ଭୁବନେଶ୍ବର,୫।୧୧ : ଗଜପତି ମହାରାଜା ଓ ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତିକୁ ସମର୍ଥନ କରିବେ ରାଜ୍ୟ ସରକାର। ଆମେ ଜଗନ୍ନାଥ ସଂସ୍କୃତିକୁ ନଷ୍ଟ ହେବାକୁ ଦେବୁ ନାହିଁ। ଶ୍ରୀ ଜଗନ୍ନାଥଙ୍କର ସ୍ଵତନ୍ତ୍ର ନୀତିକାନ୍ତି ଓ ପରମ୍ପରା ରହିଛି ।ମାତ୍ର ବିଶ୍ଵର ଭିନ୍ନ ଭିନ୍ନ ସ୍ଥାନରେ ଅଦିନିଆ ରଥଯାତ୍ରା ଜଗନ୍ନାଥ ପ୍ରେମୀଙ୍କୁ ବାଧୁଚି। ଯାହାକୁ ନେଇ ଉଦବେଗ ପ୍ରକାଶ ପାଇଛି ବୋଲି ଆଇନ ମନ୍ତ୍ରୀ ପୃଥିରାଜ ହରିଚନ୍ଦନ କହିଛନ୍ତି।
ଯେଉଁଭଳି ଭାବରେ ସ୍ନାନ ଯାତ୍ରାକୁ ଇସ୍କନ କର୍ତ୍ତୃପକ୍ଷ ବନ୍ଦ୍ କରିଛନ୍ତି ସେହିଭଳି ଅଦିନିଆ ରଥଯାତ୍ରାକୁ ବନ୍ଦ୍ କରିବା ନେଇ ଆମେ ଆଲୋଚନା କରିବୁ ।ନଚେତ୍ ଗଜପତି ମହାରାଜା ଓ ମନ୍ଦିର ପ୍ରଶାସନର ନିଷ୍ପତ୍ତିକୁ ଆମେ ସମ୍ପୂର୍ଣ୍ଣ ସହଯୋଗ କରିବୁ ବୋଲି ଆଇନ ମନ୍ତ୍ରୀ କହିଛନ୍ତି।