PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ଜୁନାଗଡ଼ରେ ଜନଶୁଣାଣି ଶିବିର

ଜୁନାଗଡ଼,୨୭।୩ ଜୁନାଗଡ଼ ପଞ୍ଚାୟତ ସମିତି ସଭାଗୃହରେ ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ସଚିନ ପାୱାର, ଉପଜିଲ୍ଲାପାଳ ଧର୍ମଗଡ ବେଦ ଭୂଷଣ, ଜୁନାଗଡ଼ ବିଡିଓ ଦୁଲାରାମ ମାରାଣ୍ଡି ,ଜୁନାଗଡ଼ ତହସିଲଦାର ଶୁଭଦୀପ୍ତା ମହାନ୍ତି, ସିଡ଼ିଏମଓ ଡ଼ ରଞ୍ଜନ ମିତ୍ର ଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୭୧ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୪୩ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୮ଟି ଗ୍ରାମ୍ୟ ତଥା ସାମୂହିକ ସମସ୍ୟା ସମ୍ମିଳିତ ଥିଲା। ୧୮ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।