ପ୍ରମୂଖ ଖବର
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||
  • ଅକ୍ଷୟ ତୃତୀୟରେ ଚାଷୀଙ୍କୁ ମିଳିଲା ସିଏମ୍‌ କିଷାନ ଟଙ୍କା, ୧୦୨୫ କୋଟି ଟଙ୍କା ବାଣ୍ଟିଲେ ସରକାର
  • ||
  • ଭୁବନେଶ୍ୱର : ରାଜଧାନୀ ଅଭାବନୀୟ ଘଟଣା; ରାସ୍ତାରେ ଜଳିଗଲେ କଲେଜ ଛାତ୍ର, ତଦନ୍ତ କରୁଛି ପୋଲିସ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା, ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ ମଦନମୋହନ
  • ||
  • ଅକ୍ଷୟ ତୃତୀୟାଠାରୁ ବିନ୍ଦୁସାଗରରେ ଚନ୍ଦନ ଯାତ୍ରା, ୨୨ ଦିନ ଚାପ ଖେଳିବେ ଶ୍ରୀଲିଙ୍ଗରାଜ
  • ||
  • ବିଶାଖାପାଟଣାର ସୀମାଞ୍ଚଳମ୍ ମନ୍ଦିରରେ ଅଘଟଣ; ପାଚେରି ଭୁଶୁଡ଼ି ୮ ଜଣଙ୍କର ମୃତ୍ୟୁ, ଅନେକ ଆହତ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||

ଗର୍ଭବତୀ ନାବାଳିକା ଝିଅକୁ ଜିଅନ୍ତା ପୋଡ଼ି ମାରି ଦେଇଥିଲେ, ବାପା-ମାଙ୍କୁ ଆଜୀବନ ସଜା

Published By : Prameya | April 19, 2025 12:52 PM

ଯାଜପୁର, ୧୯/୦୪ : ଗର୍ଭବତୀ ନାବାଳିକା ଝିଅକୁ ଜିଅନ୍ତା ପୋଡ଼ି ମାରି ଦେଇଥିଲେ। ବାପା-ମାଙ୍କୁ ଆଜୀବନ କାରାଦଣ୍ଡ ସହ ୧୦ ହଜାର ଟଙ୍କା ଜରିମାନା ଶୁଣାଇଲେ ଯାଜପୁର ଆଡହକ୍ ଫାଷ୍ଟଟ୍ରାକ କୋର୍ଟ। 

ସୂଚନାନୁଯାୟୀ, ୨୦୧୬ ମସିହା ଫେବୃଆରୀ ୧୪ ତାରିଖରେ ଯାଜପୁର ବିଞ୍ଝାରପୁର ଥାନା ଅଞ୍ଚଳରେ ଜଣେ ୧୫ବର୍ଷର ନାବାଳିକା ଗର୍ଭବତୀ ଝିଅକୁ ନିଜ ବାପା-ମା ପୋଡ଼ି ମାରିଦେବା ସହ ପ୍ରମାଣ ନଷ୍ଟ କରିଦେଇଥିଲେ। ଏହି ମାମଲାରେ ମୃତ ନାବାଳିକାଙ୍କ ବାପା-ମାଙ୍କୁ ଯାଜପୁର ଆଡହକ୍ ଫାଷ୍ଟଟ୍ରାକ କୋର୍ଟ ଆଜୀବନ କାରାଦଣ୍ଡାଦେଶ ଦେଇଛନ୍ତି। ୩୦ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି କୋର୍ଟ ଅଭିଯୁକ୍ତ ବାପା ନକୁଳ ଜେନା ଓ ମା ସଞ୍ଜୁ ଜେନାଙ୍କୁ ଆଜୀବନ ଜେଲ୍ ସହ ଦଶ ହଜାର ଟଙ୍କା ଜରିମାନା କରିଥିବା ସରକାରୀ ଓକିଲ ସୂଚନା ଦେଇଛନ୍ତି। 

ଏହି ଖବରଟିକୁ ପଢନ୍ତୁ-ନବମ ଥର ପାଇଁ ନବୀନ ବିଜେଡି ମୁଖିଆ, ସାଙ୍ଗଠନିକ ନିର୍ବାଚନରେ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.