ପ୍ରମୂଖ ଖବର
  • ତାମିଲ ଅଭିନେତା-କମେଡ଼ିଆନ ଏସ୍‌. କୃଷ୍ଣମୂର୍ତ୍ତି ଦେହାନ୍ତ, ୭୧ ବର୍ଷ ବୟସରେ ପରଲୋକ
  • ||
  • ଢେଙ୍କାନାଳ : ଅଜଣା ଯୁବକଙ୍କ ଗଳିତ ମୃତଦେହ ଠାବ, ତଦନ୍ତ କରୁଛି ପୁଲିସ
  • ||
  • ଶ୍ରୀମନ୍ଦିରର ଅନନ୍ୟ ପରମ୍ପରା, ଆଜି ବାଡ଼ି ନୃସିଂହଙ୍କ ଚାରି ଆଶ୍ରମ ବିଜେ ସହ ଶ୍ରୀକ୍ଷେତ୍ର ପରିକ୍ରମା କରିବେ
  • ||
  • ବୌଦ୍ଧ: ଭିଜିଲାନ୍ସ ପଞ୍ଝାରେ ବୌଦ୍ଧ ଏମ୍‌ଭିଆଇ ଗୋଳାପ ଚନ୍ଦ୍ର ହାଁସଦା ,ଏକାକାଳୀନ ୬ଟି ସ୍ଥାନରେ ଚାଲିଛି ଚଢ଼ାଉ
  • ||
  • ଦୁଇଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମା’ ତାରିଣୀଙ୍କ ନଡ଼ିଆ ସଂଗ୍ରହ ଗାଡ଼ିର କରିବେ ଶୁଭ ଉଦ୍‌ଘାଟନ
  • ||
  • ରାୟଗଡ଼ା : ଦୋକାନ ଘର ଉପରେ ଚଢିଗଲା ଟ୍ୟାଙ୍କର; ଜଣେ ମୃତ ୨ ଗୁରୁତର
  • ||
  • ଅଧ ରାତିରେ ଭୂକମ୍ପରେ ଥରିଲା ପାକିସ୍ତାନ, ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ
  • ||
  • ବଳଙ୍ଗା ପୀଡ଼ିତା ମୃତ୍ୟୁ ଘଟଣା, ଆଜି ଦିଲ୍ଲୀ ଏମ୍‌ସରେ ମୃତଦେହ ବ୍ୟବଚ୍ଛେଦ ପରେ ମରଶରୀର ଓଡ଼ିଶା ଅଣାଯିବ
  • ||
  • ଜୀବନ ଯୁଦ୍ଧରେ ହାରିଗଲେ ବଳଙ୍ଗା ପୀଡ଼ିତା,ଘଟଣାରେ କାହାର ସମ୍ପୃକ୍ତି ନାହିଁ କହିଲା ପୁଲିସ, ରାଜନୀତି କରନି କହିଲେ ବାପା
  • ||
  • ବାଲେଶ୍ୱର : ଦହିସଡା ପାଟଣା ସାହିରେ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ୨ ବଖରା ଘର
  • ||
  • ଦିନରେ ଗୁଳୁଗୁଳି, ରାତିରେ ବର୍ଷା; ଆଜି ଉତ୍ତର ଓଡ଼ିଶାରେ ଅଳ୍ପ, ଦକ୍ଷିଣରେ କାଁଭାଁ ବର୍ଷା ସମ୍ଭାବନା
  • ||

କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନ ଥିବା ସ୍ପଷ୍ଟ ହୋଇଛି : ଓଡ଼ିଶା ପୋଲିସ

Published By : Gurupada Nath | August 2, 2025 11:03 PM

ଭୁବନେଶ୍ଵର,୨/୮ : ମୃତ୍ୟୁ ସହ ସଂଗ୍ରାମ କରି ଶେଷରେ ଜୀବନ ଯୁଦ୍ଧରେ ହାରିଗଲେ ବଳଙ୍ଗା ପୀଡ଼ିତା। ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ସନ୍ଧ୍ୟାରେ ପୀଡ଼ିତା ଆଖି ବୁଜିଛନ୍ତି । ଜୁଲାଇ ୧୯ରେ ଘଟିଥିବା ଏହି ଅଭାବନୀୟ ଘଟଣାରେ ପୋଲିସ ଏ ପର୍ଯ୍ୟନ୍ତ କାହାରିକୁ ଗିରଫ କରିବାରେ ସମର୍ଥ ହୋଇ ପାରିନାହିଁ। ଏହା ମଧ୍ୟରେ ଓଡ଼ିଶା ପୋଲିସ ଏକ୍ସରେ ଟୁଇଟ୍ କରି ଘଟଣାର ତଦନ୍ତକୁ ନେଇ ବଡ଼ ଟିପ୍ପଣୀ କରିଛନ୍ତି।

ଓଡ଼ିଶା ପୋଲିସ ଏକ୍ସରେ ଲେଖିଛି ଯେ, ବଳଙ୍ଗା ଘଟଣାରେ ପୀଡିତା ଝିଅଙ୍କ ମୃତ୍ୟୁ ଖବର ଶୁଣି ଆମେ ଅତ୍ୟନ୍ତ ଦୁଃଖିତ । ଏହି ଘଟଣାରେ ପୋଲିସ ପକ୍ଷରୁ ତଦନ୍ତ ନିଷ୍ଠାର ସହ କରାଯାଇଛି। ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚି ସାରିଛି। ବର୍ତ୍ତମାନ ପର୍ଯ୍ୟନ୍ତ ହୋଇଥିବା ତଦନ୍ତ ଅନୁଯାୟୀ ଏହି ଘଟଣାରେ ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନ ଥିବା ସ୍ପଷ୍ଟ ହୋଇଛି। ଏଣୁ ସମସ୍ତଙ୍କୁ ଅନୁରୋଧ ଯେ,ଏହି ଦୁଃଖଦ ମୁହୂର୍ତ୍ତରେ ଏ ସମ୍ବନ୍ଧୀୟ କୌଣସି ସମ୍ବେଦନଶୀଳ ମନ୍ତବ୍ୟ ନ ଦିଅନ୍ତୁ। 

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଏକ୍ସ ପୋଷ୍ଟରେ ଲେଖିଛନ୍ତି, 'ବଳଙ୍ଗା ଘଟଣାରେ ପୀଡ଼ିତା ଝିଅଟିର ମୃତ୍ୟୁ ଖବର ଶୁଣି ମୁଁ ଗଭୀର ଭାବେ ମର୍ମାହତ । ସରକାରଙ୍କ ସମସ୍ତ ପ୍ରୟାସ ଏବଂ ଏମ୍ସ ଦିଲ୍ଲୀରେ ବିଶେଷଜ୍ଞ ଡାକ୍ତରୀ ଦଳଙ୍କ ଅହୋରାତ୍ର ଚେଷ୍ଟା ସତ୍ତ୍ୱେ ତାଙ୍କ ଜୀବନ ରକ୍ଷା କରାଯାଇ ପାରିଲା ନାହିଁ । ମୁଁ ଝିଅଟିର ଅମର ଆତ୍ମାର ସଦଗତି କାମନା କରୁଛି ଏବଂ ଏହି ଅପୂରଣୀୟ କ୍ଷତିକୁ ସହିବା ପାଇଁ ତାଙ୍କ ପରିବାରକୁ ଶକ୍ତି ମିଳୁ ବୋଲି ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁଛି।'

ସୂଚନାଯୋଗ୍ୟ ଯେ, ପୁରୀ ଜିଲ୍ଲା ବଳଙ୍ଗା ଥାନା ଅଞ୍ଚଳରେ ଗତ ଜୁଲାଇ ୧୯ରେ ଅଭାବନୀୟ ଘଟଣା ଘଟିଥିଲା । ଜଣେ ନାବାଳିକାଙ୍କୁ ତିନି ଜଣ ଦୁର୍ବୃତ୍ତ ବାଇକ୍ ଉଠାଇ ଏକ ନିଛାଟିଆ ସ୍ଥାନକୁ ନେଇଥିଲେ । ପ୍ରଥମେ ନିଶା ଦେଇ ବେହୋସ କରିବା ପରେ କିରୋସିନ ଢାଳି ନାବାଳିକା ଦେହରେ ନିଆଁ ଲଗାଇ ଦେଇଥିଲେ । ଏହାପରେ ପୀଡ଼ିତାଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଥିଲା ।  

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.