ପ୍ରମୂଖ ଖବର
  • ପହଲଗାମ ଆକ୍ରମଣରେ ଟିଆରଏଫର ସଂପୃକ୍ତି ନେଇ ପ୍ରମାଣ ମାଗିଲା ପାକିସ୍ତାନ
  • ||
  • ଗୁଗୁଲ୍-ମେଟାକୁ ଇଡ଼ି ନୋଟିସ୍‌, ଅନ୍‌ଲାଇନ୍ ବେଟିଂ ଆପ୍‌ ମାମଲାରେ ସମନ୍‌
  • ||
  • ପୁରୀ: ବଳଙ୍ଗା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା, ନାବାଳିକାଙ୍କୁ ନିଆଁ ଲଗାଇ ପୋଡ଼ି ଦେଲେ ୩ ଦୃର୍ବୃତ୍ତ
  • ||
  • ଢେଙ୍କାନାଳ ଗଉଡ଼କାଟେଣିରେ ଟ୍ରକ୍-‌ହାୱାଇ ମୁହାଁମୁହିଁ ଧକ୍କା, ହାୱାଇ ଡ୍ରାଇଭର ଗୁରୁତର
  • ||
  • ଶିକ୍ଷକ ଅଭାବରୁ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ, ଧାରଣାରେ ଛାତ୍ରଛାତ୍ରୀ
  • ||
  • ମାଲକାନଗିରି: ଏନ୍‌କାଉଣ୍ଟରରେ ୬ ମାଓବାଦୀ ନିହତ, AK-47, SRL ରାଇଫଲ୍ ସମେତ ବିପୁଳ ବିସ୍ଫୋରକ ଜବତ
  • ||
  • କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଚେତାବନୀ, ଏନ୍‌ଆଇଏ ମାମଲା ପାଇଁ ସ୍ୱତନ୍ତ୍ର କୋର୍ଟ ବନାଅ...
  • ||
  • ଜଳେଶ୍ବର: ଟ୍ରକ୍‌କୁ ଧକ୍କା ଦେଲା ବସ୍‌; ୩୦ ଜଣ ଯାତ୍ରୀ ଆହତ
  • ||
  • ଶନିବାରଠୁ ଚାଷୀ ପଞ୍ଜୀକରଣ, ଅଗଷ୍ଟ ୨୦ ଯାଏ ଚାଲିବ ପ୍ରକ୍ରିୟା: ନଭେମ୍ବର ପ୍ରଥମ ସପ୍ତାହରୁ ଧାନକିଣା
  • ||
  • ୨୩ରେ ଲଘୁଚାପ, ୨୫ରେ ନେଇପାରେ ଅବପାତ ରୂପ: ଆଜିଠୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||

ଜମ୍ମୁ-କାଶ୍ମୀରରେ ତୃତୀୟ ପର୍ଯ୍ୟାୟ ମତଦାନ, ୪୧୫ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ

Published By : Prameya | October 1, 2024 7:39 AM

ଶ୍ରୀନଗର ୦୧/୧୦: ମଙ୍ଗଳବାର ଜମ୍ମୁ-କାଶ୍ମୀରରେ ଅନ୍ତିମ ପର୍ଯ୍ୟାୟ ନିର୍ବାଚନ । ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ । ଶେଷ ପର୍ଯ୍ୟାୟରେ ୭ ଜିଲ୍ଲାର ୪୦ଟି ଆସନରେ ଭୋଟିଂ ଜାରି ରହିଛି । ମୋଟ୍ ୩୯.୧୮ ଲକ୍ଷ ଭୋଟର ୪୧୫ ପ୍ରାର୍ଥୀଙ୍କ  ଭାଗ୍ୟ ନିର୍ଦ୍ଧାରଣ କରିବେ । ୪୦ ଆସନ ମଧ୍ୟରୁ ୨୪ଟି ଜମ୍ମୁ ଡିଭିଜନ ଏବଂ  ୧୬ଟି କାଶ୍ମୀର ଘାଟିରୁ ରହିଛି । ଶେଷ ପର୍ଯ୍ୟାୟରେ ଲଢ଼ୁଥିବା ପ୍ରାର୍ଥୀମାନଙ୍କ ମଧ୍ୟରୁ ୩୮୭ ପୁରୁଷ ଓ  ୨୮ ମହିଳା ରହିଛନ୍ତି । 

ଏହି ପର୍ଯ୍ୟାୟରେ ମୋଟ୍ ପ୍ରାର୍ଥୀମାନଙ୍କ ମଧ୍ୟରୁ ୧୬୯ଜଣ କୋଟିପତି ଥିବାବେଳେ ୬୭ ଜଣଙ୍କ ବିରୋଧରେ ଫୌଜଦାରୀ  ମାମଲା ରହିଛି । ଜମ୍ମୁର ନଗରୋଟାରୁ ବିଜେପି ପ୍ରାର୍ଥୀ ଦେବେନ୍ଦ୍ର ସିଂହ ରାଣାଙ୍କ ସମ୍ପତ୍ତି ମୂଲ୍ୟ ସର୍ବାଧିକ ୧୨୬ କୋଟି ଟଙ୍କା । ସଂସଦ ଆକ୍ରମଣର ମାଷ୍ଟରମାଇଣ୍ଡ ଅଫଜଲ ଗୁରୁର ବଡ଼ଭାଇ ଏଜାଜ୍‌ ଅହମ୍ମଦ ଗୁରୁଙ୍କ ଭାଗ୍ୟ ପରୀକ୍ଷା ହେବ । ସେ ସୋପୋର  ଆସନରୁ ସ୍ୱାଧୀନ ପ୍ରାର୍ଥୀ ହୋଇଛନ୍ତି । ଉତ୍ତର କାଶ୍ମୀରର  ଲଙ୍ଗେଟରୁ ଇଞ୍ଜିନିୟର ଶେଖ ଅବ୍‌ଦୁଲ୍‌ ରସିଦଙ୍କ  ଭାଇ ଖୁର୍ସିଦ ଅହମ୍ମଦ ଶେଖ ନିର୍ବାଚନ ଲଢ଼ୁଛନ୍ତି । ଆସନ୍ତା ୮ ତାରିଖରେ ରେଜଲ୍ଟ ଆସିବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.