PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ମାୟାବିନୀ ଅର୍ଚ୍ଚନା ନାଗ ମାମଲା: ପୁଣି ହାଜର ହେଲେ ଠିକାଦାର, ପଦାକୁ ଆସିଲା ରଣଜୀ ଖେଳାଳିଙ୍କ ଲିଙ୍କ୍‌
  • ||
  • ଭୁବନେଶ୍ୱର: ଆଜିଠୁ ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’, ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ଭୁବନେଶ୍ୱର: ଶୀତ ସାମାନ୍ୟ କମିବ, ଦକ୍ଷିଣ ଓଡ଼ିଶାରେ କାଁ ଭାଁ ହାଲୁକା ବର୍ଷା ସମ୍ଭାବନା: ୮ଟି ସ୍ଥାନରେ ରାତି ତାପମାତ୍ରା ୧୧ ଡିଗ୍ରୀ ତଳେ
  • ||

ଓଆରଏଚଡିସି ଦୁର୍ନୀତି ମାମଲା : ବିଧାୟକ ମହମ୍ମଦ ମୋକିମଙ୍କ ସହ ୪ ଜଣଙ୍କୁ ଜେଲ

କଟକ, ୨୯।୯  ଓଆରଏଚଡିସି ଦୁର୍ନୀତି ମାମଲାର ବିଚାର କରି ଭିଜିଲାନ୍ସ କୋର୍ଟ ୪ ଜଣଙ୍କୁ ୩ ବର୍ଷ ଲେଖାଏଁ  ଦଣ୍ଡାଦେଶ ଶୁଣାଇଛନ୍ତି। ବିଧାୟକ ତଥା ମେଟ୍ରୋ ବିଲ୍ଡର୍ସର  ପରିଚାଳନା ନିର୍ଦେଶକ ମହମ୍ମଦ ମୋକିମଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ଭିଜିଲାନ୍ସ କୋର୍ଟ।  ଏଥିସହ  ପୂର୍ବତନ ଆଇଏଏସ୍ ବିନୋଦ କୁମାର,  ମେଟ୍ରୋ ବିଲ୍ଡରର ନିର୍ଦେଶକ ପିୟୂଷ ମହାନ୍ତି ଏବଂ କମ୍ପାନୀ ସେକ୍ରେଟାରୀ ସ୍ବସ୍ତୀ ରଞ୍ଜନ ମହାପାତ୍ରଙ୍କୁ ୩ ବର୍ଷ ଲେଖାଏଁ କୋର୍ଟ ଦଣ୍ଡାଦେଶ ​ଦେଇଛନ୍ତି। ଏଥିସହ ସମସ୍ତଙ୍କ ଉପରେ ୫୦ ହଜାର ଟଙ୍କା ଲେଖାଏଁ ଜରିମାନା କରିଛନ୍ତି କୋର୍ଟ। ଜରିମାନା ଅନାଦେୟ ସେମାନେ ଅଧିକ ୬ ମାସ ଜେଲରେ ରହିବେ ବୋଲି କୋର୍ଟ ତାଙ୍କ ରାୟରେ କହିଛନ୍ତି।