ପ୍ରମୁଖ ଖବର
  • ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଚିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଦୀର୍ଘ ଏକଘଣ୍ଟା ପରେ ଉଦ୍ଧାର ହେଲେ ୩୦ ଯାତ୍ରୀ
  • ||
  • ମଙ୍ଗଳବାର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ରାଜ୍ୟବାସୀଙ୍କୁ ଦେବେ ୧୯,୬୦୦ କୋଟିର ପ୍ରକଳ୍ପ ଭେଟି
  • ||
  • ପୁଲିସକୁ ଢେଲାମାରି ହତ୍ୟା ଉଦ୍ୟମ ଅଭିଯୋଗ: ଦୁର୍ଦ୍ଦାନ୍ତ ପାକା ଗିରଫ, ଭାଇ ଫେରାର
  • ||
  • ଆଜି ସରିବ ମାଟ୍ରିକ୍‌ ପରୀକ୍ଷା: ଭାଇରାଲ୍‌ ଓ ଲିକ୍‌ ଗୁଜବର ଘଟୁନି ଅନ୍ତ, କ୍ରାଇମ୍‌ବ୍ରାଞ୍ଚ୍‌ରେ ବୋର୍ଡ ଏତଲାର ଫଳ ଶୂନ୍ୟ
  • ||
  • WPL-2024: ଦିଲ୍ଲୀ କ୍ୟାପିଟାଲ୍ସର ଦମଦାର ପ୍ରଦର୍ଶନ, ଗୁଜରାଟକୁ ୨୫ରନ୍‌ରେ ହରାଇଲା
  • ||
  • କଳାହାଣ୍ଡିରେ ଇନ୍ଦ୍ରାବତୀ ଦକ୍ଷିଣ କେନାଲରେ ୨୦ ଫୁଟ୍‌ର ଘାଇ, ଦେପୁରରେ କୃତ୍ରିମ ବନ୍ୟା
  • ||
  • ରାଜ୍ୟରେ ବଦଳିବ ପାଣିପାଗ ମିଜାଜ: ଆଜିଠୁ କମିବ ତାତି, ୭ ଜିଲ୍ଲାରେ ବର୍ଷା ସମ୍ଭାବନା
  • ||

ମଦ ବ୍ୟବସାୟୀଙ୍କ ଘରେ ଆଇଟି ରେଡ୍

ରାୟଗଡ଼ା, ୬/୧୨ : ମଦ ବ୍ୟବସାୟୀଙ୍କ ଘରେ ଆଇଟି ରେଡ୍। ରାୟଗଡ଼ା ଜିଲ୍ଲାର ଜଣେ ଜଣାଶୁଣା ମଦ ବ୍ୟବସାୟୀ ଅରବିନ୍ଦ ସାହୁଙ୍କ ଘରେ ଓ ଅଫିସରେ ଆୟକର ବିଭାଗ ଚଢ଼ାଉ କରିଛି। ପାଞ୍ଚ ଜଣିଆ ଟିମ୍ ଚଢ଼ାଉ କରୁଛନ୍ତି। 

ସୂଚନାନୁଯାୟୀ, ବୁଧବାର ସକାଳୁ ଅତ୍ୟନ୍ତ ଗୁପ୍ତ ଭାବରେ ଅରବିନ୍ଦ ସାହୁଙ୍କ ଘରେ ଓ ଅଫିସରେ ଆୟକର ବିଭାଗ ଚଢ଼ାଉ କରିଥିଲା। ଫଳରେ ଘଟଣା ପ୍ରଘଟ ହୋଇନଥିଲା। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଏହି ଚଢ଼ାଉ କରାଯାଇଥିଲା। ବର୍ତ୍ତମାନ ସୁଦ୍ଧା ଚଢାଉ ଜାରି ରହିଛି। ବ୍ୟବସାୟୀ ଅରବିନ୍ଦ ସାହୁଙ୍କ ଅନ୍ୟ ସମ୍ପର୍କୀୟମାନଙ୍କ ଘରେ ମଧ୍ୟ ଆୟକର ବିଭାଗର ଚଢଉ ହୋଇଛି। ତେବେ ଆୟକର ଅଧିକାରୀ କଣ ଅଭିଯୋଗ ପାଇଥିଲେ ତାହା ସ୍ପଷ୍ଟ ହୋଇନାହିଁ। କିନ୍ତୁ ବ୍ୟାପକ ଠକେଇ ଅଭିଯୋଗରେ ଚଢ଼ାଉ ହୋଇଥିବା ବିଶ୍ବସ୍ତ ସୂତ୍ରରୁ ସୂଚନା ମିଳିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.