ପ୍ରମୂଖ ଖବର
  • ସୁନ୍ଦରଗଡ଼ : ବ୍ରାହ୍ମଣୀ ନଦୀରେ ବୁଡ଼ି ନାବାଳକ ନିଖୋଜ, ସର୍ଚ୍ଚ ଅପରେସନ୍‌ ଜାରି
  • ||
  • ଇଂଲଣ୍ଡ ଗସ୍ତ ପୂର୍ବରୁ ଭାରତକୁ ଲାଗିପାରେ ବଡ଼ ଝଟକା; ସାମି-ବୁମରାଙ୍କ ଖେଳିବାକୁ ନେଇ ସନ୍ଦେହ
  • ||
  • ସମ୍ୱଲପୁର : କଫ୍‌ ସିରପ୍‌ ଭର୍ତ୍ତି ବକ୍ସ ଚୋରି କରିବା ପଡ଼ିଲା ମହଙ୍ଗା, ସମ୍ବଲପୁର ଟାଉନ୍ ଥାନା ଏଏସ୍‌ଆଇ ନିଲମ୍ବିତ
  • ||
  • ରେକର୍ଡ ଭାଙ୍ଗିଲା ଶ୍ରୀନଗର ତାତି ; ୫୪ ବର୍ଷ ପରେ ୩୪ ଡିଗ୍ରୀ ପାର୍‌, ୧୩୩ ବର୍ଷ ପରେ ଜଳିଲା ମେ'
  • ||
  • ଭୁବନେଶ୍ୱର : ବିଦେଶରେ ଚାକିରି ଲୋଭ ଦେଖାଇ କୋଟି କୋଟି ଟଙ୍କା ଠକେଇ, ଅଭିଯୁକ୍ତ ଗିରଫ
  • ||
  • ମେ ୨୭ ନୁହେଁ, ୨୬ରେ ସାବିତ୍ରୀ ଛୁଟି ଘୋଷଣା କଲେ ସରକାର, ୨୭ରେ ଖୋଲା ରହିବ ସରକାରୀ ଅଫିସ୍
  • ||
  • ବିଳିବିଳଉଛି ପାକିସ୍ତାନ; 'ପାଣି ବନ୍ଦ କଲେ ଆମେ ତୁମ ନିଶ୍ୱାସ ବନ୍ଦ କରିଦେବୁ', ପୁରୁଣା ଡଇଲଗ ଦୋହରାଇଲେ ପାକ୍‌ ଜେନେରାଲ
  • ||
  • ସମ୍ବଲପୁର: ମାଲଖାନାରୁ କଫ୍‌ ସିରପ୍ ଚୋରି କରିଟାଉନ୍‌ ଥାନାରେ କାର୍ଯ୍ୟରତ ASI ବିଦ୍ୟୁତ୍ ପଣ୍ଡା ନିଲମ୍ବିତ
  • ||
  • ଭିଜିଲାନ୍ସ ଜାଲରେ R&B ଡିଭିଜନ୍‌ର କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀ, ଏକକାଳୀନ ୮ ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ର ଚଢ଼ାଉ
  • ||
  • ୨୭ ଯାଏ ଘୁଞ୍ଚିଲା ସ୍ପେସାଲ୍‌ ଓଟିଇଟି ଆବେଦନ, ଫର୍ମ ପୂରଣର ଅବଧିକୁ ବଢ଼ାଇଲା ବୋର୍ଡ
  • ||
  • କେନ୍ଦୁଝର : ବେଆଇନ ବାଲି ଚୋରା ଚାଲାଣ ବେଳେ ୩ ହାଇୱା ଜବତ, ୬ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଜରିମାନା ଆଦାୟ
  • ||
  • ଏବେ ୭୮୮ ଭାରତୀୟ ଛାତ୍ରଙ୍କର କଣ ହେବ ? ହାର୍ଭାର୍ଡରେ ବିଦେଶୀ ଛାତ୍ରଙ୍କ ନାମଲେଖା ଉପରେ ରୋକ୍ ଲଗାଇଲେ ଟ୍ରମ୍ପ
  • ||
  • ବାଂଲାଦେଶରେ କିଛି ଠିକ୍ ନାହିଁ ; ବିପଦରେ ୟୁନୁସଙ୍କ ଗାଦି, ସେନାମୁଖ୍ୟ ଦେଲେ ଅଲଟିମେଟ୍
  • ||
  • ନେପାଳରେ ଭୂକମ୍ପ ଝଟକା,ରିକ୍ଟର ସ୍କେଲରେ ତୀବ୍ରତା ୪.୭ ରେକର୍ଡ
  • ||
  • ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି : ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା, ୬ ମନ୍ତ୍ରୀ ପଦ ପାଇଁ ଆଶାୟୀଙ୍କ ଲବି ଭୁବନେଶ୍ୱରରୁ ଦିଲ୍ଲୀ
  • ||
  • ସୁବର୍ଣ୍ଣପୁର : ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ବାଜା ଗାଡ଼ି: ୨ ମୃତ, ୨୫ ଆହତ
  • ||
  • ଦେଶ ସମ୍ଭାଳିପାରୁ ନାହାନ୍ତି ବାଂଲାଦେଶ ଅନ୍ତରୀଣ ସରକାର ମହମ୍ମଦ ୟୁନୁସ, ଇସ୍ତଫା ଦେବାକୁ ବଳାଇଲେ ମନ
  • ||
  • ରାଜ୍ୟରେ ବଦଳିଲା ପାଗର ମିଜାଜ୍, ଖସିଲା ତାତି : ଏ ମାସ ଶେଷ ସୁଦ୍ଧା ମୌସୁମୀ, ୨୭ରେ ଲଘୁଚାପ ସମ୍ଭାବନା
  • ||

ପୁରୀ ବ୍ୟତୀତ ଅନ୍ୟ ସ୍ଥାନକୁ ‘ଜଗନ୍ନାଥ ଧାମ’ କରାଯାଇ ପାରିବ ନାହିଁ : ଗଜପତି ମହାରାଜ

Published By : Prameya | May 5, 2025 7:57 PM

ଭୁବନେଶ୍ବର, ୫।୫ : ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ମୂଳପୀଠ ହେଉଛି ପୁରୁଷୋତ୍ତମ କ୍ଷେତ୍ର। ପୁରୀ ବ୍ୟତୀତ ଅନ୍ୟ କୌଣସି ସ୍ଥାନରେ ଚତୁର୍ଦ୍ଧାମୂର୍ତ୍ତୀ ବିଗ୍ରହଙ୍କର ଶାସ୍ତ୍ରୀୟ ଅନୁସାରେ ପ୍ରତିଷ୍ଠା ହୋଇଥିଲେ ମଧ୍ୟ ତାହା ‘ଜଗନ୍ନାଥ  ଧାମ’ , ‘ଶ୍ରୀ ପୁରୁଷୋତ୍ତମ କ୍ଷେତ୍ର’, ‘ଶ୍ରୀକ୍ଷେତ୍ର କିମ୍ବା ନୀଳାଚଳ ଧାମ’ ଭାବରେ ନାମିତ କରାଯାଇ ପାରିବ ନାହିଁ। ତେଣୁ ଦୀଘାରେ କରାଯାଇଥିବା ଜଗନ୍ନାଥ ମନ୍ଦିରକୁ କିମ୍ବା ସ୍ଥାନକୁ ଶ୍ରୀ ଜଗନ୍ନାଥ ଧାମରେ ନାମିତ କରାଯାଇ ପାରିବ ନାହିଁ। ମୁକ୍ତିମଣ୍ଡପ ପଣ୍ଡିତ ସଭା ମତ ଅନୁସାରେ ଏହା ଉଲ୍ଲେଖ କରୁଛି। ଦୀଘାକୁ ‘ଜଗନ୍ନାଥ ଧାମ’ରେ  ନାମିତ କରିବାକୁ ନେଇ ପୁରୀ ଗଜପତି ମହାରାଜ ଦିବ୍ୟସିଂହ ଦେବ ଏହି ମତ ରଖିଛନ୍ତି। 

ମୁକ୍ତିମଣ୍ଡପ  ପଣ୍ଡିତ ସଭାର ମତ ଅନୁସାରେ ମହାପ୍ରଭୁଙ୍କ ଶ୍ରୀବିଗ୍ରହ ଦାରୁ ବ୍ୟତୀତ ଅନ୍ୟ କୌଣସି ଧାତୁ ବା ଶୀଳାରେ ନିର୍ମାଣ କରି ପୂଜା କରିବା ଉଚିତ ନୁହେଁ। ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ମୂଳପୀଠ ଶ୍ରୀମନ୍ଦିର ବ୍ୟତୀତ ଅନ୍ୟ କୌଣସି ଜଗନ୍ନାଥ ମନ୍ଦିରରେ ପ୍ରତିଷ୍ଠିତ ଶ୍ରୀବିଗ୍ରହମାନଙ୍କୁ ସମର୍ପଣ କରାଯାଉଥିବା ନୈବେଦ୍ୟକୁ ଶ୍ରୀ ମହାପ୍ରସାଦ କୁହାଯିବା ଶାସ୍ତ୍ର ସମ୍ମତ ନୁହେଁ ବୋଲି ଗଜପତି ମହାରାଜ କହିଛନ୍ତି। 

ଉପରୋକ୍ତ ବିଷୟକୁ ଦୃଷ୍ଟିରେ ରଖି  ଦୀଘା ଶ୍ରୀ ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ  ଧାମ କିମ୍ବା ଜଗନ୍ନାଥ ଧାମ ସାଂସ୍କୃତିକ କେନ୍ଦ୍ର ଭାବେ ନାମତ କରିବାରୁ ନିବୃତ୍ତ ରହିବାକୁ ଦୀଘା  ଶ୍ରୀଜଗନ୍ନାଥ ମନ୍ଦିରର ଉଦ୍ୟୋକ୍ତା, ଟ୍ରଷ୍ଟି ଏବଂ ପୁଷ୍ଠପୋଷକମାନଙ୍କୁ  ଗଜପତି ମହାରାଜ ଜଣାଇଛନ୍ତି। 

ସୂଚନା ଥାଉକି, ପଶ୍ଚିମବଙ୍ଗର ପୂର୍ବ ମେଦିନାପୁର ଜିଲ୍ଲାର ଉପକୂଳବର୍ତ୍ତୀ ସହର ‘ଦୀଘା’ ଠାରେ ଜଗନ୍ନାଥ ମନ୍ଦିରକୁ ଧାମ କରାଯାଇଥିବା ନେଇ ଦେଖାଦେଇଥିବା ବିବାଦ ବଢ଼ିବାରେ ଲାଗିଛି। ଏହି ମନ୍ଦିରକୁ ପଶ୍ଚିମବଙ୍ଗ ସରକାର ଜଗନ୍ନାଥ ଧାମ ଘୋଷଣା କରିଥିବା ବେଳେ ସନାତନ ଧର୍ମ ଉପରେ ବିଶ୍ବାସ କରୁଥିବା ବ୍ୟକ୍ତି ବିଶେଷ ଓ ଜଗନ୍ନାଥପ୍ରେମୀଙ୍କ ମନରେ ଆଘାତ ଲାଗିଛି।

 ଏନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖି  କହିଛନ୍ତି, ପଶ୍ଚିମବଙ୍ଗ ଜଗନ୍ନାଥ ଧାମ କରିପାରିବ ନାହିଁ। ଏଥି ପାଇଁ ଆମେ ପଶ୍ଚିମବଙ୍ଗ ସରକାରଙ୍କୁ ଚିଠି ଲେଖିବୁ। ସେଠାରେ ଜଗନ୍ନାଥ ଧାମ କରିବାର କୌଣସି କାରଣ ନାହିଁ। ସେମାନେ ଜଗନ୍ନାଥ ଧାମ ବୋଲି କହିବାର କିଛି ଅଧିକାର ନାହିଁ। ପଶ୍ଚିମବଙ୍ଗ ରାଜନୈତିକ ଦୃଷ୍ଟିକୋଣରୁ କ’ଣ ଘଟୁଛି ତାହା ଭିନ୍ନ କଥା ହୋଇପାରେ। କିନ୍ତୁ ଆମ ସଂସ୍କୃତି, ଆମ ମନ୍ଦିର, ସୁରକ୍ଷା, ବ୍ୟବସ୍ଥା ସୁରକ୍ଷିତ ଅଛି ଓ ରହିବ। ସରକାରଙ୍କର ଯାହା ଦାୟିତ୍ଵ ସେ କଥା ତୁଲାଇବୁ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.