ପ୍ରମୂଖ ଖବର
  • କଟକ : ନିଆଁ ଲାଗି ଜଳିଗଲା ୩ ବଖରା ଘର, କାରଣ ଅସ୍ପଷ୍ଟ
  • ||
  • କାଠଯୋଡି ନଦୀରେ ଗାଧୋଇବା ବେଳେ ଅଘଟଣ, ପାଣିରେ ବୁଡ଼ି ନାବାଳକ ମୃତ
  • ||
  • ଭଞ୍ଜନଗର : ବ୍ରାହ୍ମଣପଦର ଗ୍ରାମରେ ହତ୍ୟାକାଣ୍ଡ, ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ
  • ||
  • ବେଗୁନିଆପଡ଼ା : ପୂର୍ବ ଶତ୍ରୁତାରୁ ୨ ଭାଇଙ୍କୁ ହତ୍ୟା, ପୋଲିସର ତଦନ୍ତ ଆରମ୍ଭ
  • ||
  • ଭାରସାମ୍ୟ ହରାଇ ଦଳବୋଝେଇ ଖାଲକୁ ଖସିଲା ଟ୍ୟାଙ୍କର୍‌, ଡ୍ରାଇଭର ମୃତ
  • ||
  • ତଣ୍ଡିକେରା ଛକରୁ ଦୁଇ ସନ୍ଦିଗ୍ଧଙ୍କୁ ଉଠାଇନେଲା ଚନ୍ଦନପୁର ପୁଲିସ, ଚାଲିଛି ପରିଚୟ ଖୋଜା
  • ||
  • IPL 2025: ଆଜି ସୁପରଜାଏଣ୍ଟ୍‌ସ- ଇଣ୍ଡିଆନ୍ ମଧ୍ୟ ହେବ କଡ଼ା ଟକ୍କର, ନଜରରେ ପନ୍ତ, ରୋହିତଙ୍କ ବ୍ୟାଟିଂ
  • ||
  • ବଦଳିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠିକଣା, ୟୁନିଟ୍‌-୨ କ୍ୟାପିଟାଲ ନର୍ସରୀ ପାଖକୁ ଉଠିଯିବ
  • ||
  • ଯାଜପୁରରେ ଚାଞ୍ଚଲ୍ୟ, କର୍ମଜୀବୀ ମହିଳାଙ୍କୁ ହାତ ମୁହଁ ବାନ୍ଧି ଗଣଦୁଷ୍କର୍ମ ଅଭିଯୋଗ
  • ||
  • ଦିନିକିଆ ଗଞ୍ଜାମ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବ୍ରହ୍ମପୁର ମା’ ବୁଢ଼ୀ ଠାକୁରାଣୀଙ୍କୁ ଅସ୍ଥାୟୀ ମଣ୍ଡପରେ ଦର୍ଶନ କରିବେ
  • ||
  • ମୟୂରଭଞ୍ଜ : ଦୋକାନୀଙ୍କୁ ଠେଙ୍ଗାରେ ପିଟି ସୁନା ବ୍ୟାଗ୍‌ ଲୁଟ୍‌, ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟିନେଲେ ୪ ଦୁର୍ବୃତ୍ତ
  • ||
  • ଭଦ୍ରକ : ଗୋରୁ ବୋଝେଇ ପିକଅପ୍‌ ଗାଡ଼ି ଦୁର୍ଘଟଣା ଗ୍ରସ୍ତ: ୩ ଗୋରୁ ମୃତ, ଡ୍ରାଇଭର ଗୁରୁତର
  • ||
  • ରବିବାରଠୁ ତାତିରେ ବିରତି: ୨ ତାରିଖ ଯାଏ ବର୍ଷା ସହ ଘଡ଼ଘଡ଼ି ସମ୍ଭାବନା, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ଛାତ୍ରଛାତ୍ରୀଙ୍କ ମଧ୍ୟରେ ନୈତିକ ଏବଂ ମାନବିକ ମୂଲ୍ୟବୋଧ ସୃଷ୍ଟି କରିବାରେ ସହାୟକ ହୋଇଛି ଜାଗୋ: ସୋଆ ଉପସଭାପତି

Published By : Prameya | April 12, 2025 11:19 PM

ଭୁବନେଶ୍ୱର ,୧୨/୪ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ସବୁ ସମୟରେ ସମାଜର ହିତ କ୍ଷେତ୍ରରେ କାର୍ଯ୍ୟ କରିଆସୁଛି। ଏହି ପରିପ୍ରେକ୍ଷୀରେ ‘ଜାଗୋ’ ବହୁବର୍ଷର ଏକ ପଦକ୍ଷେପ। ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ନୈତିକ ଏବଂ ମାନବିକ ମୂଲ୍ୟବୋଧ ସୃଷ୍ଟି କରିବାରେ ଜାଗୋ ସହାୟକ ହୋଇଛି ବୋଲି କହିଛନ୍ତି ସୋଆର ଉପସଭାପତି ଶ୍ରୀମତି ଶାଶ୍ୱତୀ ଦାସ।  ବିଶ୍ୱବିଦ୍ୟାଳୟର ବିଭିନ୍ନ କ୍ୟାମ୍ପସ୍‌ର ନିକଟବର୍ତୀ ବସ୍ତି ଅଂଚଳରେ ରହୁଥିବା ଛୋଟ ଛୋଟ ପିଲାମାନଙ୍କୁ ପାଠ ପଢ଼ାଇବା ସହ ସେମାନଙ୍କୁ ସ୍କୁଲ ବ୍ୟାଗ ଓ ୟୁନିଫର୍ମ ଦେବା ଭଳି କାର୍ଯ୍ୟ କରିଥାନ୍ତି ଟିମ୍ ଜାଗୋର ଛାତ୍ରଛାତ୍ରୀ। ଏହି ପରିପ୍ରେକ୍ଷୀରେ ୨୦୦୭ ମସିହାରୁ ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌)ରେ ଆରମ୍ଭ ହୋଇଥିବା ଏହି ପଦକ୍ଷେପ ଏବେ ବିଶ୍ୱବିଦ୍ୟାଳୟର ସବୁ କ୍ୟାମ୍ପସ୍‌ର ଛାତ୍ରଛାତ୍ରୀମାନେ ଆପଣାଇଛନ୍ତି। ଏହା ଖୁବ ଆନନ୍ଦର ବିଷୟ ବୋଲି କହିଛନ୍ତି ଶ୍ରୀମତି ଦାସ। 

ଶନିବାର ‘ସୋଆ ଜାଗୋ ଟ୍ୟାଲେଂଟ ହଂଟ’ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ତଥା ସୋଆର ଛାତ୍ରଛାତ୍ରୀମାନଙ୍କୁ ଶ୍ରୀମତି ଦାସ ପୁରସ୍କୃତ କରିବା ସହ କୁନି କୁନି ପିଲାମାନଙ୍କୁ ସ୍କୁଲ ବ୍ୟାଗ ପ୍ରଦାନ କରିଥିଲେ। ଅନ୍‌ଲାଇନ୍ ଦ୍ୱାରା ୨୪ ଘଂଟା ଧରି ସୋଆ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପୋଷ୍ଟର, କବିତା, ବକ୍ତୃତା ଓ ପ୍ରବନ୍ଧ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଏଥିରେ ଯୋଗ ଦେଇ କହିଥିଲେ ଯେ ସମାଜର ହିତ ପାଇଁ ବିଶ୍ୱବିଦ୍ୟାଳୟ ଏଭଳି ମହତ କାର୍ଯ୍ୟ ଆପଣାଇଛି। ବିକଶିତ ଭାରତ ପରିପ୍ରେକ୍ଷୀରେ ଏଭଳି କାର୍ଯ୍ୟ ଦ୍ୱାରା ବିଶ୍ୱବିଦ୍ୟାଳୟ ସାମାଜିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରୁଛି ବୋଲି ପ୍ରଫେସର ନନ୍ଦ କହିଛନ୍ତି। 

କାର୍ଯ୍ୟକ୍ରମରେ କଂଟ୍ରୋଲର ଅଫ୍ ଏଗ୍‌ଜାମିନେସନ୍ ପ୍ରଫେସର ମଞ୍ଜୁଳା ଦାସ, ଉପକୁଳପତି ପ୍ରଫେସର ନୀତା ମହାନ୍ତି, ଆଇଟିଇଆର୍‌ର ଡିନ୍ ପ୍ରଫେସର ପି.କେ ସାହୁ ବକ୍ତବ୍ୟ ରଖିଥିଲେ। ଆଡିସ୍‌ନାଲ୍ ଡିନ୍ (ଷ୍ଟୁଡେଂଟ ଆଫେୟାର୍ସ) ଆଇଟିଇଆର ପ୍ରଫେସର ରେଣୁ ଶର୍ମା ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଜାଗୋର ମେଂଟର ପ୍ରଫେସର ଅନୀତା ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।  ଏହି ଅବସରରେ ଆଇଟିଇଆରର ନିର୍ଦ୍ଦେଶକ ପ୍ରଫେସର ମାନସ ମଲ୍ଲିକ ଓ ଆଇଡିଏସ୍‌ର ପ୍ରଫେସର ଅନୁରାଗ ଶତପଥୀ ଏବଂ ଆଇଟିଇଆରର ସିନିୟର ପ୍ରଫେସର ମୀରା ଦାସ ଉପସ୍ଥିତ ଥିଲେ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.