ପ୍ରମୂଖ ଖବର
  • ତାଳଚେର ହାଣ୍ଡିଧୁଆ ସ୍କୁଲର ରୂପାନ୍ତରଣ ପ୍ରକଳ୍ପର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ
  • ||
  • ତାଳଚେରରେ “ଏକ୍ ପେଡ୍ ମା’ କେ ନାମ ୨.୦” ଅଭିଯାନ ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ
  • ||
  • କଟକ : ଟ୍ରକ୍ ଧକ୍କାରେ ମହିଳା ହୋମଗାର୍ଡଙ୍କ ମୃତ୍ୟୁ, ଚାଳକ ଥାନାରେ ଅଟକ
  • ||
  • ଯାଜପୁର : ନଦୀରେ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ମତ୍ସ୍ୟଜୀବୀଙ୍କ ଜାଲରୁ ମୃତଦେହ ଉଦ୍ଧାର
  • ||
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ଗୁଜରାଟର ଜାମନଗରରେ ବାୟୁସେନାର ଜାଗୁଆର ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ

Published By : Tapas Panda | April 2, 2025 10:37 PM

ଜାମନଗର: ଗୁଜରାଟର ଜାମନଗର ଜିଲ୍ଲାରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଭାରତୀୟ ବାୟୁସେନାର ଜାଗୁଆର ଲଢ଼ୁଆ ବିମାନ କାଲାଭାଡ ରୋଡର ସୁବରଦା ଗାଁ ଉପକଣ୍ଠରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଯୁଦ୍ଧ ବିମାନ ଦୁର୍ଘଟଣା ପରେ ସମଗ୍ର ଅଞ୍ଚଳ ଧୂଆଁରେ ଆଚ୍ଛାଦିତ ହୋଇଯାଇଛି। ଧୂଆଁ ଦେଖି ସୁବରଦା ଗାଁର ଲୋକମାନେ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ସ୍ଥାନୀୟ ପୋଲିସକୁ ଦୁର୍ଘଟଣା ବିଷୟରେ ଜଣାଇଥିଲେ। ସୂଚନା ମିଳିବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି।




କୁହାଯାଉଛି ଯେ, ଜାଗୁଆର ଲଢ଼ୁଆ ବିମାନଟି ରାତିରେ ଉଡ଼ାଣ ଭରିଥିଲା। ଜାମନଗର ଦେଇ ଯାଉଥିବା ବେଳେ ସୁବରଦା ଗାଁ ନିକଟରେ ଏହା ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ତଳେ ପଡ଼ିବା ମାତ୍ରେ ବିସ୍ଫୋରଣ ହୋଇଥିଲା ଏବଂ ବହୁ ଉଚ୍ଚକୁ  ଧୂଆଁ ଉଠିଥିଳା । ଧୂଆଁ ଦେଖି ଗାଁ ଲୋକେ ଘଟଣାସ୍ଥଳରେ ପହଞ୍ଚିଥିଲେ। ସେମାନେ ତୁରନ୍ତ ସ୍ଥାନୀୟ ପୋଲିସ ଷ୍ଟେସନକୁ ଦୁର୍ଘଟଣା ବିଷୟରେ ଜଣାଇଥିଲେ।

ସୂଚନା  ପାଇ ପୋଲିସ ଦଳ ଘଟଣାସ୍ଥଳରେ ପହଞ୍ଚିଥିଲେ। ନିଆଁ ଲିଭାଇବା ପାଇଁ ଅଗ୍ନିଶମ ବାହିନୀକୁ ମଧ୍ୟ ଡକାଯାଇଥିଲା। ଯେତେବେଳେ ପୋଲିସ ଜାଣିବାକୁ ପାଇଲା ଯେ, ଏହା ଏକ ଭାରତୀୟ ବାୟୁସେନାର ଯୁଦ୍ଧ ବିମାନ ପୋଲିସ ତୁରନ୍ତ ଏହାର ଉଚ୍ଚ ଅଧିକାରୀମାନଙ୍କୁ ଘଟଣା ବିଷୟରେ ଜଣାଇଥିଲା ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.