ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ବାଙ୍କୀ ଜନ ଶୁଣାଣି ଶିବିରରେ ଅଭିଯୋଗ ଶୁଣିଲେ ଜିଲ୍ଲାପାଳ, ସମସ୍ୟାର ସମାଧାନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ଦେଲେ ନିର୍ଦ୍ଦେଶ

Published By : Rasmita Pradhan | March 3, 2025 3:04 PM

କଟକ, ୦୩/୦୩ : ବାଙ୍କୀ ବ୍ଲକରେ କଟକ ଜିଲ୍ଲାପାଳଙ୍କ ଜନ ଅଭିଯୋଗ ଶୁଣାଣି ଶିବିର। ୧୦୩ଟି ଅଭିଯୋଗର ଶୁଣାଣିି କଲେ ଜିଲ୍ଲାପାଳ। ଆବାସ ଯୋଜନା, ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା, ଭିନ୍ନକ୍ଷମ ଭତ୍ତା ଭଳି ଲୋକଙ୍କ ବିଭିନ୍ନ ସମସ୍ୟା ସମ୍ପର୍କିତ ଅଭିଯୋଗରେ ଶୁଣାଣି କରିଛନ୍ତି। ଏହି ସବୁ ସମସ୍ୟାର ସମାଧାନ ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। 

ସୂଚନାନୁଯାୟୀ, କଟକ ଜିଲ୍ଲାପାଳ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ୟକ୍ଷତାରେ ଆଜି ବାଙ୍କୀ ବ୍ଲକରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଛି। ଏଥିରେ ବ୍ଲକର ଜନସାଧାରଣ ଯୋଗଦେଇ ନିଜ ନିଜର ବ୍ୟକ୍ତିଗତ ଓ ସାମୂହିକ ସମସ୍ୟା ସମ୍ପର୍କରେ ଜିଲ୍ଲାପାଳଙ୍କୁ ଅବଗତ କରାଇଛନ୍ତି। ବିଭିନ୍ନ ଅଭିଯୋଗ ମଧ୍ୟରେ ଆବାସ ଯୋଜନା, ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା, ଭିନ୍ନକ୍ଷମ ଭତ୍ତା, କୃଷି, ରାଜସ୍ଵ, ଫୌଜଦାରୀ, ସ୍ଵାସ୍ଥ୍ୟ, ଶିକ୍ଷା ପ୍ରଭୃତି ବିଭିନ୍ନ ସମସ୍ୟା ସମ୍ପର୍କିତ ୧୦୩ଟି ଅଭିଯୋଗରେ ଜନ ଶୁଣାଣି କରିଛନ୍ତି। ଏହି ସବୁ ସମସ୍ୟାର ସମାଧାନ ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। 

ଏହି ଅଭିଯୋଗ ଶୁଣାଣି ଶିବିରରେ କଟକ ଗ୍ରାମାଞ୍ଚଳ ଆରକ୍ଷୀ ଅଧୀକ୍ଷକ ପ୍ରତୀକ ସିଂହ, ଅତିରିକ୍ତ ଜିଲ୍ଲାପାଳ ଶିବୋ ଟପ୍ପୋ, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ପ୍ରଶାନ୍ତ କୁମାର ନାୟକ, ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡଃ ପ୍ରଶାନ୍ତ କୁମାର ହୋତା, ବାଙ୍କୀ ଉପଜିଲ୍ଲାପାଳ ପ୍ରହଲ୍ଲାଦ ନାରାୟଣ ଶର୍ମା, ବାଙ୍କୀ ବିଡିଓ, ତହସିଲଦାର, ବିଜ୍ଞାପିତ ଅଞ୍ଚଳ ପରିଷଦ ନିର୍ବାହୀ ଅଧିକାରୀଙ୍କ ସମେତ ଜିଲ୍ଲା ଓ ଉପଖଣ୍ତର ସମସ୍ତ ଅଧିକାରୀଙ୍କ ସହିତ ବ୍ଲକର ସମସ୍ତ କର୍ମଚାରୀ ଉପସ୍ଥିତ ରହି ଶିବିରରେ ସହଯୋଗ କରିଥିଲେ।

ଏହି ଖବରଟିକୁ ପଢନ୍ତୁ-କଟକରେ ଜମିଲାଣି ରମ୍‌ଜାନ୍‌ ବଜାର: ବିଦେଶୀ ଖଜୁରୀକୁ ଦିଲ୍ଲୀର ଘିଅ ଲଚ୍ଛାର ଚାହିଦା ଅଧିକ..

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.