PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ରାଜ୍ୟରେ ଚଳିତ ବର୍ଷ ବଢିବନି ବିଜୁଳି ଦର
  • ||
  • ଓଡ଼ିଶାର ୭ ସହର ବାୟୁ ପ୍ରଦୂଷିତ,ରାଉରକେଲା ସହର ଅଧିକ ପ୍ରଦୂଷିତ
  • ||
  • ୮ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ, ବଜ୍ରପାତ ସହ ବର୍ଷା ସମ୍ଭାବନା
  • ||
  • ଭୁବନେଶ୍ୱର- ମଦୁଆ ଗାଡି ଚାଳକ ସାବଧାନ, ଆଜିଠୁ ଚେକିଂ ଜୋରଦାର
  • ||
  • ପୁରୀ : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ସାକ୍ଷାତ କରିବେ ଦିଦି, ସନ୍ଧ୍ୟାରେ ପଶ୍ଚିମବଙ୍ଗ ଫେରିଯିବେ
  • ||
  • ଭୁବନେଶ୍ୱର : ପଶ୍ଚିମା ଝଡ଼ ପୁଣି ସକ୍ରିୟ, ଆଗାମୀ ୪ ଦିନ ବର୍ଷା ସମ୍ଭାବନା
  • ||
  • ଭୁବନେଶ୍ୱର : ଓଡ଼ିଆ ଟେଲି ଜଗତକୁ ଝଟକା, ହୃଦଘାତରେ ଆଖିବୁଜିଲେ ଅଭିନେତା ସୋମଦତ୍ତ
  • ||

ଆଜି ପବିତ୍ର ବାରୁଣୀ ସ୍ନାନ, ବୈତରଣୀରେ ବୁଡ଼ ପକାଇଲେ ଶ୍ରଦ୍ଧାଳୁ

ଯାଜପୁର, ୧୯/୦୩ : ଆଜି ପବିତ୍ର ବାରୁଣୀ ବୁଡ଼। ଯାଜପୁର ଦଶାଶ୍ୱମେଧ ଘାଟ ପୂଣ୍ୟତୋୟା ବୈତରଣୀ ନଦୀରେ ଆଜି ହଜାର ହଜାର ଭକ୍ତ ଓ ଶ୍ରଦ୍ଧାଳୁ ବାରୁଣୀ ସ୍ନାନ କରିଛନ୍ତି । ଏଥିସହିତ ବୈତରଣୀ ନଦୀ କୂଳରେ ପିତୃପୁରୁଷଙ୍କୁ ପିଣ୍ଡଦାନ କରିଛନ୍ତି ଶ୍ରଦ୍ଧାଳୁ।

ଏହି ପୁରାଣ ପ୍ରସିଦ୍ଧ ବାରୁଣୀ ସ୍ନାନ ପାଇଁ ଜିଲ୍ଳା ଓ ଜିଲ୍ଳା ବାହାରୁ ବହୁ ଭକ୍ତ ଯୋଗ ଦେଇଛନ୍ତି । ବିଶ୍ୱାସ ରହିଛି ବୈତରଣୀ ଗଙ୍ଗା ନଦୀର ଅନ୍ୟ ଏକ ରୂପ । ତେଣୁ ଆଜିର ଦିନରେ ଏଠାରେ ସ୍ନାନ କଲେ କୋଟି ଜନ୍ମର ପାପ କ୍ଷୟ ହୋଇଥାଏ ବୋଲି ବିଶ୍ୱାସ ରହିଛି । ଏହି ଅବସରରେ ଅନୁଷ୍ଠିତ ମେଳା ଆସନ୍ତା ୭ ଦିନ ଧରି ଚାଲିବ। ଏଥିପାଇଁ ଯାଜପୁର ପୌର ପ୍ରଶାସନ ପକ୍ଷରୁ ବିଭିନ୍ନ ବନ୍ଦୋବସ୍ତ କରାଯାଇଛି ।