PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : ଭଗବାନ ଚିତ୍ରଗୁପ୍ତଙ୍କ ଚରିତ୍ରକୁ ମଜାଳିଆ ଢଙ୍ଗରେ ଚିତ୍ରଣ କରିବାକୁ ନେଇ ଅଭିନେତା ଅଜୟ ଦେବଗନଙ୍କ ସମେତ କେତେକଙ୍କ ନାଁରେ ଏତଲା
  • ||
  • ଖୋର୍ଦ୍ଧା : ଆୟକର ଅଧିକାରୀ ସୁମନ ସୁନ୍ଦର ସାହୁଙ୍କ ବାସଭବନରେ ସିବିଆଇ ରେଡ୍, ଖୋର୍ଦ୍ଧାର ଶାନ୍ତି ଜୁଏଲର୍ସ ମାଲିକଙ୍କ ଠାରୁ ନେଉଥିଲେ ସୁନା ଓ ଟଙ୍କା
  • ||
  • ସମ୍ବଲପୁର : ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକର ଗୋବିନ୍ଦପୁରକୁ ପ୍ରଥମ ‘ପକ୍ଷୀଗ୍ରାମ’ ମାନ୍ୟତା, ଯୋଜନାରେ ସାମିଲ ହେବେ ୩ ଗାଁ
  • ||
  • ଭୁବନେଶ୍ବର : ବରମୁଣ୍ଡା ବସ ଷ୍ଟାଣ୍ଡରୁ ୫୦କେଜି ଗଞ୍ଜେଇ ଜବତ, ୪ ଗଞ୍ଜେଇ ଚୋରା ଚାଲାଣକାରୀ ଗିରଫ
  • ||
  • ଭୁବନେଶ୍ୱର : ହସ୍ପିଟାଲରୁ ଡିସଚାର୍ଜ ହେଲେ ଓଲିଉଡ ଷ୍ଟାର ବାବୁସାନ ମହାନ୍ତି, ଗତ କିଛି ଦିନ ହେବ ଅସୁସ୍ଥ ହୋଇ ଭୁବନେଶ୍ୱରର ଘରୋଇ ମେଡିକାଲରେ ହେଉଥିଲେ ଚିକିତ୍ସିତ
  • ||
  • କଟକ : କଟକ ପାରାଦୀପ ରାସ୍ତା ସୋମପୁର ବଜାର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଗ୍ୟାରେଜ ଉପରେ ମାଡିଗଲା ଟ୍ରକ
  • ||
  • ଯାଜପୁର : କୁଆଖିଆ ଥାନା ଅନ୍ତର୍ଗତ ବସଷ୍ଟାଣ୍ଡ ନିକଟରେ ଯାଜପୁର ଅବକାରୀ ବିଭାଗ ଚଢ଼ାଉ, ୮୦ ଗ୍ରାମ ବ୍ରାଉନସୁଗାର ଜବତ
  • ||

ବଡ଼ଭାଇ ସାର୍ଟିଫିକେଟ୍‌ ଦେଇ ଆର୍ମିରେ କରିଥିଲେ ଚାକିରୀ, ଅବସର ପରେ ବନ୍ଧାହେଲେ

ଜଗତସିଂହପୁର, ୦୮/୦୮ : ବଡ଼ଭାଇ ସାର୍ଟିଫିକେଟ୍‌ ଦେଇ ଆର୍ମିରେ ଚାକିରୀ କରିଥିଲେ ସାନ ଭାଇ। ଅବସର ପରେ ଧରାପଡ଼ିଲେ ମହାଠକ। ଅଭିଯୁକ୍ତ ଜଣଙ୍କ ହେଉଛନ୍ତି ଜଗତସିଂହପୁର ଜିଲ୍ଲା ବିରିଡ଼ି ଥାନା ମଙ୍ଗୁଲି ଗାଁରେ ବସନ୍ତ ପଣ୍ଡା। ଅଭିଯୋଗ ପରେ ବସନ୍ତଙ୍କୁ ଗିରଫ କଲା ବିରିଡ଼ି ପୋଲିସ।

ସୂଚନାନୁଯାୟୀ, ବିରିଡ଼ି ଥାନା ମଙ୍ଗୁଲି ଗାଁର ବସନ୍ତ ପଣ୍ଡା ତାଙ୍କର ବଡ଼ ଭାଇ ହେମନ୍ତ ପଣ୍ଡାଙ୍କ ସାର୍ଟିଫେକଟ୍ ଓ ଅନ୍ୟାନ୍ୟ କାଗଜପତ୍ର ଦେଇ ସେନାରେ ଚାକିରୀ କରିଥିଲେ । ଦୀର୍ଘ ବର୍ଷ ଧରି ଚାକିରି କରିବା ପରେ କିଛି ଦିନ ହେଲା ସେ ସେନାରୁ ଅବସର ନେଇ ଘରେ ରହୁଥିଲେ । ତେବେ ନକଲି ସାର୍ଟିଫିକେଟ୍‌ ନେଇ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି। ପୋଲିସ ବସନ୍ତ ପଣ୍ଡାଙ୍କୁ ଗିରଫ କରିଛି । ଏନେଇ ପୋଲିସ ଅଧିକ ଛାନଭିନ୍ କରୁଛି।