ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ଅନନ୍ତନାଗରେ ଆତଙ୍କୀଙ୍କ ଦୌରାତ୍ମ୍ୟ; ଭାରତୀୟ ସେନାର ଦୁଇ ଜବାନକୁ କଲେ ଅପହରଣ

Published By : Soubhagya Ranjan | October 9, 2024 9:41 AM

Image source: ABP live hindi

ନୂଆଦିଲ୍ଲୀ,୦୯/୧୦: ଜାମ୍ମୁ କାଶ୍ମୀରର ଅନନ୍ତନାଗ ଜିଲ୍ଲାର କୋକେରନାଗର ଶଙ୍ଗାସ୍ ଅଞ୍ଚଳରେ ଆତଙ୍କବାଦୀମାନେ ଦୁଇଜଣ ସୈନିକଙ୍କୁ ଅପହରଣ କରି ନେଇଥିଲେ, କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ କୌଣସି ପ୍ରକାରେ ଖସିଆସିବାରେ ସଫଳ ହୋଇଛନ୍ତି କିନ୍ତୁ ଏବେ ମଧ୍ୟ ଅନ୍ୟ ଜଣେ ନିଖୋଜ ଥିବା ଜଣାପଡ଼ିଛି। ନିଖୋଜ ସୈନିକକୁ ଖୋଜିବାରେ ସୁରକ୍ଷା ବାହିନୀ ଲାଗି ପଡ଼ିଛନ୍ତି। ଆତଙ୍କବାଦୀଙ୍କ ଦ୍ୱାରା ଅପହରଣ ହୋଇଥିବା ସୈନିକ ଟେରିଟେରାଲ୍ ଆର୍ମିରୁ ଆସିଥିଲେ। ଜାମ୍ମୁ କାଶ୍ମୀରରେ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହେବା ସମୟରେ ଏହି ଘଟଣା ଘଟିଛି।

ଏହାପୂର୍ବରୁ ଅଗଷ୍ଟ ୨୦୨୦ ରେ ଆତଙ୍କବାଦୀମାନେ କାଶ୍ମୀରରେ ଟେରିଟେରାଲ୍ ଆର୍ମି ସଢନିକ ଶାକିର ମଞ୍ଜୁର ବାଗେଙ୍କୁ ଅପହରଣ କରି ନେଇଥିଲେ, ଏହାର ପାଞ୍ଚ ଦିନ ପରେ ପରିବାର ଲୋକେ ତାଙ୍କ ପୋଷାକ ଘର ନିକଟରୁ ପାଇଥିଲେ। ସେ ଦକ୍ଷିଣ କାଶ୍ମୀରର ଶୋପିଆନ୍ ହରମାନରେ ଥିବା ତାଙ୍କ ଘର ନିକଟରୁ ନିଖୋଜ ହୋଇଯାଇଥିଲେ।

ଏହାପୂର୍ବରୁ ଜାମ୍ମୁ କାଶ୍ମୀରର କୁପୱାରା ଜିଲ୍ଲାର ଗୁଗଲଧାରସ୍ଥିତ ବାସ୍ତବିକ ନିୟନ୍ତ୍ରଣ ରେଖା (ଏଲ୍‌ଓସି) ରେ ସୁରକ୍ଷା ବାହିନୀ ଅନୁପ୍ରବେଶ ଉଦ୍ୟମକୁ ପଣ୍ଡ କରିଥିଲେ। ଏହାରି ଭିତରେ ସେନା ଓ ପୋଲିସ ଏଠାରେ ଦୁଇ ଆତଙ୍କବାଦୀଙ୍କୁ ହତ୍ୟା କରିଥିଲେ। ଭାରତୀୟ ସେନା କହିଛି ଯେ ୪ ଅକ୍ଟୋବର ୨୦୨୪ ରେ ସେନା ଏବଂ ପୋଲିସ ଏକ ସନ୍ଦେହଜନକ କାର୍ଯ୍ୟକଳାପ ଦେଖିଥିଲେ, ଯାହା ପରେ ମିଳିତ ଅପରେସନ୍ ଆରମ୍ଭ ହୋଇଥିଲା। ଏହାରି ଭିତରେ କିଛି ଆତଙ୍କବାଦୀ ଗୁଳି ଚଳାଇବା ଆରମ୍ଭ କରିଥିଲେ। ଏହି ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ ହୋଇଥିଲେ। ଆତଙ୍କବାଦୀଙ୍କ ନିକଟରୁ ସୁରକ୍ଷା ବାହିନୀ ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ ଗୁଳିଗୋଳା ଜବତ କରିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.