ପ୍ରମୂଖ ଖବର
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଫସିବ ପାକିସ୍ତାନ ! ୟୁଏନଏସର ଏଣ୍ଟ୍ରୀ, ବୈଦେଶିକ ମନ୍ତ୍ରୀଙ୍କୁ ଆସିଲା ଫୋନ୍

Published By : Ankita S | April 30, 2025 11:06 AM

ନୂଆଦିଲ୍ଲୀ,୩୦/ ୦୪: ପାକିସ୍ତାନର ଖରାପ ସମୟ ଆରମ୍ଭ । ପହଲଗାମ ଆତଙ୍କୀ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ସ୍ଥିତି ଦେଖିବାକୁ ମିଳିଛି । ଦୁଇ ଦେଶ ମଧ୍ୟରେ ସମ୍ପର୍କ ଆହୁରି ବିଗିଡ଼ିବାରେ ଲାଗିଛି ।  ଭାରତ ଓ ପାକିସ୍ତାନ ଉତ୍ତେଜନା ମଧ୍ୟରେ ଜାତିସଂଘ ହସ୍ତକ୍ଷେପ କରିଛି । ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଓ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଫୋନ୍ କଲ ଆସିଛି ।

ପହଲଗାମ ହମଲା ଓ ଦୁଇ ଦେଶ ମଧ୍ୟରେ ବଢୁଥିବା ଉତ୍ତେଜନାକୁ ନେଇ ଉଦବେଗ ପ୍ରକାଶ ସହିତ ଚିନ୍ତା ପ୍ରକଟ କରିଛି ଜାତିସଂଘ । ଜାତିସଂଘ ମହାସଚିବ ଆଣ୍ଟୋନିୟୋ ଗୁଟ୍‌ରେସ୍‌ ପହଲଗାମ ଆକ୍ରମଣକୁ ନିନ୍ଦା କରିଛନ୍ତି । ପୀଡ଼ିତଙ୍କୁ ନ୍ୟାୟ ଏବଂ ଉତ୍ତରଦାୟିତ୍ୱ ସୁନିଶ୍ଚିନ୍ତ ହେଉ ବୋଲି କହିଛନ୍ତି । ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦ ଗତ ଏପ୍ରିଲ ୨୫ରେ ପହଲଗାମ ଆତଙ୍କୀ ଆକ୍ରମଣକୁ ନିନ୍ଦା କରିଥିଲେ । ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର ଜାତିସଂଘ ମହାସଚିବ ଆଣ୍ଟୋନିୟୋ ଗୁଟ୍‌ରେସ୍‌ଙ୍କ ସହିତ ଫୋନ୍‌ରେ କଥା ହୋଇଛନ୍ତି ।

ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର ଜାତିସଂଘ ପ୍ରତିନିଧିଙ୍କ ସହିତ କଥା ହେବା ପରେ ସୋସିଆଲ ମିଡିଆରେ ଲେଖିଛନ୍ତି, ''ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ନେଇ ଜାତିସଂଘ ମହାସଚିବ କହିଛନ୍ତି, ଏହି ଆକ୍ରମଣର ଅପରାଧି, ଯୋଜନାକର୍ତ୍ତା ଓ ସମର୍ଥକଙ୍କୁ ଛଡା ଯିବ ନାହିଁ । କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଏହି ଆକ୍ରମଣକୁ ଜାତିସଂଘ ଦୃଢ ନିନ୍ଦା କରିଛନ୍ତି । ''

ଅନ୍ୟପଟେ ପହଲଗାମ ଆତଙ୍କୀ ଆକ୍ରମଣର ପ୍ରତିଶୋଧ ନେବାକୁ କିଛି ବଡ଼ ଯୋଜନା କରୁଛି ଭାରତ ।  ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ତୁହାକୁ ତୁହା ବୈଠକ ହେବ । ଆଜି ୪ଟି ବୈଠକ ବସିବ । ସିସିଏସ, ସିସିପିଏ, ସିସିଇଏ ସହ କ୍ୟାବିନେଟ ମିଟିଂ ହେବ । ପାକିସ୍ତାନ ବିରୋଧରେ କିଛି ବିଡ଼ ନିଷ୍ପତ୍ତି ନିଆଯାଇପାରେ । 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.