ପ୍ରମୂଖ ଖବର
  • ପଶ୍ଚିମବଙ୍ଗ ଅଶାନ୍ତ ! ଗତ ୨୪ ଘଣ୍ଟାରେ ଦୁଇ ଜଣ ଟିଏମସି ନେତାଙ୍କୁ ହତ୍ୟା
  • ||
  • ବରମୁଣ୍ଡା ସମାବେଶରେ ରାହୁଲଙ୍କ ରଣହୁଙ୍କାର : 'ସମ୍ବିଧାନକୁ ଆକ୍ରମଣ କରୁଛି ଡବଲ ଇଞ୍ଜିନ, ଓଡ଼ିଶା ବଞ୍ଚାଇବା ଆମ ଦାୟିତ୍ଵ'
  • ||
  • ବାଲେଶ୍ୱର : ରକ୍ତ ସମ୍ପର୍କରେ ରକ୍ତ ଛିଟା; ପୂର୍ବ ଶତ୍ରୁତାରୁ ସାନଭାଇକୁ ହାଣିଲା ବଡ଼ଭାଇ
  • ||
  • ଅନୁଗୁଳ : ଟ୍ରେଲରକୁ ପିଟିଲା ବାଇକ୍‌: ଜଣେ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଷଣ୍ଢ ଆକ୍ରମଣରେ ବାପା ମୃତ, ପୁଅ ଗୁରୁତର
  • ||
  • ପାକିସ୍ତାନର ବେଲୁଚିସ୍ତାନରେ ଆତଙ୍କୀ ହମଲା, ବସ୍‌କୁ ଅଟକାଇ ୯ ଜଣଙ୍କୁ ହତ୍ୟା କଲେ ଆତଙ୍କୀ
  • ||
  • ସୁବର୍ଣ୍ଣପୁର : ସରପଞ୍ଚଙ୍କ ସ୍ୱାମୀଙ୍କୁ ନିର୍ମମ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ରାହୁଲ ଗାନ୍ଧିଙ୍କ ଓଡ଼ିଶା ଗସ୍ତ, ବରମୁଣ୍ଡାରେ ସମ୍ବିଧାନ ବଞ୍ଚାଅ ସମାବେଶ, ଉତ୍ସାହରେ ଉଚ୍ଛୁଳୁଛି କଂଗ୍ରେସ
  • ||
  • ଗୁଜରାଟ ପୋଲ ଦୁର୍ଘଟଣା, ମିଳିଲାଣି ୧୭ ମୃତଦେହ, ୩ ନିଖୋଜ, ୪ ଅଧିକାରୀଙ୍କ ଉପରେ ଆକ୍ସନ
  • ||
  • ୧୫ ପରେ କମିବ ବର୍ଷା ପରିମାଣ, ୨୦ରୁ ୨୨ ଯାଏ ଖରା ଆଶଙ୍କା, ୨୩ରେ ଲଘୁଚାପ ସମ୍ଭାବନା
  • ||
  • ୪ ଦିନ ବଢିଲା ଆକ୍ସିଓମ୍‌-୪ ମିଶନ୍ ଅବଧି , ଜୁଲାଇ୧୪ରେ ମହାକାଶରୁ ଫେରିବେ ଶୁଭାଂଶୁ ଶୁକ୍ଳା
  • ||

ଜୟପୁର କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସ ପାଇଁ ଭୂମିପୂଜନ ଓ ଅସ୍ଥାୟୀ କ୍ୟାମ୍ପସ ଲୋକାର୍ପିତ

Published By : Suraj Kumar | July 6, 2025 4:46 PM

ଜୟପୁର, ୬।୭ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର କେନ୍ଦ୍ରୀୟ ବିଦ୍ୟାଳୟ ଜୟପୁରର ଅସ୍ଥାୟୀ କ୍ୟାମ୍ପସର ଲୋକାର୍ପଣ ସହ ଜଗନ୍ନାଥ ସଦର ନିକଟରେ ସ୍ଥାୟୀ କ୍ୟାମ୍ପସ ପାଇଁ ଭୂମିପୂଜନ କରିଛନ୍ତି । ଏହି କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାନୀୟ ଅଞ୍ଚଳର ଛାତ୍ରଛାତ୍ରୀମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ସହ କୁଶଳୀ କରିବ । ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଗଠନ କରିବାରେ ସହାୟକ ହେବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି। 

ଜୟପୁର ସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିକ ସାଧାରଣ ସଭାକୁ ସମ୍ବୋଧିତ କରି ଶ୍ରୀ ପ୍ରଧାନ କହିଛନ୍ତି ଯେ ଓଡ଼ିଶାର ଅନ୍ୟତମ ସାଂସ୍କୃତିକ, ବ୍ୟବସାୟିକ ଓ ବୌଦ୍ଧିକ କେନ୍ଦ୍ର ହେଉଛି ଜୟପୁର । ଜୟପୁର ମହାରାଜା ଶ୍ରୀ ବିକ୍ରମ ଦେବ ବର୍ମା ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ସହ ଦେଶ ସ୍ୱାଧୀନତାରେ ଅନେକ ଅବଦାନ ରହିଛି । ଏଭଳି ସହରରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା କରିବା ପାଇଁ ଦୀର୍ଘଦିନରୁ ଦାବି ହୋଇଆସୁଥିଲା । ପ୍ରାୟ ୪୦ କୋଟି ଟଙ୍କା ବ୍ୟୟରେ ଏଠାରେ ବହୁ ଆକାଂକ୍ଷୀତ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ହେବ । ଚଳିତ ଶିକ୍ଷା ବର୍ଷ ଠାରୁ ଏହାର ଅସ୍ଥାୟୀ କ୍ୟାମ୍ପସରେ ଶିଶୁବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ପିଲାମାନେ ପାଠ ପଢିବେ । ଏଥିପାଇଁ ନାମଲେଖା ଶେଷ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦୃଷ୍ଟିପୂର୍ଣ୍ଣ ଜାତୀୟ ଶିକ୍ଷା ନୀତିର ପରାମର୍ଶ ଅନୁସାରେ ଏହି ପଦକ୍ଷେପ ସ୍ଥାନୀୟ ଅଞ୍ଚଳର ସ୍କୁଲ ଛାତ୍ରଛାତ୍ରୀମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ସହ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଗଠନରେ ବେଶ୍ ସହାୟକ ହେବ । ଆମର ପିଲାମାନଙ୍କ ମଧ୍ୟରେ ଚାକିରି ନକରି ଚାକିରି ଦେବାର ମାନସିକତା ତିଆରି କରାଇବା ଦରକାର  ।

ସେ ଆହୁରି କହିଛନ୍ତି ଯେ ଶନିବାର କୋରାପୁଟ ସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ୬୧୦ କୋଟି ଟଙ୍କାରୁ ଅଧିକ ଟଙ୍କାର ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ ହୋଇଛି । ଅବିଭକ୍ତ କୋରାପୁଟ ଜିଲ୍ଲାରେ ପ୍ରାୟ ୯୦ଟି ସ୍କୁଲ ପିଏମ ଶ୍ରୀ ସ୍କୁଲ ବିକଶିତ ହେଉଛି । ଏଥିପାଇଁ ପାଖାପାଖି ୨୦୦ କୋଟି ଟଙ୍କା ଆସିଛି । ବିକ୍ରମଦେବ ବିଶ୍ଵବିଦ୍ୟାଳୟ ପାଇଁ ପିଏମ ଉଷା ଯୋଜନାରେ କେନ୍ଦ୍ର ସରକାର ୨୦ କୋଟି ଟଙ୍କା ଦେଇଛନ୍ତି । ଓଡ଼ିଶା ସରକାରଙ୍କ ତରଫରୁ ମଧ୍ୟ ଏହି ବିଦ୍ୟାଳୟ ପାଇଁ ୫୦ କୋଟି ଟଙ୍କାର ଆର୍ଥିକ ବ୍ୟବସ୍ଥା ହୋଇଛି । କୋରାପୁଟର ନବନିର୍ମାଣରେ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପ୍ରୟୋଗଶାଳା ହେବ । ଆଗାମୀ ଦିନରେ କୋରାପୁଟ ସମେତ ଅବିଭକ୍ତ ସମସ୍ତ ଜିଲ୍ଲାରେ ଡିଗ୍ରୀ ଓ ଅନ୍ୟାନ୍ୟ ଅନୁଷ୍ଠାନରେ ଗୁଣାତ୍ମକ ଶିକ୍ଷା ବୃଦ୍ଧି କରାଯିବ । 

ଅପାର ସମ୍ଭାବନାର ଅଞ୍ଚଳ ହେଉଛି କୋରାପୁଟ । ଏଠାରେ ଅନେକ ସମ୍ଭାବନା ଅଛି । ଅଭିବକ୍ତ କୋରାପୁଟ ଜିଲ୍ଲାର ବିକାଶ ନ ହେଲେ ବିକଶିତ ଓଡ଼ିଶାର କଳ୍ପନା ହୋଇପାରିବ ନାହିଁ । ବିକଶିତ ଓଡ଼ିଶା ନହେଲେ ବିକଶିତ ଭାରତର ସ୍ୱପ୍ନ ପୂରଣ ହୋଇପାରିବ ନାହିଁ । ଅବିଭକ୍ତ କୋରାପୁଟ ଜିଲ୍ଲାରେ ଭାରତ ସରକାର ଭାରତମାଳା ପ୍ରକଳ୍ପ କାର୍ଯ୍ୟକାରୀ ହୋଇଛି । ରାୟଗଡ଼ାରେ ରେଳ ଡିଭିଜନ ହୋଇଛି । ନବରଙ୍ଗପୁର ଓ ମାଲକାଲଗିରିରେ ରେଳ ଲାଇନ ଜମିଅଧିଗ୍ରହଣର କାମ ତ୍ୱରାନ୍ୱିତ ହୋଇଛି । କୋରାପୁଟ ସମେତ ରାୟଗଡ଼ା, ମାଲକାନଗିରି ଏବଂ ନବରଙ୍ଗପୁର ଜିଲ୍ଲାରେ ଶିକ୍ଷା କ୍ଷେତ୍ର ସମେତ ସର୍ବାଙ୍ଗିନ ବିକାଶ, ଆର୍ଥିକ କ୍ଷେତ୍ରକୁ ମଜଭୂତ୍ କରିବା ପାଇଁ ଡବଲ ଇଞ୍ଜିନ ସରକାର ନିରନ୍ତର ପ୍ରୟାସ କରୁଛନ୍ତି ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରୀ କହିଛନ୍ତି ।  ଏହି ଅବସରରେ ଶ୍ରୀ ପ୍ରଧାନ ଜୟପୁର ମହାରାଜା ଶ୍ରୀ ବିକ୍ରମ ଦେବ ବର୍ମାଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ ଅର୍ପଣ କରିଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.