ପ୍ରମୂଖ ଖବର
  • ବଜେଟ୍ ୨୦୨୪: ସଂସଦରେ ଜାମ୍ମୁ-କାଶ୍ମୀର ବଜେଟ୍ ଉପସ୍ଥାପିତ
  • ||
  • ବଜେଟ ୨୦୨୪: ଓଡ଼ିଶା ପର୍ଯ୍ୟଟନର ବିକାଶ ପାଇଁ ବଡ଼ ଘୋଷଣା, ପର୍ଯ୍ୟଟନର ବିକାଶ ପାଇଁ ମିଳିବ ଆର୍ଥିକ ସହାୟତା
  • ||
  • ବଜେଟ୍ ୨୦୨୪: ସରକାରୀ ସହାୟତାରେ ଛାତ ଉପରେ ଲାଗିବ ସୋଲାର ପ୍ୟାନେଲ, ପ୍ରତି ଘରୁ ମାସିକ ୩ଶହ ୟୁନିଟ ବିଜୁଳି ଉତ୍ପାଦନ ଲକ୍ଷ୍ୟ
  • ||
  • ବଜେଟ ୨୦୨୪:୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ ହେବ,ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମୁକ୍ତ ବିଜୁଳି ଯୋଜନାରେ ମିଳିବ ସୁବିଧା
  • ||
  • ବଜେଟ୍୨୦୨୪: ବନ୍ୟା ମୁକାବିଲା ପାଇଁ ବିହାରକୁ ୧୧, ୫୦୦ କୋଟିର ସହାୟତା,ଆସାମ, ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ସିକିମ୍‌କୁ ମିଳିବ ସହାୟତା
  • ||
  • ବଜେଟ ୨୦୨୪: ବନ୍ୟା ନିୟନ୍ତ୍ରଣ ପାଇଁ ସହାୟତା ଘୋଷଣା,ବନ୍ୟା କ୍ଷତିଗ୍ରସ୍ତ ୫ଟି ରାଜ୍ୟକୁ ସ୍ୱତନ୍ତ୍ର ସହାୟତାର ଘୋଷଣା
  • ||
  • ବଜେଟ ୨୦୨୪: ଜମିବାଡ଼ି ସୁବ୍ୟବସ୍ଥିତ କରିବାକୁ ଆରମ୍ଭ ହେବ ଭୂ-ଆଧାର, ଭୂ-ଆଧାର ଜରିଆରେ ଜମିବାଡ଼ି ଡିଜିଟାଇଜେସନ ହେବ
  • ||
  • ବଜେଟ୍ ୨୦୨୪: ମୁଦ୍ରା ଲୋନ୍‌ ୨୦ ଲକ୍ଷକୁ ବୃଦ୍ଧି ଘୋଷଣା କଲେ ଅର୍ଥମନ୍ତ୍ରୀ,ଧାର୍ଯ୍ୟ ସମୟରେ ପୈଠ କରିଥିବା ବ୍ୟକ୍ତି ଲୋନ୍‌ ପାଇପାରିବେ
  • ||
  • ବିଜେଟ୍ ୨୦୨୪-୨୫: ଗୟାରେ ହେବ ଇଣ୍ଡଷ୍ଟିଆଲ୍ କରିଡ଼ିର, ୧ ହଜାର ଆଇଟିଆଇକୁ ଅପଗ୍ରେଡ୍ କରାଯିବ
  • ||
  • ବିହାର, ଆନ୍ଧ୍ରପ୍ରଦେଶ ପାଇଁ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ପୋଲାଭରମ ପ୍ରକଳ୍ପ ଶୀଘ୍ର ସମାପ୍ତ ହେବ, ବିହାରରେ ଏୟାରପୋର୍ଟ, ମେଡିକାଲ କଲେଜ ବିକାଶ
  • ||
  • ସପ୍ତମ ଥର ପାଇଁ ବଜେଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||
  • ବିଧାନସଭା ଅଧିବେଶନର ଦ୍ବିତୀୟ ଦିନ, ୪ଟା ଯାଏଁ ଗୃହ ମୁଲତବି
  • ||

ଜମ୍ମୁ-କଶ୍ମୀରରେ ସେନା-ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ, ଜଣେ ଯବାନ ଶହୀଦ, ୪ଆତଙ୍କବାଦୀ ନିହତ

ନୂଆଦିଲ୍ଲୀ,୬/୭ :  ଜମ୍ମୁ-କଶ୍ମୀରର କୁଲଗାମରେ ଶନିବାର ସକାଳେ ଦୁଇଟି ସ୍ଥାନରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ । ଏହି ଅଞ୍ଚଳରେ ସର୍ଚ ଅପରେଶନ ସମୟରେ ଆତଙ୍କବାଦୀମାନେ ଗୁଳି ଚାଳନା ଆରମ୍ଭ କରି ଦେଇଥିଲେ । ଯେଉଁଥିରେ ଜଣେ ଯବାନ ଶହୀଦ ହୋଇଯାଇଥିଲେ । ଯାହାପରେ ଉଭୟ ଗୋଷ୍ଠୀ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ଏହା ମଧ୍ୟରେ ଯବାନଙ୍କୁ ବଡ଼ ଧରଣର ସଫଳତା ମିଳିଛି । ଏହି ଗୁଳିବିନିମୟରେ ସୁରୁକ୍ଷାକର୍ମୀ କୁଲଗାମ ଜିଲ୍ଲାର ୪ଆତଙ୍କବାଦୀଙ୍କୁ ନିହତ କରି ଦେଇଛନ୍ତି । ଏବେ ବି ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି ।

ସିଆରପିଏଫ, ସେନା ଏବଂ ଜମ୍ମୁ କଶ୍ମୀର ପୋଲିସ ପକ୍ଷରୁ ମିଳିତ ଭାବେ ଏହି ସର୍ଚ ଅପରେଶନ ଜାରି ରହିଛି । କୁଲଗାମରେ ପ୍ରଥମେ ଏନକାଉଣ୍ଟରର କିଛି ଘଣ୍ଟା ପରେ ହିଁ ଜିଲ୍ଲାର ଅନ୍ୟ ଏକ ଫ୍ରିସଲ ଗାଁର ଚିଙ୍ଗମ ଅଞ୍ଚଳରେ ମୁହାଁମୁହିଁ ହୋଇଥିଲା । ସୁରକ୍ଷା କର୍ମୀଙ୍କୁ ଉକ୍ତ ଅଞ୍ଚଳରେ ଲଶ୍କର ଆତଙ୍କୀ ଲୁଚି ଥିବା ସୂଚନା ମିଳିଥିଲା । ଯାହାପରେ ‌ସେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେଇଥିଲେ ।ଜମ୍ମୁ କଶ୍ମୀର ପୋଲିସ ଉକ୍ତ ଅଞ୍ଚଳରେ ଆତଙ୍କବାଦୀଙ୍କ ସହ ମୁହାଁମୁହିଁ ହେବାର ସୂଚନା ଦେଇଥିଲା । 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.