ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ରାଇକିଆ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଲେ ରାଜସ୍ଵ ମନ୍ତ୍ରୀ

Published By : Rasmita Pradhan | March 6, 2025 11:02 AM

ରାଇକିଆ,୬/୩ : କନ୍ଧମାଳ ଜିଲ୍ଲା ରାଇକିଆରେ ପ୍ରତିଷ୍ଠା ହେଲା ଜଗନ୍ନାଥ ମନ୍ଦିର। ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଲେ ରାଜସ୍ଵ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ଶିବ ମନ୍ଦିର ନିକଟରେ ଆୟୋଜକ କମିଟି ଏବଂ ଦଳୀୟ କର୍ମୀମାନେ ତାଙ୍କୁ ଭବ୍ୟ ସ୍ବାଗତ କରିଥିଲେ। ପରେ ସେ ନାମ ସଙ୍କୀର୍ତ୍ତନ, ଘୃତଯଜ୍ଞ କାର୍ଯ୍ୟକ୍ରମରେ ସାମିଲ ହେବା ସହ ଶିବ ମନ୍ଦିର, ବନଦୁର୍ଗା ମନ୍ଦିର ଯାଇ ଦର୍ଶନ କରିବା ସହ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ରତ୍ନମୁଦ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

ସୂଚନାନୁଯାୟୀ, ରାଜସ୍ବ ମନ୍ତ୍ରୀଙ୍କ ସହ କନ୍ଧମାଳ ଏମପି ସୁକାନ୍ତ ପାଣିଗ୍ରାହୀ, ଫୁଲବାଣୀ ବିଧାୟକ ଉମା ଚରଣ ମଲ୍ଲିକ, ଜିଲ୍ଲା ବିଜେପି ସଭାପତି ପଣ୍ଡିତ ବିଶିମାଝୀ, ରାଇକିଆ ମଣ୍ଡଳ ସଭାପତି ସନ୍ତୋଷ ପାତ୍ର, ପୂର୍ବତନ ବିଧାୟକ ମନୋଜ ପ୍ରଧାନ, ବିଧାନସଭା ପ୍ରାର୍ଥୀ ମାନ ଗୋବିନ୍ଦ ପ୍ରଧାନ, ଓବିସି ମୋର୍ଚ୍ଚା ସଭାପତି ସନ୍ତୋଷ କୁମାର ଲେଙ୍କା, ଜଗନ୍ନାଥ ସାହୁ, ଲିଙ୍ଗରାଜ ଦଳ ବେହେରା ପ୍ରମୁଖ ସାମିଲ ହୋଇଥିଲେ। ମନ୍ଦିର ପ୍ରତିଷ୍ଠା ଉପଲକ୍ଷେ ମଙ୍ଗଳବାର ଏକ ଭବ୍ୟ କଳସ ଯାତ୍ରା ଆୟୋଜିତ ହୋଇଥିଲା। ଶତାଧିକ ମହିଳା ଗର୍ଜନୀ ନଦୀରୁ ଜଳ ସଂଗ୍ରହ କରି ଶୋଭାଯାତ୍ରାରେ ଆସି ପୂଜା ସ୍ଥଳରେ ସ୍ଥାପନ କରିଥିଲେ।

ଏହି ଖବରଟିକୁ ପଢନ୍ତୁ-ହୁତୁହୁତୁ ହୋଇ ଜଳିଗଲା ୩ ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.