ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ସେନାର ଅପରେସନ୍ ମହାଦେବକୁ ବଡ଼ ସଫଳତା, ଯବାନଙ୍କ ଗୁଳିରେ ୩ ଆତଙ୍କୀ ସଫା
  • ||
  • ଭୁବନେଶ୍ବର: ସତ୍ୟବିହାର ଅଞ୍ଚଳରେ ମହିଳା ହଷ୍ଟେଲରେ ଅଗ୍ନିକାଣ୍ଡ,ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ଟିମ୍
  • ||
  • ରାଉରକେଲା : ଠିକା କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • କେନ୍ଦ୍ରାପଡ଼ା: ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ; ବିଜ୍ଞାନ ଶିକ୍ଷକକୁ ନିଲମ୍ବନ କଲେ ଜିଲ୍ଲା ଶିକ୍ଷାଧିକାରୀ
  • ||
  • ବଳଙ୍ଗା ନାବାଳିକା ପୋଡ଼ି ମାମଲା: ବଢ଼ିଲା ସୁରକ୍ଷା, ପୀଡ଼ିତାଙ୍କ ଘରେ ପୁଲିସ ମୁତୟନ
  • ||
  • ବାଲେଶ୍ୱର : ଧାମରାରେ ମିସାଇଲ୍‌ ପ୍ରଳୟ-୬ର ସଫଳ ପରୀକ୍ଷଣ, ୧୫୦ ରୁ ୫୦୦ କିମି ଯାଏଁ କରିପାରିବ ଲକ୍ଷ୍ୟଭେଦ
  • ||
  • ନାଇଜେରିଆର ଡଙ୍ଗା ବୁଡ଼ି ୨୫ ମୃତ; ଅନେକ ନିଖୋଜ, ଡଙ୍ଗାରେ ଥିଲେ ମୋଟ୍ ୧୦୦ ଯାତ୍ରୀ
  • ||
  • ଫିଡେ ମହିଳା ଚେସ୍‌ ବିଶ୍ୱକପ୍‌ ଫାଇନାଲ୍‌: ଦିବ୍ୟା-ହମ୍ପି ଦ୍ୱିତୀୟ କ୍ଲାସିକାଲ ଗେମ୍‌ ଡ୍ର’, ଆଜି ଟାଇବ୍ରେକରେ ଫଳାଫଳ ନିର୍ଣ୍ଣୟ
  • ||
  • ଭଦ୍ରକରେ ବନ୍ୟା ବିତ୍ପାତ; ୪ ପଞ୍ଚାୟତରେ ୨ ଦିନ ସ୍କୁଲ୍‌ ଛୁଟି
  • ||
  • ଜର୍ମାନୀରେ ଲାଇନଚ୍ୟୁତ ହେଲା ଟ୍ରେନ; ୩ ମୃତ, ୩୪ ଆହତ
  • ||
  • ଉତ୍ତର ଓଡ଼ିଶାରେ ବନ୍ୟା: ୬ ଜିଲ୍ଲାରେ ୧୧ ହଜାର ଲୋକ ପ୍ରଭାବିତ, ପାଣିଘେରରେ ଯାଜପୁରର ୧୧ ପଞ୍ଚାୟତ
  • ||
  • ଜଗତସିଂହପୁର : ବାଇକ୍‌କୁ ପିଟିଲା ବସ୍‌; ଜଣେ ମୃତ, ଜଣେ ଗୁରୁତର
  • ||
  • ବାରାବାଙ୍କୀ ଅବସାନେଶ୍ୱର ଶିବ ମନ୍ଦିରରେ ଦଳାଚକଟା, ୨ ଶ୍ରଦ୍ଧାଳୁ ମୃତ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି, ଆଜି ଅପରାହ୍ନ ୬ଟାରୁ ରାତି ୧୦ ଦର୍ଶନ ମନା
  • ||
  • ଶ୍ରାବଣ ମାସର ତୃତୀୟ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ବିପଦ ସଂକେତ ଟପିଲା ଜଳକା, ପାଣି ଘେରରେ ୩୦ରୁ ଅଧିକ ଗାଁ

Published By : Harapriya Sethi | July 27, 2025 7:51 AM

ଜଳେଶ୍ୱର, ୨୭/୦୭: ଧିରେ ଧିରେ କମୁଛି ଜଳକା ନଦୀର ଜଳସ୍ତର । ନଦୀର ମଥାନୀ ଠାରେ ବିପଦ ସଙ୍କେତ ୬.୫୦ ମିଟର ରହିଥିବା ବେଳେ ରବିବାର ସକାଳ ୬ଟା ସୁଦ୍ଧା ଜଳସ୍ତର ୬.୭୨ ମିଟର ରହିଛି । ଲଘୁଚାପ ଜନିତ ଲଗାଣ ବର୍ଷା କାରଣରୁ ନଦୀର ଜଳସ୍ତର ବୃଦ୍ଧି ପାଇଥିଲା । ଲଘୁଚାପ ପ୍ରଭାବରେ ବସ୍ତା ସମେତ ନଦୀର ଉପରମୁଣ୍ଡରେ ରାସଗୋବିନ୍ଦପୁର,ମୋରଡ଼ା, ଶୁଳିଆପଦା,ଚିତ୍ରଡା ପ୍ରଭୃତି ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ ଜଳସ୍ତର ବୃଦ୍ଧି ପାଇଥିଲା । ଫଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା । ନଦୀର ଜଳସ୍ତର କମୁଥିଲେ ମଧ୍ୟ ଏବେବି ବସ୍ତା ବ୍ଲକର ୮ ପଞ୍ଚାୟତର ୩୦ରୁ ଅଧିକ ଗାଁ ପାଣି ଘେରରେ ରହିଛି । ସେହିପରି ସଦର ବ୍ଲକର ୨ ଟି ପଞ୍ଚାୟତ ଶ୍ରୀରାମପୁର ଓ ରସଲପୁର ପ୍ରଭାବିତ ହୋଇଛି । ହଜାର ହଜାର ହେକ୍ଟର ଚାଷଜମିରେ ଲହଡ଼ି ମାରୁଛି ବନ୍ୟା ଜଳ । ବସ୍ତା ବ୍ଲକର ତଳିଆ ଅଞ୍ଚଳରେ ପାଣି ଘେରରେ ଥିବା ୨୦୦ ରୁ ଅଧିକ ଲୋକଙ୍କୁ ଆଶ୍ରୟସ୍ଥଳୀରେ ରଖାଯାଇଛି ।

 ସେହିପରି ସୁବର୍ଣ୍ଣରେଖା ନଦୀର ଜଳସ୍ତର ଧିରେ ଧିରେ ବୃଦ୍ଧି ପାଉଛି । ଝାଡ଼ଖଣ୍ଡର ଗାଲୁଡିହ ବ୍ୟାରେଜରୁ ପାଣି ଛାଡ଼ିବା ଫଳରେ ଜଳସ୍ତର ବଢିବାରେ ଲାଗିଛି । ରାଜଘାଟଠାରେ ସତର୍କ ସଙ୍କେତ ୯.୪୫ ମିଟର ରହିଥିବା ବେଳେ ରବିବାର ସକାଳ ୬ ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୯.୧୬ ମିଟର ଛୁଇଁଛି । ଜଳସ୍ତର ବୃଦ୍ଧି ପାଉଥିବାରୁ ବାଲିଆପାଳ ବ୍ଲକ ତଳିଆ ଅଞ୍ଚଳର ପ୍ରତି ପୁଣି ଥରେ ବିପଦ ଆସିବା ସମ୍ଭାବନା ରହିଛି । ଯଦି ବନ୍ୟାହୁଏ ତେବେ ଏହା ଚଳିତ ବର୍ଷର ପଞ୍ଚମ ବନ୍ୟା ହେବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.