ପ୍ରମୂଖ ଖବର
  • ସାଲେପୁର : ବିଦ୍ୟାଳୟରେ ପାଠ ପଢାଇଲେ ଜିଲ୍ଲାପାଳ, ବୁଲି ଦେଖିଲେ ବିଜ୍ଞାନ ଲାବୋରେଟୋରୀ
  • ||
  • ଛତ୍ରପୁର : କାରାଗାରରେ ବିଚରାଧୀନ କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ
  • ||
  • ଆଠଗଡ : ଗଣେଶ ଭସାଣରେ ଛୁରା ମାଡ; ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ଵର : ବଡ଼ବଡ଼ିଆଙ୍କ କବଜାରେ କ୍ୟାପିଟାଲ୍‌ ହସ୍ପିଟାଲ୍‌ ଆଇସିୟୁ, ସାଧାରଣ ଏବଂ ଗରିବ ରୋଗୀଙ୍କ ପାଇଁ କବାଟ ବନ୍ଦ
  • ||
  • ଭଞ୍ଜନଗର : ସହକାରୀ ଯନ୍ତ୍ରୀଙ୍କ ଘରେ ରେଡ୍‌, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • କୋଣାର୍କ : ମାନସିକ ବିକୃତ ଥିବା ବୃଦ୍ଧଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ
  • ||
  • ମାଲକାନଗିରିରେ ସୁଧୁରୁଛି ବନ୍ୟାସ୍ଥିତି, ସମୀକ୍ଷା କଲେ ଦୁଇ ବରିଷ୍ଠ ଅଧିକାରୀ
  • ||

ପଣ୍ଡ ହେଲା ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମ, ସେନା ଗୁଳିରେ ଟଳିଲେ ୩ ଆତଙ୍କବାଦୀ

ନୂଆଦିଲ୍ଲୀ,୨୯/୮: ଜମ୍ମୁ-କଶ୍ମୀରରେ ସୁରକ୍ଷାବାହିନୀଙ୍କୁ ମିଳିଛି ବଡ଼ ସଫଳତା।  ସେନା ଗୁଳିରେ ଟଳିଲେ ୩ ଆତଙ୍କବାଦୀ। କୁପଓ୍ୱାଡା ଓ ରଜୌରୀରେ ଦୁଇଟି ଭିନ୍ନ ଭିନ୍ନ ଏନ୍‌କାଉଣ୍ଟରରେ ତିନି ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ପାକିସ୍ତାନରୁ କିଛି ଆତଙ୍କବାଦୀ ଅନୁପ୍ରବେଶ ଉଦ୍ୟମ କରୁଥିବା ନେଇ ଭାରତୀୟ ସେନାକୁ ଗୁଇନ୍ଦା ସୂଚନା ମିଳିଥିଲା। ଏହାପରେ ଭାରତୀୟ ସେନା ଓ ଜମ୍ମୁ କଶ୍ମରୀ ପୁଲିସ ମିଳିତ ଭାବେ ସର୍ଚ୍ଚ ଅପରେସନ୍‌ ଆରମ୍ଭ କରିଥିଲେ। ଏହି ସମୟରେ ସେନା ଉପରକୁ ଆତଙ୍କବାଦୀମାନେ ଗୁଳିମାଡ଼ କରିଥିଲେ। ସେନା ମଧ୍ୟ ଏହାର ପାଲଟା ଜବାବ ଦେଇଥିଲା।

କୁପୱାରାର ମାସିଲରେ ସୁରକ୍ଷାବାହିନୀ ଗୁଳିରେ ଦୁଇ ଆତଙ୍କବାଦୀଙ୍କୁ ନିହତ ହୋଇଥିବାବେଳେ ତଙ୍ଗଧରରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ରାଜୌରୀରେ ଏହି ଏନକାଉଣ୍ଟର ଚାଲିଛି। ଏନକାଉଣ୍ଟର ପରେ ଏହି ଅଞ୍ଚଳକୁ କର୍ଡନ କରାଯାଇଛି। ପୂରା ଅଞ୍ଚଳରେ ଆହୁରି ଦୁଇରୁ ତିନି ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହ କରାଯାଉଛି। ତେଣୁ ସର୍ଚ୍ଚ ଅପରେଶନ ଜାରି ରହିଛି। ତଙ୍ଗଧର ଅଞ୍ଚଳଟି  ଭାରତ ଏବଂ ପାକିସ୍ତାନ ମଧ୍ୟରେ ଲାଇନ ଅଫ କଣ୍ଟ୍ରୋଲ (ଏଲ୍‌ଓସି) ନିକଟରେ ଅବସ୍ଥିତ। ଏହି ରାସ୍ତା ଦେଇ ସର୍ବଦା ଆତଙ୍କବାଦୀମାନେ ଅନୁପ୍ରବେଶ କରିବାକୁ ଉଦ୍ୟମ କରନ୍ତି। ଗତ କିଛି ମାସ ମଧ୍ୟରେ ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀ କାର୍ଯ୍ୟକଳାପରେ ଏକ ବୃଦ୍ଧି ଘଟିଥିବାର ଦେଖାଯାଇଛି। ଚଳିତ ମାସରେ ଜମ୍ମୁ କାଶ୍ମୀରରେ ସୁରକ୍ଷାକର୍ମୀ ଓ ଆତଙ୍କୀଙ୍କ ମଧ୍ୟରେ ୫ ଥର ଗୁଳିବିନିମୟ ଖବର ଆସିଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.