ଭୁବନେଶ୍ୱର,୨୫ ।୧୨(ବ୍ୟୁରୋ): ୨୦୨୬ ଜାନୁଆରୀ ୩ ତାରିଖରେ କ୍ୟାପିଟାଲ୍ ହାଇସ୍କୁଲ ପଡ଼ିଆରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପୂର୍ବତନ ଆସାମ ରାଜ୍ୟପାଳ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଜନ୍ମ ଶତବାର୍ଷିକୀ ପାଳନ କରାଯିବ । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ବିରାପ୍ପା ମୋଇଲି, ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସୁପ୍ରିମକୋର୍ଟର ବରିଷ୍ଠ ଆଇନଜୀବୀ କପିଲ ଶିବଲ, ସିପିଆଇ ସାଧାରଣ ସମ୍ପାଦକ ତଥା ପୂର୍ବତନ ସାଂସଦ ଡି ରାଜା, ଏଆଇସିସି ମୁଖପାତ୍ର ତଥା ରାଜ୍ୟସଭା ସାଂସଦ ରଣଦୀପ ସିଂ ସୁରଜୱାଲା ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହି କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ଭେଟି ନିମନ୍ତ୍ରଣ କରିଛନ୍ତି ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଜନ୍ମ ଶତବାର୍ଷିକୀ କମିଟିର ଅଧ୍ୟକ୍ଷ ନିରଞ୍ଜନ ପଟ୍ଟନାୟକ ।