ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ତୃତୀୟ ଥର କେନ୍ଦ୍ରରେ ହେବାକୁ ଯାଉଛି ଏନଡିଏ ସରକାର, ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ମେଲୋନି

    

ନୂଆଦିଲ୍ଲୀ,୫/୬:ବାଜି ମାରିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତୃତୀୟ ଥର ପାଇଁ ମୋଦିଙ୍କ ନେତୃତ୍ୱରେ ଏନଡିଏ ସରକାର ଗଢିବାକୁ ଯାଉଛି। ଯଦିଓ ଏଥର ବିଜେପି ନିଜ ବଳରେ ବହୁମତ ହାସଲ କରିପାରିନାହିଁ କିନ୍ତୁ ଏନଡିଏ ୨୯୦ରୁ ଅଧିକ ଆସନରେ ବିଜୟ ହାସଲ କରିଛି। ଏହାସହ ଲଗାତାର ତୃତୀୟ ଥର କେନ୍ଦ୍ରରେ ଏନଡିଏ ସରକାର ହେବାକୁ ଯାଉଛି। ମୋଦିଙ୍କ ଲଗାତାର ତୃତୀୟ ଥର ପ୍ରଧାନମନ୍ତ୍ରୀ ହେବାକୁ ନେଇ ଦେଶବିଦେଶରୁ ତାଙ୍କ ପାଖକୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି । ମେଲୋନିଙ୍କ ଠାରୁ ଆରମ୍ଭ କରି ମୁଇଜ୍ଜୁଙ୍କ ପର୍ଯ୍ୟନ୍ତ ସମସ୍ତେ ଶୁଭେଚ୍ଛା ଜଣାଇଛନ୍ତି । 

ତେବେ ମାଳଦୀପ ରାଷ୍ଟ୍ରଷ୍ପତି ମୋହମ୍ମଦ ମୁଇଜ୍ଜୁ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସୋସିଆଲ ମିଡିଆ ହ୍ୟାଣ୍ଡେଲ 'ଏକ୍ସ'ରେ ପୋଷ୍ଟ କରି ଲେଖିଛନ୍ତି, '୨୦୨୪ ନିର୍ବାଚନରେ କ୍ରମାଗତ ତୃତୀୟ ଥର ପାଇଁ ସଫଳ ହୋଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିଜେପି ଏବଂ ଏନ୍‌ଡିଏକୁ ଶୁଭେଚ୍ଛା। ଉଭୟ ଦେଶର ସହଭାଗୀରେ ସମୃଦ୍ଧତା ପାଇଁ ମୁଁ ଏକାଠି କାମ କରିବାକୁ ମୁଁ ଆଗ୍ରହୀ।' ସେହିପରି ଇଟାଲି ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ମୋଦିଙ୍କୁ ଶୁଭେଚ୍ଛା ଜଣାଇ ସୋସିଆଲ ମିଡିଆରେ ପୋଷ୍ଟ କରି ଲେଖିଛନ୍ତି ଯେ, 'ନୂତନ ନିର୍ବାଚନ ବିଜୟ ଏବଂ ଭଲ କାମ ପାଇଁ ଶୁଭେଚ୍ଛା। ଏହା ନିଶ୍ଚିତ ଯେ ଇଟାଲୀ ଏବଂ ଭାରତକୁ ଏକତ୍ର କରୁଥିବା ବନ୍ଧୁତା ଏବଂ ଆମ ଦେଶ ତଥା ଆମ ଲୋକଙ୍କ କଲ୍ୟାଣ ସହ ଜଡିତ ପ୍ରସଙ୍ଗରେ ଆମେ ମିଳିତ ଭାବରେ କାର୍ଯ୍ୟ ଜାରି ରଖିବା।' ସେହିପରି  ଭୁଟାନ୍ ପ୍ରଧାନମନ୍ତ୍ରୀ ଶେରିଙ୍ଗ  ଓ ଟୋବଗେ ଶ୍ରୀଲଙ୍କା ରାଷ୍ଟ୍ରପତି ରାନିଲ ବିକ୍ରମସିଙ୍ଘେ  ମଧ୍ୟ ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.