PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ମେଲାଣି ନେବେ ମା’, ଟ୍ଵିନ୍ ସିଟିରେ ମୁତୟନ ହେବେ ୧୭ ପ୍ଲାଟୁନ ଫୋର୍ସ
  • ||
  • କୋଲକାତା : ଦୁର୍ଗା ଭସାଣି ବେଳେ ଫ୍ଲାସ ଫ୍ଲଡ୍, ୭ ମୃତ, ୪୦ ନିଖୋଜ
  • ||
  • ଭୁବନେଶ୍ଵର : ରାଜ୍ୟରେ ଖସୁଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୪୯ ପଜିଟିଭ୍ ଚିହ୍ନଟ
  • ||

ସିପିଆଇଏମ ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ୪୫ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା: ଭୁବନେଶ୍ୱର ଲୋକସଭା ଆସନରୁ ଲଢ଼ିବେ ଜନାର୍ଦ୍ଦନ ପତି

ଭୁବନେଶ୍ୱର ୧୬।୩ : ୨୦୧୯ ସାଧାରଣ ନିର୍ବାଚନ ପାଇଁ ସିପିଆଇଏମ ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ୪୫ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି  । ଏହି ତାଲିକାରେ ଭୁବନେଶ୍ୱର ଲୋକସଭା ଆସନ ପାଇଁ ଜନାର୍ଦ୍ଦନ ପତିଙ୍କୁ ନିଜର ପ୍ରାର୍ଥୀ ଘୋଷଣା କରିଛି ସିପିଆଇଏମ । ଦେଶର ୧୧ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୪୫ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ପ୍ରଥମ ଦଫାରେ କେରଳରୁ ସର୍ବାଧିକ ୧୬ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ଦଳ ।

ତେବେ ବିଜେପି, ବିଜେଡି ଓ କଂଗ୍ରେସ ପକ୍ଷରୁ କେବେ ପ୍ରାର୍ଥୀ ତାଲିକା ଘୋଷଣା କରାଯିବ ତାହା ଉପରେ ସମସ୍ତଙ୍କର ନଜର ରହିଛି । ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ମାର୍ଚ୍ଚ ୧୮ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବାକୁ ଥିବା ବେଳେ ପ୍ରାର୍ଥୀପତ୍ର ଦାଖଲର ଶେଷ ତାରିଖ ମାର୍ଚ୍ଚ ୨୫ ରହିଛି । ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଏପ୍ରିଲ ୧୧ରେ ଅନୁଷ୍ଠିତ ହେବ । ଯେଉଁଥିରେ ରାଜ୍ୟର ୪ଟି ଲୋକସଭା ଓ ୨୮ଟି ବିଧାନସଭା ଆସନ ପାଇଁ ଭୋଟଦାନ ହେବ ।