ପ୍ରମୂଖ ଖବର
  • ବୃକ୍ଷରୋପଣରେ ମହାଦୁର୍ନୀତି କରି ଲରମ୍ଭା ସେକ୍ସନ ଫରେଷ୍ଟର ପ୍ରିୟବ୍ରତ ନାଏକ ନିଲମ୍ବିତ
  • ||
  • ଫୁଲବାଣୀ : ବିବାହିତା ମହିଳାଙ୍କ ଝୁଲନ୍ତା ଶବ ଉଦ୍ଧାର, ହତ୍ୟା ଅଭିଯୋଗ
  • ||
  • ଫୁଲବାଣୀ : ବେକରେ ଗାମୁଛା ଦେଇ ୮୩ ବର୍ଷୀୟ ବୃଦ୍ଧଙ୍କ ଆତ୍ମହତ୍ୟା
  • ||
  • ସମ୍ବଲପୁର ରେଜିଷ୍ଟ୍ରି ଅଫିସ୍‌ରେ ଅଚାନକ ପହଞ୍ଚିଲେ ରାଜସ୍ବ ମନ୍ତ୍ରୀ, ଅଧିକାରୀଙ୍କୁ କଲେ ତାଗିଦ୍
  • ||
  • ଭଦ୍ରକ : ଓଲଗରେ ପାଞ୍ଚଶହ ବର୍ଷର ପୁରାତନ ପରମ୍ପରା ଲାଖବିନ୍ଧା ଅନୁଷ୍ଠିତ, ଶହଶହ ଲୋକଙ୍କ ଭିଡ଼
  • ||
  • ଭୋଗରାଇ : ୬ ଦଫା ଦାବି ନେଇ ଲକ୍ଷ୍ମୀ ବସ୍ ଡ୍ରାଇଭରଙ୍କ ଆନ୍ଦୋଳନ, ବସ୍ ଚଳାଚଳ ଠପ
  • ||
  • ଉଦଳା : ସିସିଟିଭିରେ ଶାଢ଼ୀ ଢାଙ୍କି ଲୁଟ୍‌, ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
  • ||
  • ବିଣିକା : ବାଇକ୍‌କୁ ପଛପଟୁ ଧକ୍କା ଦେଲା ବାଇକ୍‌, ୨ ମୃତ
  • ||
  • ଭୁବନେଶ୍ୱରରେ ଭସାଣି ପାଇଁ ଟ୍ରାଫିକ କଟକଣା, ବାଣୀବିହାରରୁ ରାଜମହଲ ପର୍ଯ୍ୟନ୍ତ ରାସ୍ତା ସିଲ୍‌
  • ||
  • ଚୌଦ୍ୱାର : ସିରିଜ୍ ଚୋରି ଘଟଣାର ପର୍ଦ୍ଦାଫାସ, ୩ ଗିରଫ
  • ||
  • ସାଲେପୁର : କେନାଲରେ ବୁଡି ବୃଦ୍ଧ ମୃତ, ପୋଲିସର ତଦନ୍ତ ଜାରି
  • ||
  • ସରିଲା ଦୁର୍ଗାପୂଜା; ଆଜି ମା' ନେବେ ମାଲାଣି, ଭସାଣି ପାଇଁ ପ୍ରଶାସନର ବ୍ୟାପକ ପ୍ରସ୍ତୁତି
  • ||
  • କଟକରେ ଭସାଣି ଉପଲକ୍ଷେ ଟ୍ରାଫିକ କଟକଣା ଲାଗୁ, ପ୍ରେସ୍ ରିଲିଜ ଜରିଆରେ ସୂଚନା
  • ||
  • କାମାକ୍ଷାନଗର : ଡିଭାଇଡରରେ ପିଟିହୋଇ ଓଲଟିଲା ଗାଡି; ଜଣେ ଗୁରୁତର, ୩ଆହତ
  • ||

ଜାମ୍ମୁକାଶ୍ମୀରରେ ପୋଲିଂ ଗାଡି ଦୁର୍ଘଟଣାଗ୍ରସ୍ତ, ଦୁଇଜଣ ପୋଲିଂ କର୍ମଚାରୀଙ୍କ ମୃତ୍ୟୁ....

ନୂଆଦିଲ୍ଲୀ: ଜାମ୍ମୁ କାଶ୍ମୀରରେ ନିର୍ବାଚନ ଡ୍ୟୁଟିରେ ନିୟୋଜିତ ଥିବା ଏକ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ଦୁଇଜଣ ପୋଲିଂ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଏଥି ସହ ଜଣେ କର୍ମଚାରୀ ଆହତ ହୋଇଥିବା ଜଣାପଡିଛି। ଜଣେ ସରକାରୀ ଅଧିକାରୀଙ୍କ ସୂଚନା ଅନୁସାରେ ରିୟାସୀର ଗୁଲାବଗଢ ଅଂଚଳରେ ଏହି ଦୁର୍ଘଟଣା ହୋଇଛି।

ସୂଚନାଥାଉକି ଯେ, ଜାମ୍ମୁ କାଶ୍ମୀରର ୬ଟି ଜିଲ୍ଲାର ୨୬ଟି ବିଧାନସଭା ଆସନ ପାଇଁ ଦ୍ୱିତୀୟ ପର୍ଯ୍ୟାୟରେ ସେପ୍ଟେମ୍ବର ୨୫ ରେ ଭୋଟ୍ ଗ୍ରହଣ କରାଯିବ । ଏହା ପୂର୍ବରୁ ସେପ୍ଟେମ୍ବର ୧୮ ରେ ଜାମ୍ମୁ କାଶ୍ମୀର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ୭ ଟି ଜିଲ୍ଲାର ୨୪ ଟି ବିଧାନସଭା ଆସନରେ ମତଦାନ ହୋଇଥିଲା। ଏହି ଅବଧି ମଧ୍ୟରେ ଭୋଟ୍ ହାର ୫୮.୮୫ ଥିଲା। ନିର୍ବାଚନ ଆୟୋଗଙ୍କ ଅନୁଯାୟୀ, ସର୍ବାଧିକ ଭୋଟ୍ କିସ୍ତଓ୍ବାଡ ୭୭.୨୩ % ଏବଂ ସର୍ବନିମ୍ନ ଭୋଟ୍ ପୁଲୱାମାରେ ୪୬.୦୩% ହୋଇଥିଲା । 

ତୃତୀୟ ପର୍ଯ୍ୟାୟ ପାଇଁ ମତଦାନ ଅକ୍ଟୋବର ୧ ରେ ଅନୁଷ୍ଠିତ ହେବ। ଏହି ପର୍ଯ୍ୟାୟରେ ୪୦ ଟି ବିଧାନସଭା ଆସନ ଅନ୍ତର୍ଭୁକ୍ତ । ଅକ୍ଟୋବର ୮ରେ ଜାମ୍ମୁ କାଶ୍ମୀର ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା କରାଯିବ । ସୂଚନାଯୋଗ୍ୟ ଯେ ୨୦୧୪ ପରେ ପ୍ରଥମ ଥର ପାଇଁ ଘାଟିରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେଉଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.