ୍ୟବଚ୍ଛେଦ
  • ||

ଗାଜାରେ ପୁଣି ତୀବ୍ର ଆକ୍ରମଣ କଲା ଇସ୍ରାଏଲ, ୨୪ ଘଣ୍ଟାରେ ଗଲାଣି ୧୪୬ ଜୀବନ

Published By : Tapas Panda | May 17, 2025 6:39 PM

Image Courtesy: jagran

ନୂଆଦିଲ୍ଲୀ: ଇସ୍ରାଏଲ ସେନାର ଲଗାତାର ଆକ୍ରମଣରେ ଗାଜା ଧ୍ବଂସ ହେବାରେ ଲାଗିଛି । ଗତ ୨୪ ଘଣ୍ଟାରେ ଗାଜାରେ ୧୪୬ ପାଲେଷ୍ଟାଇନ୍‌ ନାଗରିକଙ୍କ ମୃତ୍ୟୁ ହୋଇଛି । ଏହା ସହ ଅନେକ ଆହତ ହୋଇଥିବା ଜଣାପଡ଼ିଛି । ଇସ୍ରାଏଲ ବାୟୁସେନା ଗୁରୁବାର ଗାଜା ଉପରେ ମିସାଇଲ ମାଡ଼ କରିଥିଲା । ମାର୍ଚ୍ଚ ମାସରେ ଯୁଦ୍ଧବିରତି ଭଙ୍ଗ ହେବା ପରେ ଏହାକୁ ବୋମା ମାଡ଼ର ସବୁଠାରୁ ଘାତକ ପର୍ଯ୍ୟାୟ ବୋଲି ବିଶ୍ୱାସ କରାଯାଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟପ୍ରାଚ୍ୟ ଗସ୍ତ ଶେଷ  ହେବା ପରେ ଇସ୍ରାଏଲୀ ସେନା ଗାଜା ଉପରେ ଏହି ଆକ୍ରମଣ କରିଛି । 

ଉତ୍ତର ଗାଜାରେ ଥିବା ଇଣ୍ଡୋନେସିଆନ୍ ହସ୍ପିଟାଲର ନିର୍ଦ୍ଦେଶକ ମାରୱାନ୍ ଅଲ୍-ସୁଲତାନଙ୍କ ଅନୁଯାୟୀ, ଗୁରୁବାର ମଧ୍ୟରାତ୍ରି ସୁଦ୍ଧା ଇସ୍ରାଏଲର ଏହି ଆକ୍ରମଣରେ ୫୬ ଜଣ ପ୍ରାଣ ହରାଇଥିଲେ। ସେହି ସମୟରେ ବହୁ ସଂଖ୍ୟକ ଲୋକ ଅଟ୍ଟାଳିକାର ଭଗ୍ନାବଶେଷ ତଳେ ଚାପି ହୋଇ ରହିଥିଲେ। ସେ କହିଥିଲେ ଯେ, ହସ୍ପିଟାଲ ଭିତରେ ପରିସ୍ଥିତି ଭୟଙ୍କର ରହିଛି । ଗାଜାର ସ୍ଥାନୀୟ ସ୍ୱାସ୍ଥ୍ୟ ଅଧିକାରୀମାନେ କହିଛନ୍ତି ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଇସ୍ରାଏଲ ପକ୍ଷରୁ ହୋଇଥିବା ଆକ୍ରମଣରେ ୪୫୯ ରୁ ଅଧିକ ଲୋକ ଆହତ ହୋଇଛନ୍ତି। 

ଅନ୍ୟପକ୍ଷରେ, ଗାଜା ପଟିରେ ଆକ୍ରମଣ ତୀବ୍ର କରାଯାଉଛି ବୋଲି ଶନିବାର ଇସ୍ରାଏଲ ସେନା ପକ୍ଷରୁ କୁହାଯାଇଛି । ତେବେ ଗାଜାରେ ଡାକ୍ତରଖାନାଗୁଡ଼ିକର ଅବସ୍ଥା ବହୁତ ଖରାପ ରହିଛି । ଗତ ୧୯ ମାସ ଧରି ଚାଲିଥିବା ଯୁଦ୍ଧରେ ଇସ୍ରାଏଲ ସେନା ବାରମ୍ବାର ହସ୍ପିଟାଲଗୁଡ଼ିକୁ ଟାର୍ଗେଟ କରିଛି ବୋଲି ଅଭିଯୋଗ ହୋଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.